< Ezara 4 >

1 Adani a Yuda ndi Benjamini anamva kuti anthu obwera ku ukapolo aja akumangira Nyumba Yehova, Mulungu wa Israeli.
ଏଥିଉତ୍ତାରେ ବନ୍ଦୀତ୍ୱର ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଅଛନ୍ତି ବୋଲି ଯିହୁଦାର ଓ ବିନ୍ୟାମୀନ୍‍ର ବିପକ୍ଷମାନେ ଶୁଣିଲେ।
2 Tsono anapita kwa Zerubabeli ndi kwa atsogoleri a mabanja awo ndi kunena kuti, “Mutilole kuti tikuthandizeni kumangaku chifukwa ife timapembedza Mulungu wanu monga momwe mumachitira inu, ndipo takhala tikupereka nsembe kwa Iye kuyambira nthawi ya Esrahadoni, mfumu ya ku Asiriya, amene anabwera nafe kuno.”
ସେତେବେଳେ ସେମାନେ ଯିରୁବ୍ବାବିଲ୍‍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍‍ହଦ୍ଦୋନ୍‍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।”
3 Koma Zerubabeli, Yesuwa ndi atsogoleri ena otsala a mabanja a Aisraeli anayankha kuti, “Inu simungatithandize kumangira Nyumba Yehova, Mulungu wathu. Tokha tidzamumangira Nyumba Yehova, Mulungu wa Aisraeli, monga mfumu Koresi, mfumu ya Perisiya inatilamulira.”
ମାତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍‍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”
4 Tsono anthu a mʼdzikomo anayamba kuchititsa ulesi anthu a ku Yuda, ndi kuwachititsa mantha kuti aleke ntchito yomangayo.
ତହିଁରେ ଦେଶସ୍ଥ ଲୋକମାନେ ଯିହୁଦାର ଲୋକମାନଙ୍କ ହସ୍ତ ଦୁର୍ବଳ କରିବାକୁ ଓ ନିର୍ମାଣ କାର୍ଯ୍ୟରେ ସେମାନଙ୍କୁ କ୍ଳେଶ ଦେବାକୁ ଲାଗିଲେ,
5 Analemba alangizi ena kuti alepheretse cholinga chawo pa ntchitoyo pa nthawi yonse ya Koresi, mfumu ya ku Perisiya, ndiponso mpaka pamene Dariyo mfumu ya ku Perisiya ankalamulira dzikolo.
ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ ରାଜା କୋରସ୍‍ର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରୀୟାବସଙ୍କର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ବିରୁଦ୍ଧରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ।
6 Mfumu Ahasiwero atangoyamba kulamulira dzikolo, adani aja analemba kalata yoneneza anthu a Yuda ndi Yerusalemu.
ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।
7 Ndiponso mʼnthawi ya Aritasasita mfumu ya Perisiya, Bisilamu, Mitiredati, Tabeeli ndi anzawo ena analemba kalata inanso kwa Aritasasita. Kalatayo inalembedwa mʼChiaramu ndipo ankatanthauzira poyiwerenga.
ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍‍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା।
8 Rehumu mkulu wankhondo ndi Simisai mlembi, nawonso analemba kalata yawo yoneneza anthu a ku Yerusalemu kwa mfumu Aritasasita. Anayilemba motere:
ରହୂମ୍‍ ମନ୍ତ୍ରୀ ଓ ଶିମ୍‍ଶୟ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯିରୂଶାଲମ ବିରୁଦ୍ଧରେ ଏହି ପ୍ରକାର ପତ୍ର ଲେଖିଲେ;
9 Kalata yochokera kwa Rehumu, mkulu wa gulu lankhondo, mlembi Simisai ndi anzawo awa: oweruza, nduna, akuluakulu ena, anthu a ku Peresiya, Ereki, Babuloni, Susa mʼdziko la Elamu,
ରହୂମ୍‍ ମନ୍ତ୍ରୀ ଓ ଶିମ୍‍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍‍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ୱୀୟ, ଏଲମୀୟ ଲୋକମାନେ,
10 ndi mitundu ina imene mkulu wolemekezeka, Osanipara anayisamutsa ndi kuyikhazika mʼmizinda ya Samariya ndi mʼmadera ena apatsidya la Yufurate.
ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ୱାରା ଆନୀତ, ପୁଣି ଶମରୀୟା ନଗରରେ ଓ (ଫରାତ୍‍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ।
11 Mawu a mʼkalata ya kwa Aritasasita anali awa: Kwa mfumu Aritasasita: Kuchokera kwa atumiki anu, anthu a kutsidya kwa Yufurate:
ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ପ୍ରତିଲିପି ଏହି; “(ଫରାତ୍‍) ନଦୀ ସେପାରିସ୍ଥ ଲୋକ, ଆପଣଙ୍କ ଦାସମାନଙ୍କଠାରୁ,
12 Amfumu tati mudziwe kuti Ayuda amene anabwera kuno kuchokera kwanuko apita ku Yerusalemu ndipo akumanganso mzinda wa anthu owukira ndi oyipa uja. Akumaliza makoma ake ndipo akukonzanso maziko.
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।
13 Kuwonjeza apo amfumu mudziwe kuti ngati amalize kumanganso mzindawu ndi kukonzanso makoma ake, adzaleka kukhoma msonkho, kulipira ndalama zakatundu olowa mʼdziko kapena msonkho wina uliwonse, ndipo chuma cha thumba la ufumu chidzachepa.
