< Genesis 2 >

1 Motero kumwamba, dziko lapansi ndi zonse za mʼmenemo zinatha kulengedwa monga mwa kuchuluka kwawo.
ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
2 Pofika tsiku lachisanu ndi chiwiri Mulungu anamaliza ntchito zonse zimene ankagwira ndipo pa tsiku lachisanu ndi chiwiri anapumula ku ntchito zake zonse.
ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
3 Ndipo Mulungu anadalitsa tsiku lachisanu ndi chiwiri nalipatula, chifukwa pa tsiku limeneli Iye anapumula ku ntchito yonse yolenga imene anayigwira.
ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
4 Mbiri ya momwe kumwamba ndi dziko lapansi zinalengedwera pa tsiku lija Yehova Mulungu ankazilenga ndi iyi: Yehova Mulungu atapanga dziko lapansi ndi kumwamba,
ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
5 zitsamba zinali zisanamere ndipo chomera chilichonse chinali chisanamerenso popeza Yehova Mulungu anali asanagwetse mvula pa dziko lapansi. Panalibe munthu wolima nthaka,
ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
6 koma kasupe ankatuluka mʼnthaka ndi kuthirira pa dziko lonse.
ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
7 Tsono Yehova Mulungu anawumba munthu kuchokera ku dothi nawuziramo mpweya wamoyo mʼmphuno mwake ndipo munthuyo anakhala wamoyo.
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
8 Kenaka Yehova Mulungu anatsekula munda wa Edeni chakummawa; kumeneko anayikako munthu amene anamupanga uja.
ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
9 Ndipo Yehova Mulungu anameretsa mʼmundamo mitengo ya mitundu yonse. Inali mitengo yokongola ndi ya zipatso zokoma. Pakati pa munda uja panali mtengo wopatsa moyo ndi mtengo wopatsa nzeru zodziwitsa chabwino ndi choyipa.
ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
10 Mtsinje wothirira mundawo unkatuluka mu Edeni; kuchokera apo unkagawikana kukhala mitsinje inayi.
ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା।
11 Dzina la mtsinje woyamba ndi Pisoni; uwu umazungulira dziko lonse la Havila, kumene kuli golide.
ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।
12 (Golide wa ku dziko ili ndi wabwino. Kulinso miyala yokongola ya bedola ndi onikisi).
ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।
13 Dzina la mtsinje wachiwiri ndi Gihoni; uwu umazungulira dziko lonse la Kusi.
ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।
14 Dzina la mtsinje wachitatu ndi Tigirisi; umayenda chakummawa kwa Asiriya. Ndipo mtsinje wachinayi ndi Yufurate.
ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।
15 Yehova Mulungu anatenga munthu uja ndi kumuyika mʼmunda wa Edeni kuti awulime ndi kuwusamalira.
ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
16 Ndipo Yehova Mulungu analamula munthu uja kuti, “Uzidya zipatso za mu mtengo wina uliwonse mʼmundamu;
ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରିପାର,
17 koma usadye zipatso za mu mtengo wodziwitsa chabwino ndi choyipa, popeza ukadzadya za mu mtengowu udzafa ndithu.”
ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
18 Ndipo Yehova Mulungu anati, “Sibwino kuti munthu akhale yekha. Ndidzamupangira mnzake womuthandiza.”
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
19 Kenaka Yehova Mulungu anawumba ndi dothi nyama zonse zakuthengo ndi mbalame zonse zamlengalenga. Ndipo Iye anapita nazo kwa munthu uja kuti akazipatse mayina; ndipo dzina lililonse limene Adamu anapereka ku chamoyo chilichonse, lomwelo linakhala dzina lake.
ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
20 Choncho Adamu anazitcha mayina ziweto zonse, mbalame zamlengalenga ndi nyama zakuthengo zonse. Komabe munthu uja analibe mnzake womuthandiza.
ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
21 Tsono Yehova Mulungu anamugonetsa munthu uja tulo tofa nato; ali mtulo chomwecho, Mulungu anachotsa imodzi mwa nthiti zake ndi kutseka pamalopo ndi mnofu.
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
22 Motero Yehova Mulungu anapanga mkazi ndi nthiti ija imene anatenga kwa munthu uja nabwera naye kwa iye.
ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
23 Munthu uja anati, “Uyu ndiye fupa lochokera ku mafupa anga ndi mnofu wochokera ku mnofu wanga; adzatchedwa ‘mkazi,’ popeza wachokera mwa mwamuna.”
ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
24 Nʼchifukwa chake, mwamuna amasiya abambo ndi amayi ake nakaphatikana ndi mkazi wake ndipo awiriwo amakhala thupi limodzi.
ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
25 Munthu uja ndi mkazi wakeyo, onse awiri anali maliseche ndipo analibe manyazi.
ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।

< Genesis 2 >