< Genesis 42 >

1 Yakobo atamva kuti ku Igupto kuli tirigu, anati kwa ana ake, “Nʼchifukwa chiyani mukungoyangʼanana wina ndi mnzake?
ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ?”
2 Ine ndamva kuti ku Igupto kuli tirigu. Pitani kumeneko mukatigulireko kuti tisafe ndi njala.”
ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”
3 Choncho abale ake khumi a Yosefe anapita kukagula tirigu ku Igupto.
ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ।
4 Koma Yakobo sanamulole Benjamini mngʼono wake wa Yosefe kuti apite nawo chifukwa anaopa kuti choyipa chingamuchitikire.
ମାତ୍ର ଯାକୁବ ଯୋଷେଫଙ୍କର ସହୋଦର ବିନ୍ୟାମୀନ୍‍କୁ ଭାଇମାନଙ୍କ ସଙ୍ଗରେ ପଠାଇଲେ ନାହିଁ; କାରଣ ସେ କହିଲେ, “କେଜାଣି ଅବା ଏହାକୁ ବିପତ୍ତି ଘଟେ।”
5 Choncho ana a Israeli aja anapita pamodzi ndi gulu la anzawo kukagula tirigu pakuti ku Kanaani kunalinso njala.
ସେତେବେଳେ ସେଠାକୁ ଯିବା ଲୋକମାନଙ୍କ ମଧ୍ୟରେ ଇସ୍ରାଏଲଙ୍କର ପୁତ୍ରମାନେ ଶସ୍ୟ କିଣିବା ନିମନ୍ତେ ଗଲେ; ଯେହେତୁ କିଣାନ ଦେଶରେ ମଧ୍ୟ ଦୁର୍ଭିକ୍ଷ ଥିଲା।
6 Pakuti Yosefe anali nduna yayikulu yolamulira dziko la Igupto, ndiye kuti analinso amene ankagulitsa tirigu kwa anthu onse. Choncho abale ake a Yosefe nawonso anabwera, ndipo anamugwadira pansi.
ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।
7 Yosefe atangowaona abale ake anawazindikira, koma ananamizira kukhala ngati mlendo nawayankhula mwaukali kuwafunsa kuti, “Mwachokera kuti?” Iwo anayankha, “Ku dziko la Kanaani, tikudzagula chakudya.”
ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।”
8 Ngakhale Yosefe anawazindikira abale ake, koma iwo sanamuzindikire.
ମାତ୍ର ଯୋଷେଫ ଆପଣା ଭାଇମାନଙ୍କୁ ଚିହ୍ନିଲେ ହେଁ ସେମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ।
9 Pamenepo anakumbukira maloto aja amene analota za iwo ndipo anati, “Inu ndinu akazitape! Mwabwera kudzazonda dziko lathu kuti muone pamene palibe chitetezo.”
ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”
10 Iwo anayankha, “Ayi mbuye wathu, antchito anufe tabwera kudzagula chakudya.
ସେମାନେ କହିଲେ, “ନା ପ୍ରଭୋ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି।
11 Tonse ndife ana a munthu mmodzi. Ndife antchito anu okhulupirika osati akazitape.”
ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହନ୍ତି।”
12 Iye anawawuza kuti, “Ayi! Inu mwabwera kudzaona pamene palibe chitetezo mʼdziko muno.”
ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।”
13 Koma iwo anayankha, “Tinalipo ana aamuna khumi ndi awiri. Abambo athu ndi mmodzi, ndipo kwathu ndi ku Kanaani. Panopo wotsiriza ali ndi abambo athu ndipo wina anamwalira.”
ସେମାନେ କହିଲେ, “ଆପଣଙ୍କର ଏହି ଦାସମାନେ ଦ୍ୱାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି, ଜଣେ ନାହିଁ।”
14 Yosefe anawawuza kuti, “Ndi momwe ndaneneramo: Inu ndinu akazitape.
ତହୁଁ ଯୋଷେଫ ସେମାନଙ୍କୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଚୋର ବୋଲି ଯାହା କହିଲୁ, ତୁମ୍ଭେମାନେ ତାହା ହିଁ ପ୍ରମାଣ।
15 Ndiye ndikuyesani motere: Ine ndikulumbira pali Farao ndithu, inuyo simudzachoka malo ano mpaka wotsirizayo atabwera kuno.