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଯେବେ ଏହି ନଗର ନିର୍ମିତ ଓ ପ୍ରାଚୀର କାର୍ଯ୍ୟ ସମାପ୍ତ ହେବ, ତେବେ ସେହି ଲୋକମାନେ କର, ରାଜସ୍ୱ ବା ଶୁଳ୍କ ଦେବେ ନାହିଁ, ପୁଣି ଶେଷରେ ତାହା ରାଜାଗଣର କ୍ଷତିକର ହେବ।
14 Popeza tsono ife timadya nawo kwa mfumu sitiyenera tizingoonerera zinthu zochititsa mfumu manyazi. Nʼchifukwa chake tikutumiza uthenga kwa inu a mfumu kuti mudziwe zonse.
ଆମ୍ଭେମାନେ ରାଜଗୃହର ଲବଣ ଖାଉ ଓ ମହାରାଜଙ୍କର ଅପମାନ ଦେଖିବା ଆମ୍ଭମାନଙ୍କର ଉଚିତ ନୁହେଁ, ଏହେତୁ ଲୋକ ପଠାଇ ମହାରାଜଙ୍କୁ ଏହା ଜଣାଇଲୁ।
15 Choncho pachitike kafukufuku mʼbuku la mbiri yakale ya makolo anu. Mʼbuku la mbiri zakale mudzapezamo ndi kuwerenga kuti mzinda umenewu ndi waupandu, wosautsa mafumu ndi nduna zamʼmadera zomwe. Kuyambira kale wakhala ukuwukira ulamuliro uliwonse. Nʼchifukwa chake mzinda umenewu anawuwononga.
ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ-ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବକାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।
16 Tsono tikukudziwitsani amfumu kuti ngati mzinda umenewu umangidwanso ndi makoma ake nʼkutsirizidwanso ndiye kuti inu simudzalamuliranso chigawo cha patsidya pa Yufurate.
ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଏହି ନଗର ନିର୍ମିତ ଓ ଏହି ପ୍ରାଚୀର କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।”
17 Mfumu inatumiza yankho ili: Mkulu wa gulu lankhondo Rehumu, mlembi Simisai ndi anzanu onse amene akukhala ku Samariya ndi mʼzigawo zina zonse za Patsidya pa Yufurate. Landirani moni.
ଏଥିରେ ରାଜା ମନ୍ତ୍ରୀ ରହୂମ୍‍ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍‍ଶୟ ଓ ସେମାନଙ୍କ ଶମରୀୟା-ନିବାସୀ ଅନ୍ୟ ସଙ୍ଗୀମାନଙ୍କର, ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା, ଯଥା, “ତୁମ୍ଭମାନଙ୍କର ମଙ୍ଗଳ ହେଉ।
18 Kalata imene munatumiza ija yawerengedwa bwino lomwe pamaso panga.
ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇଅଛ, ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟରୂପେ ପାଠ କରାଯାଇଅଛି।
19 Ine nditalamula kuti afufuze nkhaniyi kwapezekadi kuti mzinda umenewu uli ndi mbiri yowukira mafumu ndi kuti zaupandu ndi zowukira zinkachitikadi mʼmenemo.
ପୁଣି, ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯାଆନ୍ତେ, ଦେଖାଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜାଗଣ ବିରୁଦ୍ଧରେ ଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ଡଗୋଳ କରାଯାଇଅଛି।
20 Mafumu amphamvu akhala akulamulira Yerusalemu ndi chigawo chonse cha Patsidya pa Yufurate. Iwo ankalandira msonkho ndi kulipira ndalama zakatundu olowa mʼdziko pa kanthu kena kalikonse.
ମଧ୍ୟ ଯିରୂଶାଲମରେ ପରାକ୍ରାନ୍ତ ରାଜାଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ୱ କଲେ; ଆଉ, ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।
21 Tsopano inu khazikitsani lamulo kuti anthu amenewo asiye ntchitoyo, asamangenso mzindawo mpaka ine nditalamula
ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଚାରିତ ନ ହେବା ପର୍ଯ୍ୟନ୍ତ ସେହି ନଗର ଯେପରି ନିର୍ମିତ ନ ହେବ, ଏଥିପାଇଁ ଏବେ ତୁମ୍ଭେମାନେ ସେହି ଲୋକମାନଙ୍କୁ କର୍ମରୁ ନିବୃତ୍ତ ହେବାକୁ ଆଜ୍ଞା କର।
22 Musachedwe kuchita zimenezi. Kodi ine ndingalole bwanji kuti zowononga zotere zikule ndi kupweteka ine mfumu?
ପୁଣି ସାବଧାନ, ଏହି ବିଷୟରେ ତୁମ୍ଭେମାନେ ହେଳା ନ କର; ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ?”
23 Kalata ya mfumu Aritasasitayi itangowerengedwa pamaso pa Rehumu ndi Simisai mlembi uja, ndi anzawo onse, iwo anapita msangamsanga ku Yerusalemu kukawaletsa Ayuda aja mwamphamvu kuti asapitirire ntchito yawo.
ତହିଁରେ ରହୂମ୍‍ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍‍ଶୟ ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ପ୍ରତିଲିପି ପଢ଼ାଯାଆନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ୱାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ।
24 Motero ntchito yomanga Nyumba ya Mulungu ku Yerusalemu inayimitsidwa mpaka chaka cha chiwiri cha ulamuliro wa Dariyo mfumu ya ku Perisiya.
ତହୁଁ ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର କାର୍ଯ୍ୟ ବନ୍ଦ ହେଲା। ପୁଣି, ପାରସ୍ୟ ରାଜା ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା।

< Ezara 4 >