< Genesis 43 >

1 Njala inakula kwambiri mʼdzikomo.
ଏହି ସମୟରେ ମଧ୍ୟଦେଶରେ ଅତିଶୟ ଦୁର୍ଭିକ୍ଷ ଥିଲା।
2 Tsono atatha kudya tirigu yense amene anakatenga ku Igupto, Yakobo anati kwa ana ake aja, “Pitani kuti mukatigulire chakudya china pangʼono.”
ଏଥିନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।”
3 Koma Yuda anati kwa iye, “Munthu uja anatichenjeza monenetsa kuti, ‘Simudzandionanso ine pokhapokha mutabwera ndi mngʼono wanu.’
ତହିଁରେ ଯିହୁଦା ତାଙ୍କୁ କହିଲା, “ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’
4 Mukalola kuti mngʼono wathuyu apite nafe, ndiye ife tidzapita kukakugulirani chakudya.
ଏଣୁ ଯଦି ତୁମ୍ଭେ ଆମ୍ଭମାନଙ୍କ ଭାଇକୁ ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ।
5 Koma mukapanda kumulola, ife sitipita, chifukwa munthuyo anatiwuza kuti, ‘Simudzandionanso pokhapokha mutabwera ndi mngʼono wanuyo.’”
ମାତ୍ର ଯଦି ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’”
6 Tsono Israeli anafunsa kuti, “Bwanji inu munandiputira mavuto oterewa pomuwuza munthuyo kuti muli ndi mʼbale wanu wina?”
ତହିଁରେ ଇସ୍ରାଏଲ କହିଲେ, “ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋʼ ପ୍ରତି ଏପରି କୁବ୍ୟବହାର କାହିଁକି କଲ?”
7 Iwo anayankha, “Munthuyo ankangofunsafunsa za ife ndi za banja lathu. Iye anatifunsa kuti, ‘Kodi abambo anu akanali ndi moyo? Kodi muli ndi mʼbale wanu wina?’ Ife tinkangoyankha mafunso ake. Ife tikanadziwa bwanji kuti adzanena kuti, ‘Mubwere naye kuno mʼbale wanu’?”
ସେମାନେ କହିଲେ, “ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ‘ତୁମ୍ଭମାନଙ୍କ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି? ତୁମ୍ଭମାନଙ୍କର କି ଆଉ ଭାଇ ଅଛି?’ ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ‘ତୁମ୍ଭମାନଙ୍କ ଭାଇଙ୍କୁ ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ?’”
8 Ndipo Yuda anati kwa Israeli abambo ake, “Muloleni mnyamatayo apite ndi ine, ndipo tinyamuka nthawi yomweyo, kuti ife ndi inu pamodzi ndi ana athu tikhale ndi moyo.
ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, “ତୁମ୍ଭେ ସେହି ଯୁବାକୁ ମୋʼ ସଙ୍ଗରେ ପଠାଇଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ।
9 Ine ndidzipereka kuti ndikhale chikole cha moyo wa mnyamatayu. Ine ndidzamuteteza. Ngati sindibwera naye ndi kumupereka kwa inu, ndidzakhala wolakwa pamaso panu moyo wanga wonse.
ମୁଁ ତାହାର ଲଗା ହେଲି, ମୋʼ ହସ୍ତରୁ ତାକୁ ବୁଝି ନେବ; ମୁଁ ଯଦି ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋʼ ଉପରେ ବର୍ତ୍ତିବ।
10 Mmene zililimu, tikanapanda kuchedwa, bwenzi titapita ndi kubwerako kawiri.”
ଯଦି ଆମ୍ଭମାନଙ୍କର ଏତେ ବିଳମ୍ବ ହୋଇ ନ ଥାʼନ୍ତା, ତେବେ ଆମ୍ଭେମାନେ ଦ୍ୱିତୀୟ ଥର ବାହୁଡ଼ି ଆସନ୍ତୁଣି।”
11 Tsono abambo awo Israeli anawawuza kuti, “Ngati pafunika kutero, ndiye muchite izi: Ikanimo zipatso zabwino kwambiri za dziko lino mʼmatumba mwanu ndi kumutengera munthuyo ngati mphatso. Mumutengere mafuta wopaka pangʼono, uchi pangʼono, mafuta wonunkhiritsa chakudya, mule, mtedza ndi alimoni.
ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।
12 Mutenge ndalama zokwanira. Ndalama zina nʼzokamubwezera zija anakuyikirani mʼmatumba anu zija. Mwina anangolakwitsa.
ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇଯାଅ; କେଜାଣି ତାହା ଭୁଲ୍ ହୋଇଥିବ।
13 Mutengeninso mngʼono wanuyu ndi kubwerera kwa munthuyo msanga.
ପୁଣି, ଆପଣାମାନଙ୍କ ଭାଇଙ୍କୁ ଘେନି ଉଠି ପୁନର୍ବାର ସେହି ବ୍ୟକ୍ତି ନିକଟକୁ ଯାଅ।
14 Ndipo Mulungu Wamphamvuzonse akuchitireni chifundo pamaso pa munthuyo kuti akamulole mʼbale wanu wina uja ndi Benjamini kuti abwerere ndi inu. Kukakhala kulira, ndine wolira basi.”
ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍‍କୁ ଛାଡ଼ିଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”
15 Choncho abale aja anatenga mphatso, ndalama zokwanira ndi Benjamininso. Iwo anafulumira kupita ku Igupto ndipo anakaonekera kwa Yosefe.
ତହୁଁ ସେମାନେ ସେହି ଭେଟି ଦ୍ରବ୍ୟ ଓ ଦ୍ୱିଗୁଣ ଟଙ୍କା ଓ ବିନ୍ୟାମୀନ୍‍କୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ।
16 Yosefe ataona Benjamini ali pamodzi ndi abale ake, anati kwa wantchito wa mʼnyumba mwake, “Atengereni anthu awa ku nyumba kwanga, ndipo uphe nyama ndi kukonza bwino chakudya popeza amenewa adya ndi ine masana ano.”
ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମୀନ୍‍କୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, “ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ।”
17 Wantchitoyo anachita monga momwe Yosefe ananenera, ndipo anawatengera abale aja ku nyumba kwa Yosefe.
ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା।
18 Tsono anthu aja anachita mantha ataona kuti akuwatengera ku nyumba kwa Yosefe. Mʼmaganizo awo ankanena kuti, “Atibweretsa kuno chifukwa cha ndalama zija zinabwezeredwa mʼmatumba athu poyamba paja. Ameneyu akufuna kuti atipanikize ndi kutigwira ukapolo natilanda abulu athu.”
ପୁଣି, ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, “ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁ ନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛନ୍ତି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ।”
19 Choncho atafika pa khomo la nyumba ya Yosefe anamuyandikira wantchito wa Yosefe nayankhula naye kuti,
ତେଣୁ ସେମାନେ ଯୋଷେଫଙ୍କ ଗୃହାଧ୍ୟକ୍ଷ ନିକଟକୁ ଯାଇ ଗୃହର ପ୍ରବେଶ ସ୍ଥାନରେ ତାହା ସହିତ କଥାବାର୍ତ୍ତା କରି କହିଲେ,
20 “Pepani mbuye wathu, ife tinabweranso ulendo woyamba kudzagula chakudya
“ପ୍ରଭୋ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ;
21 koma titafika pa malo ena kuti tigone, tinatsekula matumba athu ndipo aliyense wa ife anapeza ndalama zake momwe zinalili zili pakamwa pa thumba lake. Ndiye tabwerera nazo.
ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍‍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।
22 Tabweretsanso ndalama zina kuti tigule chakudya. Sitikudziwa kuti kaya ndani anayika ndalamazo mʼmatumba athu.”
ପୁଣି, ଶସ୍ୟ କିଣିବା ନିମନ୍ତେ ଆମ୍ଭେମାନେ ଆଉ ଟଙ୍କା ଆଣିଅଛୁ; ମାତ୍ର ସେହି ଟଙ୍କା ଆମ୍ଭମାନଙ୍କ ପଟରେ କିଏ ରଖିଥିଲା, ଆମ୍ଭେମାନେ ତାହା ଜାଣି ନାହୁଁ।”
23 Koma iye anati, “Mitima yanu ikhale pansi ndipo musachite mantha. Mulungu wanu, Mulungu wa abambo anu, anakuyikirani chumacho mʼmatumba anu. Ine ndinalandira ndalama zanu.” Ndipo anakawatulutsira Simeoni.
ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତ ଧନ ଦେଇଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା।
24 Wantchito uja anawalowetsa anthuwo mʼnyumba ya Yosefe, nawapatsa madzi kuti asambe mapazi awo. Anadyetsanso abulu awo.
ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।
25 Abale aja anakonzeratu mphatso zawo zija kuti adzapereke kwa Yosefe, popeza anamva kuti Yosefe adzadya komweko masana.
ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟି ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ।
26 Yosefe atafika ku nyumbako, iwo anapereka mphatso zija namuweramira pansi.
ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟି ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ।
27 Yosefe anawafunsa za moyo wawo kenaka anati, “Kodi abambo anu wokalamba amene munkandiwuza aja ali bwanji? Ali ndi moyobe?”
ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, “ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?”
28 Iwo anayankha kuti, “Mtumiki wanu abambo athu akanali ndi moyo ndipo ali bwino.” Ndipo anamugwadira namuweramira pansi.
ସେମାନେ କହିଲେ, “ଆପଣଙ୍କ ଦାସ ଆମ୍ଭମାନଙ୍କ ପିତା କୁଶଳରେ ଅଛନ୍ତି, ସେ ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି।” ତହୁଁ ସେମାନେ ମସ୍ତକ ନତ କରି ପ୍ରଣାମ କଲେ।
29 Pomwazamwaza maso Yosefe anaona Benjamini, mʼbale wake weniweni wa bere limodzi, ndipo anafunsa, “Kodi uyu ndiye mʼbale wanu wamngʼono kwambiri amene munkandiwuza uja?” Kenaka anati, “Ambuye akukomere mtima mwana wanga.”
ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍‍କୁ ଦେଖି କହିଲେ, “ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।”
30 Kenaka Yosefe anafulumira kutuluka chifukwa mtima wake unadzaza ndi chifundo cha mngʼono wake ndipo anafuna kulira. Tsono anakalowa mʼchipinda chakechake nakalira kumeneko.
ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।
31 Atatha kupukuta misozi mʼmaso mwake anatuluka, ndipo modzilimbitsa analamula kuti chakudya chibwere.
ଏଥିଉତ୍ତାରେ ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି, ଆପଣାକୁ ସମ୍ଭାଳି “ଭକ୍ଷ୍ୟଦ୍ରବ୍ୟ ପରିବେଷଣ କରିବା ନିମନ୍ତେ” ଆଜ୍ଞା ଦେଲେ।
32 Anamupatsira Yosefe chakudya payekha, abale ake aja pawokha, ndiponso Aigupto amene ankadya pamodzi ndi iye nawonso pawokha. Izi zinali choncho chifukwa Aigupto ankanyansidwa kudya pamodzi ndi Ahebri.
ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି, ତାଙ୍କ ସଙ୍ଗେ ଭୋଜନକାରୀ ମିସରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସରୀୟମାନଙ୍କର ଘୃଣିତ କର୍ମ।
33 Abale aja anawakhazika patsogolo pa Yosefe. Iwo anawakhazika monga mwa mabadwidwe awo kuyambira woyamba kubadwa mpaka wotsirizira; ndipo ankangoyangʼanitsitsana modabwa.
ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ।
34 Tsono ankawagawira chakudya kuchokera pa tebulo la Yosefe. Koma chakudya cha Benjamini chinkaposa cha ena onsewa kasanu. Motero anadya ndi kumwa mpaka kukhuta, ndipo anasangalala pamodzi ndi Yosefe.
ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନ୍‍ର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ।

< Genesis 43 >