ଏହା ଦ୍ୱାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।
16 Tumizani mmodzi wa inu akamutenge mʼbale wanuyo ndipo ena nonsenu musungidwa mʼndende, kuti titsimikize ngati zimene mukunenazi ndi zoona. Apo ayi, pali Farao ndithu, inu ndinu akazitape!”
ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକୁ ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚୋର ଅଟ।”
17 Ndipo onse anawayika mʼndende kwa masiku atatu.
ତହୁଁ ଯୋଷେଫ ସେମାନଙ୍କୁ ତିନି ଦିନ କାରାଗାରରେ ବନ୍ଦ କରି ରଖିଲେ।
18 Pa tsiku lachitatu Yosefe anawawuza kuti, “Popeza ine ndimaopa Mulungu, ndipo inuyo ngati mukufuna kukhala ndi moyo muchite izi:
ପୁଣି, ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ।
19 Ngati muli anthu achilungamo, mmodzi wa inu atsale mʼndende, pamene ena nonse mupite kwanu kuti muwatengere chakudya anthu akwanu kuli njalako.
ତୁମ୍ଭେମାନେ ଯଦି ସଚ୍ଚୋଟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକୁ ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ।
20 Mukabwere naye kuno mngʼono wanu wotsirizayo kuti titsimikizire zimene munanena kuti musafe.” Ndipo anachita zomwezo.
ମାତ୍ର ତୁମ୍ଭେମାନେ ଆପଣା ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତହିଁରେ ତୁମ୍ଭମାନଙ୍କ କଥା ସପ୍ରମାଣ ହେଲେ, ତୁମ୍ଭେମାନେ ମରିବ ନାହିଁ।” ତହୁଁ ସେମାନେ ସେହି ପ୍ରକାର କଲେ।
21 Iwo anati kwa wina ndi mnzake, “Ndithu ife tinalakwira mʼbale wathu uja popeza kuti ngakhale tinaona kuvutika kwake ndi kumva kulira kwake pamene ankatidandaulira kuti timuchitire chifundo, koma ife sitinamvere. Nʼchifukwa chake masautso awa atigwera.”
ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।”
22 Rubeni anayankha, “Kodi sindinakuwuzeni kuti musamuchite kanthu mnyamata uja? Koma inu simunamvere! Tsopano tikulandira malipiro a magazi ake.”
ସେତେବେଳେ ରୁବେନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ‘ସେହି ବାଳକ ବିଷୟରେ ପାପ କର ନାହିଁ,’ ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆଯାଉଅଛି।”
23 Koma sanadziwe kuti Yosefe ankawamva popeza kuti ankagwiritsa ntchito wotanthauzira poyankhula naye.
ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ୱିଭାଷୀ ଦ୍ୱାରା ସେମାନଙ୍କ ସହିତ କଥା କହୁଥିଲେ;
24 Yosefe anapita pambali payekha kukalira. Kenaka anabweranso nadzayankhula nawo. Iye anatenga Simeoni namumanga iwo akuona.
ଏଥିଉତ୍ତାରେ ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।
25 Yosefe analamula kuti awadzazire matumba awo ndi tirigu, awayikiremo ndalama zawo momwemo ndiponso awapatse chakudya cha panjira. Izi anawachitiradi.
ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,
26 Abale a Yosefe aja anasenzetsa abulu awo tirigu amene anagula uja ndipo ananyamuka ulendo wawo.
ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ଲଦି ସେଠାରୁ ପ୍ରସ୍ଥାନ କଲେ।
27 Atafika pamalo pena poti agone, mmodzi mwa iwo anatsekula thumba lake kuti atapemo chakudya cha bulu wake. Atangomasula anaona kuti ndalama zake zili pakamwa pa thumba.
ମାତ୍ର ଉତ୍ତରିବା ସ୍ଥାନରେ ଜଣେ ଗଧକୁ ଆହାର ଦେବା ନିମନ୍ତେ ପଟ ଫିଟାନ୍ତେ, ଆପଣା ଟଙ୍କା ଦେଖିଲା; କାରଣ ପଟ ମୁହଁରେ ଟଙ୍କା ଥିଲା।
28 Iye anati kwa abale akewo, “Ndalama zanga andibwezera, izi zili mʼthumba mwangamu.” Mitima yawo inachita ngati yachokamo ndipo anali ndi mantha ambiri, nati, “Ndi chiyani chimene Mulungu watichitira?”
