< Genesis 27 >
1 Isake atakalamba maso ake anachita khungu mwakuti sankatha kuona. Iye anayitana mwana wake wamkulu Esau nati kwa iye, “Mwana wanga.” Iye anayankha, “Ine abambo.”
ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।”
2 Isake anati, “Tsopano ine ndakalamba, ndipo sindidziwa tsiku langa lakufa.
ତହୁଁ ସେ ତାହାଙ୍କୁ କହିଲେ, “ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁ ଦିନ ମୋହର ମୃତ୍ୟୁୁ ହେବ, ତାହା ମୁଁ ଜାଣେ ନାହିଁ।
3 Tsono tenga zida zako, muvi wako ndi uta, pita kuthengo ukandiphere nyama.
ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ।
4 Undikonzere chakudya chabwino monga muja ndimakonderamu ndipo ubwere nacho kwa ine kuti ndidye ndi kuti ndikudalitse ndisanamwalire.”
ପୁଣି, ମୁଁ ଯେରୂପ ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।”
5 Koma Rebeka amamvetsera pamene Isake amayankhula ndi mwana wake Esau. Esau atanyamuka kupita kuthengo kukaphera abambo ake nyama,
ଇସ୍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,
6 Rebeka anati kwa mwana wake Yakobo, “Taona ndamva abambo ako akuwuza mʼbale wako Esau kuti,
ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି,
7 ‘Bweretsere nyama yakutchire ndipo undikonzere chakudya chokoma kuti ndidye; kuti ndikudalitse pamaso pa Yehova ndisanamwalire.’
ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’
8 Tsopano mwana wanga, mvetsetsa ndipo uchite zimene ndikuwuze:
ଏନିମନ୍ତେ, ପୁଅ, ଏବେ ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ମୋହର ସେହି କଥା ଶୁଣ।
9 Pita ku khola, ukatenge ana ambuzi abwino awiri, kuti ndikonzere abambo ako chakudya chokoma monga amakondera.
ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପାʼନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି।
10 Kenaka upite nacho chakudyacho kwa abambo ako kuti adye ndi kukudalitsa asanafe.”
ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବେ।”
11 Koma Yakobo anati kwa Rebeka amayi ake, “Komatu mʼbale wanga Esau ndi munthu wa khungu la ubweya zedi, ndipo ine ndine munthu wa khungu losalala.
ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ।
12 Mwina abambo anga adzandikhudza, ndipo ndidzaoneka kuti ndawapusitsa. Tsono ndizadzitengera temberero mʼmalo mwa madalitso.”
ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”
13 Amayi ake anati kwa iye, “Mwana wanga, temberero limenelo ligwere ine. Iwe ungochita zimene ine ndikukuwuza; pita kanditengere timbuzito.”
ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋʼ କଥା ମାନ ଓ ଯାଇ ଛେଳିଛୁଆ ଆଣ।”
14 Choncho anapita nakatenga timbuzito ndi kubwera nato kwa amayi ake. Choncho Rebeka anaphika chakudya chokoma monga momwe Isake amakondera.
ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା।
15 Tsono Rebeka anatenga zovala zabwino kwambiri za Esau mwana wake wamkulu zimene zinali mʼnyumba namuveka Yakobo.
ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।
16 Anamuvekanso manja ake ndi khosi lake ndi zikopa za mwana wambuzi.
ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।
17 Kenaka, anamupatsa Yakobo chakudya chokoma chija chimene anaphika pamodzi ndi buledi.
ଆଉ ସେହି ରନ୍ଧା ସୁସ୍ୱାଦୁ ଖାଦ୍ୟ ଓ ରୁଟି ଯାକୁବର ହସ୍ତରେ ଦେଲା।
18 Yakobo anapita kwa abambo ake ndipo anati, “Abambo anga.” Ndipo anayankha, “Eya, kodi ndiwe mwana wanga uti?”
ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?”
19 Yakobo anati kwa abambo ake, “Ndine Esau mwana wanu woyamba. Ndachita monga munandiwuzira. Chonde dzukani ndi kukhala tsonga kuti mudyeko nyama ndakukonzeraniyi kuti tsono mundidalitse.”
ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି, ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
20 Isake anafunsa mwana wake, “Wayipeza msanga chotere bwanji mwana wanga?” Iye anayankha, “Yehova Mulungu wanu anandithandiza kuti ndiyipeze.”
ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।”
21 Pamenepo Isake anati kwa Yakobo, “Tabwera pafupi ndikukhudze mwana wanga, kuti ndidziwedi ngati uli mwana wanga Esau kapena ayi.”
ଇସ୍ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।”
22 Yakobo anasendera kufupi ndi abambo ake Isake ndipo anamukhudza nati, “Mawuwa ndi mawu a Yakobo koma mikonoyi ndi mikono ya Esau.”
ତହୁଁ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।”
23 Sanamuzindikire, popeza mikono yake inali ndi ubweya ngati ya mʼbale wake Esau; choncho anamudalitsa.
ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।
24 Isake anafunsa, “Kodi ndiwedi mwana wanga Esau?” Yakobo anayankha, “Inde ndine.”
ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ?” ସେ କହିଲା, “ହଁ, ମୁଁ ସେହି।”
25 Ndipo iye anati, “Mwana wanga, patseko nyama yakoyo ndidye kuti ndikudalitse.” Yakobo anabwera ndi nyama ija kwa Isake ndipo anadya. Kenaka anamupatsanso vinyo ndipo anamwa.
