< Genesis 6 >

1 Anthu atayamba kuchuluka pa dziko lapansi ndi kubereka ana aakazi,
ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
2 ana aamuna a Mulungu anaona kuti ana aakazi a anthuwo anali okongola. Ndipo anakwatira aliyense amene anamusankha.
ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।
3 Tsono Yehova anati, “Sindilola kuti chipwirikiti chikuchitikachi chipitirire mpaka muyaya, pakuti iye ndi munthu; masiku a moyo wake adzakhala zaka 120.”
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”
4 Masiku amenewo komanso pambuyo pake, pa dziko lapansi panali Anefili, anthu amphamvu ndiponso otchuka. Anthuwa ndi amene ankabadwa ana a Mulungu aja atakwatira ana aakazi a anthu.
ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।
5 Pamene Yehova anaona kuti kuyipa kwa munthu pa dziko lapansi kunali kwakukulu ndi kuti nthawi zonse amalingalira ndi kukhumbira kuchita zoyipa zokhazokha,
ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
6 Yehova anamva chisoni kuti analenga munthu ndi kumuyika pa dziko lapansi, ndipo anawawidwa mtima.
ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।
7 Choncho Yehova anati, “Ndidzafafaniza munthu, nyama, zonse zokwawa, ndi mbalame za mu mlengalenga pa dziko lapansi, pakuti ndikumva chisoni kuti ndinazilenga zimenezi.”
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
8 Koma Yehova anamukomera mtima Nowa.
ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଲେ।
9 Mbiri ya Nowa inali yotere: Nowa anali munthu wolungama ndi wopanda tchimo pakati pa anthu a mʼbado wake. Ndipo anayenda ndi Mulungu.
ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
10 Nowa anabereka ana aamuna atatu: Semu, Hamu ndi Yafeti.
ନୋହ, ଶେମ ଓ ହାମ ଓ ଯେଫତ୍‍, ଏହି ତିନି ପୁତ୍ରଙ୍କୁ ଜାତ କଲେ।
11 Chiwawa chinadzaza pa dziko lapansi kotero kuti dziko linakhala lowonongeka pamaso pa Mulungu.
ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।
12 Mulungu atayangʼana, anaona kuti dziko layipadi chifukwa cha makhalidwe oyipa a anthu onse pa dziko lapansi.
ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
13 Ndipo Mulungu anati kwa Nowa, “Ndatsimikiza mtima kuti ndiwononge anthu onse, pakuti dziko lapansi ladzaza ndi ntchito zawo zoyipa. Ndithudi ndiwawononga pamodzi ndi zonse za pa dziko.
ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
14 Tsono udzipangire chombo cha matabwa a mtengo wanjale; mʼkati mwake upange zipinda ndipo upake phula mʼkati ndi kunja.
ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
15 Uchipange motere: Chombo chikhale mamita 140 mulitali, mamita 23 mulifupi ndi mamita 13 mu msinkhu wake.
ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନି ଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।
16 Uchipangire denga ndi kuchimaliza ndi zenera la masentimita makumi asanu. Uyike khomo mʼmbali mwa chombocho ndi kupanga zipinda zosanjikana; chapansi, chapakati ndi chapamwamba.
ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।
17 Ndidzagwetsa mvula ya chigumula pa dziko lapansi kuti ndiwononge zamoyo zonse za pansi pa thambo ndipo chilichonse cha pa dziko lapansi chidzafa.
ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
18 Koma ndidzachita pangano langa ndi iwe. Iwe, ana ako aamuna, mkazi wako ndi akazi a ana ako nonse mudzalowa mʼchombocho.
ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
19 Iwe udzalowa mʼchombocho ndi zolengedwa zamoyo zonse ziwiriziwiri, chachimuna ndi chachikazi, kuti zisungike ndi moyo pamodzi ndi iwe.
ପୁଣି, ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
20 Udzatenga ziwiriziwiri za mitundu yonse ya mbalame, mitundu yonse ya nyama, ndi mitundu yonse ya zokwawa kuti zikhale ndi moyo.
ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ।
21 Udzatengenso chakudya cha mtundu uliwonse ndi kuchisunga kuti inu ndi nyamazo muzidzadya.”
ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”
22 Nowa anachita zonse monga Mulungu anamulamulira.
ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ।

< Genesis 6 >

The World is Destroyed by Water
The World is Destroyed by Water