< Genesis 26 >

1 Tsono kunagwa njala ina mʼdzikomo kuwonjezera pa ija ya poyamba ya nthawi ya Abrahamu ndipo Isake anapita kwa Abimeleki mfumu ya Afilisti ku Gerari.
ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‌ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।
2 Yehova anadza kwa Isake nati, “Usapite ku Igupto; koma ukhale mʼdziko limene ndidzakuwuza kuti ukakhalemo.
ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।
3 Khala mʼdziko lino ndipo ndidzakhala nawe ndi kukudalitsa. Pakuti kwa iwe ndi zidzukulu zako ndidzapereka mayiko onsewa. Choncho ndidzakwaniritsa pangano limene ndinalumbira kwa Abrahamu, abambo ako.
ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
4 Zidzukulu zako ndidzazichulukitsa ngati nyenyezi za mu mlengalenga ndi kuzipatsa mayiko onsewa. Ndiponso anthu onse a pa dziko lapansi adzadalitsika kudzera mwa zidzukulu zako,
ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।
5 chifukwa Abrahamu anandimvera, nasunga malamulo anga onse.”
ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”
6 Choncho Isake anakhala ku Gerari.
ତହିଁରେ ଇସ୍‌ହାକ ଗରାରଠାରେ ବାସ କଲେ।
7 Anthu akumaloko atafunsa Isake za mkazi wake, iye anati, “Ndi mlongo wanga ameneyu.” Iye anaopa kunena kuti, “Ndi mkazi wanga ameneyu,” popeza ankaganiza kuti anthu akumeneku akhoza kumupha ndi kukwatira mkazi wake popeza Rebeka anali wokongola.
ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।
8 Isake atakhalako kumeneko nthawi yayitali, Abimeleki mfumu ya Afilisti, anasuzumira pa zenera kuyangʼana kunja, ndipo anaona Isake akugwiragwira Rebeka, mkazi wake.
ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍‌ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।
9 Choncho Abimeleki anamuyitanitsa Isake nati, “Uyu ndi mkazi wako ndithu! Nanga bwanji umati, ‘Ndi mlongo wanga’?” Ndipo Isake anamuyankha kuti, “Ine ndimaganiza kuti ndingataye moyo wanga chifukwa cha iyeyu.”
ତେଣୁ ଅବିମେଲକ ଇସ୍‌ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ‘ତୁମ୍ଭେ ତାହାକୁ ଆପଣା ଭଗିନୀ’ ବୋଲି କିପରି କହିଲ?” ସେତେବେଳେ ଇସ୍‌ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”
10 Tsono Abimeleki anati, “Nʼchiyani chimene watichitira? Mmodzi mwa anthuwa anatsala pangʼono kugona ndi mkazi wako ndipo ukanatisandutsa ife kukhala olakwa.”
ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”
11 Choncho Abimeleki analamula anthu ake onse nati, “Aliyense amene avutitse munthu uyu pamodzi ndi mkazi wake adzaphedwa ndithu.”
ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେକେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”
12 Isake anadzala mbewu mʼmunda, ndipo chaka chomwecho anakolola zinthu zambiri chifukwa Yehova anamudalitsa.
ଏଥିଉତ୍ତାରେ ଇସ୍‌ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।
13 Isake analemera. Chuma chake chinkachulukirachulukira mpaka anasanduka munthu wolemera kwambiri.
ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି, ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ ହେଲେ
14 Anali ndi nkhosa, ngʼombe ndi antchito ambiri mwakuti Afilisti anamuchitira nsanje.
ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।
15 Nthawi iyi nʼkuti Afilisti atakwirira ndi dothi zitsime zonse zimene antchito abambo ake Abrahamu anakumba mu nthawi ya abambo akewo.
ଏଣୁ ତାଙ୍କର ପିତା ଅବ୍ରହାମଙ୍କ ସମୟରେ ତାଙ୍କ ପିତାଙ୍କ ଦାସମାନେ ଯେଉଁ ଯେଉଁ କୂପ ଖୋଳିଥିଲେ, ପଲେଷ୍ଟୀୟ ଲୋକମାନେ ମୃତ୍ତିକା ଦ୍ୱାରା ସେହି ସବୁ ପୋତି ପକାଇଲେ।
16 Ndipo Abimeleki anati kwa Isake, “Muchoke pakati pathu chifukwa mwasanduka wamphamvu kuposa ife.”
ଏଥିଉତ୍ତାରେ ଅବିମେଲକ ଇସ୍‌ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”
17 Choncho Isake anachokako kumeneko nakakhala ku chigwa cha Gerari kumene anakhazikikako.
ତହିଁରେ ଇସ୍‌ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ବୁ ସ୍ଥାପନ କରି ସେହିଠାରେ ବାସ କଲେ।
18 Isake anafukulanso zitsime zija zimene zinakumbidwa mu nthawi ya abambo ake Abrahamu. Atamwalira Abrahamu, Afilisti anakwirira zitsimezi. Tsono anazitcha mayina omwewo amene abambo ake anazitcha.
ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍‌ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ।
19 Antchito a Isake anakumba mʼchigwamo ndipo anapezamo kasupe wa madzi.
ଆଉ ଇସ୍‌ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।
20 Koma abusa a ku Gerari anakangana ndi abusa a Isake nati, “Madziwa ndi athu.” Motero iye anachitcha chitsimecho Mkangano chifukwa anakangana naye.
ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍‌ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ “ଏଷକ” (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ।
21 Kenaka iwo anakumba chitsime china, koma anakangananso chifukwa cha chitsimecho. Choncho anachitcha dzina lakuti Chidani.
ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍‌ହାକ ତହିଁର ନାମ “ସିଟ୍ନା” (ଶତ୍ରୁତା) ରଖିଲେ।
22 Anachokapo pamenepo nakakumba china. Koma apa sanakanganiranenso ndi munthu. Iye anachitcha Kutakasuka, nati, “Tsopano Yehova watipatsa ife malo otakasukirako ndipo tilemera muno.”
ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍‍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, “ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।”
23 Kenaka Isake anachoka ku malo kuja kupita ku Beeriseba.
ଏଥିଉତ୍ତାରେ ସେ ସେହି ସ୍ଥାନରୁ ବେର୍‍ଶେବାକୁ ଗଲେ।
24 Usiku umenewo Yehova anadza kwa Isake nati, “Ine ndine Mulungu wa abambo ako Abrahamu. Usachite mantha popeza Ine ndili ndi iwe. Ndidzakudalitsa ndipo ndidzakupatsa zidzukulu zambiri chifukwa cha mtumiki wanga Abrahamu.”
ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”
25 Isake anamanga guwa lansembe pamenepo ndipo anapembedza Yehova. Pomwepo anamanga tenti yake, ndipo antchito ake anakumba chitsime.
ଏଥିଉତ୍ତାରେ ଇସ୍‌ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟିଏ କୂପ ଖୋଳିଲେ।
26 Abimeleki pamodzi ndi Ahuzati mlangizi wake ndi Fikolo mkulu wa ankhondo ake anabwera kwa Isake kuchokera ku Gerari.
ଏଥିଉତ୍ତାରେ ଅବିମେଲକ ଅହୁଷତ୍‍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକୁ ସଙ୍ଗରେ ଘେନି ଗରାରଠାରୁ ଇସ୍‌ହାକଙ୍କ ନିକଟକୁ ଗଲେ।
27 Tsopano Isake anawafunsa kuti, “Bwanji mwabwera kwa ine, popeza munandichitira nkhanza ndi kundithamangitsa?”
ତହିଁରେ ଇସ୍‌ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କାହିଁକି ଆସିଅଛ?”
28 Iwo anayankha, “Tsopano tadziwa kuti Yehova anali ndi iwe; ndiye taganiza kuti inu ndi ife tichite lumbiro. Ife tichite pangano ndi inu
ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ;
29 kuti inu simudzatichitira zoyipa monga ifenso sitinakuchitireni nkhondo. Ife tinakuchitirani zabwino zokhazokha, ndipo tinakulolani kuti musamuke kuchoka kwathu mu mtendere. Tsopano Yehova wakudalitsani.”
ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରି ନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରି ନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”
30 Tsono Isake anawakonzera phwando, ndipo anadya ndi kumwa.
ସେତେବେଳେ ଇସ୍‌ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ।
31 Mmawa wake aliyense analumbira pangano kwa mnzake. Tsono Isake anawalola kuti anyamuke ndipo anamusiya mu mtendere.
ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍‌ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ।
32 Tsiku limenelo, antchito a Isake anabwera namuwuza za chitsime chimene anakumba. Iwo anati, “Tawapeza madzi!”
ସେହି ଦିନ ଇସ୍‌ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।”
33 Iye chitsimecho anachitcha Pangano. Nʼchifukwa chake mzindawu umatchedwa Beeriseba mpaka lero.
ଏହେତୁ ସେ ସେହି କୂପର ନାମ ଶୀବା ରଖିଲେ, ପୁଣି, ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନଗର ବେର୍‍ଶେବା ନାମରେ ଖ୍ୟାତ ଅଟେ।
34 Pamene Esau anali ndi zaka 40, anakwatira Yuditi mwana wamkazi wa Beeri Mhiti. Anakwatiranso Basemati mwana wa mkazi wa Eloni Mhiti.
ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍‍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନ୍‍ର ବାସମତ୍‍ ନାମ୍ନୀ କନ୍ୟାକୁ ବିବାହ କଲେ।
35 Akazi awiriwa anasandutsa Isake ndi Rebeka kukhala ndi moyo wa madandawulo nthawi zonse.
ମାତ୍ର ସେମାନେ ଇସ୍‌ହାକ ଓ ରିବିକାଙ୍କ ମନର ଦୁଃଖଦାୟିନୀ ହେଲେ।

< Genesis 26 >