< Genesis 16 >

1 Tsono Sarai, mkazi wa Abramu anali asanamuberekere ana Abramuyo. Koma anali ndi wantchito wamkazi wa ku Igupto dzina lake Hagara;
ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା।
2 ndipo Sarai anati kwa Abramu, “Yehova sanalole kuti ine ndikhale ndi ana. Bwanji mulowe mwa wantchito wanga wamkaziyu kuti mwina ndingaone ana kudzera mwa iyeyu.” Abramu anamvera Sarai.
ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ।
3 Tsono Sarai anatenga Hagara wantchito wake wamkazi wa ku Igupto uja namupereka kwa Abramu mwamuna wake kuti akhale mkazi wake. Izi zinachitika Abramu atakhala ku Kanaani zaka khumi.
ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।
4 Abramu atalowana ndi Hagara, Hagara uja anatenga mimba. Pamene Hagara anadziwa kuti anali woyembekezera anayamba kunyoza mbuye wake Sarai.
ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛଜ୍ଞାନ କରିବାକୁ ଲାଗିଲା।
5 Pamenepo Sarai anati kwa Abramu, “Inu ndinu amene mwandiputira nkhanza zikundichitikirazi. Ndinakupatsani wantchito wanga wamkazi kuti akhale mkazi wanu, ndiye tsopano wayamba kundinyoza ine chifukwa wadziwa kuti ndi woyembekezera. Yehova ndiye amene aweruze pakati pa inu ndi ine.”
ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”
6 Abramu anati, “Wantchito wakoyu ali mʼmanja mwako. Chita naye chilichonse chimene ukuganiza kuti ndi chokukomera.” Tsono Sarai anazunza Hagara mpaka anathawa.
ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।
7 Mngelo wa Yehova anamupeza Hagara pafupi ndi chitsime mʼchipululu. Chinali chitsime chimene chili mʼmphepete mwa msewu wopita ku Suri.
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍‍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,
8 Ndipo mngeloyo anati, “Hagara, iwe wantchito wa Sarai, ukuchokera kuti ndipo ukupita kuti?” Iye anayankha, “Ndikuthawa mbuye wanga Sarai.”
“ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”
9 Mngelo wa Yehova anamuwuza kuti, “Bwerera kwa mbuye wako ndipo ukamugonjere.
ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରିଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”
10 Ndidzakupatsa zidzukulu zambiri zoti munthu sangaziwerenge.”
ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।”
11 Mngelo wa Yehova uja anamuwuzanso kuti, “Ndiwe woyembekezera ndipo udzabala mwana wamwamuna. Udzamutcha dzina lake Ismaeli, pakuti Yehova wamva kulira chifukwa cha kuzunzika kwako.
ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।
12 Iye adzakhala munthu wa khalidwe ngati mʼmbulu wamisala; adzadana ndi aliyense ndipo anthu onse adzadana naye, adzakhala mwaudani pakati pa abale ake onse.”
ପୁଣି, ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ୱରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି, ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।”
13 Hagara anatcha Yehova amene anamuyankhula uja dzina loti: “Ndinu Mulungu amene mumandiona,” popeza anati, “Ndakumana ndi Yehova atatha kundikomera mtima.”
ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, “ମଦ୍ଦର୍ଶକ ପରମେଶ୍ୱର” (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି!”
14 Nʼchifukwa chake chitsime chija chimene chili pakati pa Kadesi ndi Beredi chinatchedwa Beeri-lahai-roi.
ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।
15 Tsono Hagara anamuberekera Abramu mwana wamwamuna ndipo Abramu anamutcha mwanayo Ismaeli.
ଏଥିଉତ୍ତାରେ ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାୟେଲ ଦେଲେ।
16 Pamene Hagara anamubalira Ismaeli nʼkuti Abramuyo ali ndi zaka 86.
ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାୟେଲକୁ ପ୍ରସବ କଲା।

< Genesis 16 >