< Genesis 11 >

1 Nthawi imeneyo anthu onse a pa dziko lapansi ankayankhula chiyankhulo chimodzi ndipo mawu amene ankayankhula anali amodzi.
ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକରୂପ ଉଚ୍ଚାରଣ ଥିଲା।
2 Pamene anthu amapita chakummawa anapeza chigwa ku dziko la Sinara nakhazikikako.
ଆଉ ଘଟଣାକ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।
3 Tsono anawuzana kuti, “Tiyeni tiwumbe njerwa ndi kuziwotcha bwinobwino.” Tsono mʼmalo mwa miyala anagwiritsa ntchito njerwa zowotcha, ndipo mʼmalo mwa matope anagwiritsa ntchito phula.
ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
4 Kenaka anati, “Tiyeni tidzimangire mzinda wokhala ndi nsanja yoti ikafike kumwamba kuti titchuke. Kupanda kutero tibalalikana pa dziko lonse lapansi.”
ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
5 Koma Yehova anatsika kudzaona mzindawo ndi nsanja imene anthu aja ankayimanga.
ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
6 Yehova anati, “Anthuwa ndi amodzi, ndipo ali ndi chiyankhulo chimodzi. Izi akuchitazi nʼchiyambi chabe cha zomwe akufuna kukwaniritsa kuchita.
ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।
7 Tiyeni titsikireko tikasokoneze chiyankhulo chawo kuti asamamvetsetsane.”
ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”
8 Choncho Yehova anabalalitsa anthu aja pa dziko lonse lapansi ndipo analeka kumanga mzindawo.
ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।
9 Nʼchifukwa chake mzindawo unatchedwa Babeli, popeza Yehova anasokoneza chiyankhulo cha anthu onse. Powachotsa kumeneko, Yehova anawabalalitsira pa dziko lonse lapansi.
ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।
10 Nayi mibado yochokera kwa Semu. Patapita zaka ziwiri chitatha chigumula, Semu ali ndi zaka 100, anabereka Aripakisadi.
ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା।
11 Atabereka Aripakisadi, Semu anakhala ndi moyo zaka 500 ndipo anali ndi ana ena aamuna ndi aakazi.
ଅର୍ଫକ୍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚ ଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।
12 Pamene Aripakisadi anali ndi zaka 35, anabereka Sela.
ପୁଣି, ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।
13 Atabereka Sela, Aripakisadi anakhala ndi moyo zaka zina 403 ndipo anali ndi ana ena aamuna ndi aakazi.
ଶେଲହର ଜନ୍ମ ଉତ୍ତାରେ ଅର୍ଫକ୍ଷଦ ଚାରି ଶହ ତିନି ବର୍ଷ ଜୀବିତ ରହି ଆଉ ପୁତ୍ରକନ୍ୟା ଜାତ କଲା।
14 Pamene Sela anali ndi zaka makumi atatu, anabereka Eberi.
ପୁଣି, ଶେଲହ ତିରିଶ ବର୍ଷ ବୟସରେ ଏବରକୁ ଜାତ କଲା।
15 Atabereka Eberi, Sela anakhala ndi moyo zaka zina 403 ndipo anali ndi ana ena aamuna ndi aakazi.
ଏବରର ଜନ୍ମ ଉତ୍ତାରେ ଶେଲହ ଚାରି ଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
16 Pamene Eberi anali ndi zaka 34 anabereka Pelegi.
ପୁଣି, ଏବର ଚୌତ୍ରିଶ ବର୍ଷ ବୟସରେ ପେଲଗ୍‌କୁ ଜାତ କଲା।
17 Atabereka Pelegi, Eberi anakhala ndi moyo zaka zina 430 ndipo anali ndi ana ena aamuna ndi aakazi.
ପେଲଗ୍‌ର ଜନ୍ମ ଉତ୍ତାରେ ଏବର ଚାରି ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
18 Pamene Pelegi anali ndi zaka makumi atatu, anabereka Reu.
ପେଲଗ୍‍ ତିରିଶ ବର୍ଷ ବୟସରେ ରୀୟୂକୁ ଜାତ କଲା।
19 Atabereka Reu, Pelegi anakhala zaka zina 209 ndipo anali ndi ana ena aamuna ndi aakazi.
ରୀୟୂର ଜନ୍ମ ଉତ୍ତାରେ ପେଲଗ୍‍ ଦୁଇ ଶହ ନଅ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
20 Pamene Reu anali ndi zaka 32, anabereka Serugi.
ରୀୟୂ ବତିଶ ବର୍ଷ ବୟସରେ ସରୁଗକୁ ଜାତ କଲା।
21 Atabereka Serugi, Reu anakhala ndi moyo zaka zina 207 ndipo anali ndi ana ena aamuna ndi aakazi.
ସରୁଗର ଜନ୍ମ ଉତ୍ତାରେ ରୀୟୂ ଦୁଇ ଶହ ସାତ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
22 Pamene Serugi anali ndi zaka makumi atatu, anabereka Nahori.
ପୁଣି, ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା।
23 Atabereka Nahori, Serugi anakhala ndi moyo zaka zina 200 ndipo anali ndi ana ena aamuna ndi aakazi.
ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇ ଶହ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
24 Pamene Nahori anali ndi zaka 29, anabereka Tera.
ପୁଣି, ନାହୋର ଅଣତିରିଶ ବର୍ଷ ବୟସରେ ତେରହକୁ ଜାତ କଲା।
25 Atabereka Tera, Nahori anakhala ndi moyo zaka zina 119 ndipo anali ndi ana ena aamuna ndi aakazi.
ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣେଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
26 Pamene Tera anali ndi zaka 70, anabereka Abramu, Nahori ndi Harani.
ପୁଣି, ତେରହକୁ ସତୁରି ବର୍ଷ ବୟସ ହେଲା। ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା।
27 Nayi mibado yochokera mwa Tera. Tera anabereka Abramu, Nahori ndi Harani. Ndipo Harani anabereka Loti.
ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;
28 Abambo ake a Tera akanali ndi moyo, Harani anamwalira ku Uri wa ku Akaldeya kumene anabadwira.
ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲ୍‍ଦୀୟମାନଙ୍କ ଊର ନାମକ ଆପଣା ଜନ୍ମ ଦେଶରେ ମଲା।
29 Abramu ndi Nahori onse anakwatira. Dzina la mkazi wa Abramu linali Sarai, ndipo la mkazi wa Nahori linali Milika. Iyeyu ndi Isika abambo awo anali Harani.
ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।
30 Sarai analibe ana chifukwa anali wosabereka.
ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।
31 Tera anatenga mwana wake Abramu, mdzukulu wake Loti, ndi mpongozi wake Sarai, mkazi wa Abramu natuluka mzinda wa Uri wa ku Akaldeya kupita ku Kanaani. Pamene anafika ku Harani, anakhazikika kumeneko.
ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
32 Tera anamwalira ku Harani ali ndi zaka 205.
ପୁଣି, ତେରହ ହାରଣ ନଗରରେ ଥାଇ ଦୁଇ ଶହ ପାଞ୍ଚ ବର୍ଷ ବୟସରେ ମଲା।

< Genesis 11 >