ତହିଁରେ ସେ ଭାଇମାନଙ୍କୁ କହିଲା, “ମୋହର ଟଙ୍କା ଫେରି ଆସିଅଛି; ଏହି ଦେଖ, ତାହା ମୋʼ ପଟରେ ଅଛି।” ଏଣୁ ସେମାନଙ୍କର ହଂସା ଉଡ଼ିଗଲା, ଆଉ ସେମାନେ କମ୍ପିତ ହୋଇ ପରସ୍ପର ପ୍ରତି ଅନାଇ କହିଲେ, “ପରମେଶ୍ୱର ଆମ୍ଭମାନଙ୍କର ପ୍ରତି ଏ କି କର୍ମ କରିଅଛନ୍ତି?”
29 Atafika kwa abambo awo Yakobo mʼdziko la Kanaani anafotokoza zonse zimene zinawachitikira nati,
ଏଥିଉତ୍ତାରେ ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ ଜଣାଇ କହିଲେ,
30 “Nduna yayikulu ya mʼdzikomo inatiyankhula mwa ukali kwambiri ndipo inkatiyesa kuti ndife akazitape.
“ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚୋର ଜ୍ଞାନ କରି କଟୁ କଥା କହିଲା।
31 Koma tinamuwuza kuti, ‘Ndife anthu woona mtima osati akazitape.
ତହିଁରେ ଆମ୍ଭେମାନେ ତାକୁ କହିଲୁ, ‘ଆମ୍ଭେମାନେ ସଚ୍ଚୋଟ ଲୋକ, ଚୋର ନୋହୁଁ,
32 Ife tonse tinalipo ana aamuna khumi ndi awiri, abambo mmodzi. Mmodzi anamwalira, ndipo wamngʼono ali ndi abambo athu ku Kanaani.’”
ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାଙ୍କର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି, କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।’
33 Ndipo nduna ija inati kwa ife, “Kuti ndidziwedi kuti ndinu anthu owona mtima muchite izi: Mmodzi mwa inu atsale ndi ine kuno, ndipo enanu mutenge chakudya ndi kubwerera kwanu kumene kuli njalako.
ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, ‘ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ୱାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକୁ ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନିଯାଅ।
34 Koma mundibweretsere wotsirizayo kuti ndidziwedi kuti sindinu akazitape koma anthu achilungamo. Kenaka ndidzakubwezerani mʼbale wanuyu ndipo mukhoza kuchita malonda mʼdzikoli.”
ପୁଣି, ଆପଣାମାନଙ୍କ ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ସଚ୍ଚୋଟ ଲୋକ, ଚୋର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇଙ୍କୁ ତୁମ୍ଭମାନଙ୍କୁ ସମର୍ପଣ କରିଦେବା, ପୁଣି, ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ।’”
35 Pamene amakhuthula matumba awo a tirigu aliyense anapeza kuti kathumba kake ka ndalama kali momwemo. Ataona zimenezi, iwo pamodzi ndi abambo awo anachita mantha kwambiri.
ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତି ଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।
36 Abambo awo Yakobo anawawuza kuti, “Mwandilanda ana anga ine. Yosefe anamwalira ndipo Simeoni palibenso, ndiye tsopano mukufuna mutengenso Benjamini. Zonsezi zandigwera ine!”
ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, “ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି, ବିନ୍ୟାମୀନ୍‍କୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି।”
37 Koma Rubeni anati kwa abambo ake, “Ngati sindidzabwera naye kwa inu, mudzaphe ana anga aamuna awiri. Muperekeni mʼmanja mwangamu ndipo ndidzamusamala ndi kubwera naye kwa inu.”
ତହିଁରେ ରୁବେନ୍‍ ପିତାଙ୍କୁ କହିଲା, “ମୁଁ ଯଦି ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋʼ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।”
38 Koma Yakobo anati, “Mwana wanga sapita nanu kumeneko; mkulu wake anamwalira ndipo watsala yekha. Ngati choyipa chitamuchitikira pa ulendo mukupitawu, ndiye kuti ndi mmene ndakalambiramu inu mudzandipha ndi chisoni chotere.” (Sheol h7585)
ତେବେ ସେ କହିଲେ, “ମୋʼ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।” (Sheol h7585)

< Genesis 42 >