ସେତେବେଳେ ଇସ୍ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।
26 Tsono Isake anati kwa Yakobo, “Bwera kuno mwana wanga undipsompsone.”
ଏଥିଉତ୍ତାରେ ତାହାର ପିତା ଇସ୍ହାକ କହିଲେ, “ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ବନ କର।”
27 Choncho anapita namupsompsona. Apa Isake anamva fungo la zovala zake, ndipo anamudalitsa nati, “Haa, fungo la mwana wanga lili ngati fungo la munda umene Yehova waudalitsa.
ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;
28 Mulungu akugwetsere mame akumwamba ndipo minda yako ibale tirigu wambiri ndi vinyo watsopano.
ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;
29 Mitundu ya anthu ikutumikire iwe ndipo anthu akugwadire iwe. Ukhale wolamula abale ako, ndipo ana aamuna a amayi ako akugwadire. Amene akutemberera iwe atembereredwe ndipo amene adalitsa iwe adalitsike.”
ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”
30 Isake atatsiriza kudalitsa Yakobo, atangochoka pamaso pa abambo akewo, Esau anabwera kuchokera kosaka kuja.
ଏହି ପ୍ରକାରେ ଇସ୍ହାକ ଯାକୁବଙ୍କୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟରୁ ବାହାର ହେବା ମାତ୍ରେ ତାହାର ଭ୍ରାତା ଏଷୌ ଶିକାରରୁ ଆସିଲା।
31 Nayenso anakonza chakudya chokoma nabwera nacho kwa abambo ake. Ndipo anati kwa iye, “Chonde abambo, dzukani mukhale tsonga kuti mudye nyamayi ndi kuti mundidalitse.”
ପୁଣି, ସେ ମଧ୍ୟ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, “ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
32 Abambo ake, Isake, anamufunsa kuti, “Ndiwe yani?” Iye anayankha, “Ndine mwana wanu woyamba Esau.”
ତହିଁରେ ତାହାର ପିତା ଇସ୍ହାକ କହିଲେ, “ତୁମ୍ଭେ କିଏ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।”
33 Isake ananjenjemera kwambiri nati, “Nanga ndani uja anakapha nyama kutchire nʼkudzandipatsa? Ine ndadya kale, ndadya nyamayo iwe utangotsala pangʼono kubwera ndipo ndamudalitsa ndipo adzakhaladi wodalitsika.”
ସେତେବେଳେ ଇସ୍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”
34 Esau atamva mawu a abambo ake, analira mokweza ndi mowawidwa mtima nati kwa abambo ake, “Inenso dalitseni abambo anga!”
ଏଷୌ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।”
35 Koma iye anati, “Mʼbale wako anabwera mwachinyengo ndipo watenga madalitso ako.”
ତହିଁରେ ଇସ୍ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।”
36 Esau anati, “Kodi nʼchifukwa chake iyeyu dzina lake lili Yakobo eti? Aka nʼkachiwiri kundinyenga: Anatenga ukulu wanga, pano watenga madalitso anga!” Kenaka anafunsa, “Kodi simunandisungireko ena madalitsowo?”
ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇ ଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?”
37 Koma Isake anamuyankha nati, “Ndamudalitsa iye kuti akhale wokulamulira iwe. Ndaperekanso abale ake onse kuti akhale omutumikira iye, ndipo ndamudalitsa ndi tirigu wambiri, ndi vinyo watsopano. Ndiye ndingakuchitirenso chiyani mwana wanga?”
ତହୁଁ ଇସ୍ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ?”
38 Esau anati kwa abambo ake, “Kodi muli ndi dalitso limodzi lokhali, abambo anga? Inenso mundidalitse chonde abambo anga!” Pomwepo Esau analira mokuwa.
ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା।
39 Tsono Isake abambo ake anamuyankha kuti, “Malo ako okhalapo sadzabala dzinthu, ndipo mvula sidzagwa pa minda yako.
ତହୁଁ ତାହାର ପିତା ଇସ୍ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।
40 Udzakhala ndi moyo podalira lupanga ndipo udzatumikira mʼbale wako. Koma idzafika nthawi pamene udzakhala mfulu udzachotsa goli lake mʼkhosi mwako.”
ତୁମ୍ଭେ ଖଡ୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ଡାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ।”
41 Ndipo Esau anamusungira chiwembu Yakobo chifukwa cha madalitso amene abambo ake anamupatsa. Esau anati kwa iye yekha, “Masiku olira abambo anga ayandikira; pambuyo pake ndidzamupha mʼbale wangayu Yakobo.”
ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”
42 Pamene Rebeka anamva zimene mwana wake wamkulu Esau ankaganiza, anayitanitsa Yakobo nati kwa iye, “Mʼbale wako Esau akulingalira zakuti akuphe kuti akulipsire.
ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି।
43 Tsopano mwana wanga, chita zimene ndinene: Nyamuka tsopano, uthawire kwa mlongo wanga Labani ku Harani.
ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ।
44 Ukakhale naye kwa kanthawi mpaka mkwiyo wa mʼbale wako utatsika.
ପୁଣି, ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ଡ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି ଦିନ ସେଠାରେ ଥାଅ;
45 Tsono mkwiyo wa mʼbale wakoyo ukadzatsika ndi kuyiwala zonse wamuchitirazi, ndidzatuma munthu kuti adzakutenge. Nanga nditayirenji nonse awiri nthawi imodzi?”
ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରିଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି?”
46 Tsono Rebeka anati kwa Isake, “Ine sindikukondwera nawo anamwali a Chihiti. Ndipo ngati Yakobo angapeze mbeta kuno mwa anamwali a Chihitiwa, ndiye kuli bwino kungofa.”
ଏଥିଉତ୍ତାରେ ରିବିକା ଇସ୍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ?”