< Hagai 1 >

1 Chaka chachiwiri cha Mfumu Dariyo, tsiku loyamba la mwezi wachisanu ndi chimodzi, Yehova anapatsa mneneri Hagai uthenga wopita kwa Zerubabeli mwana wa Sealatieli, bwanamkubwa wa Yuda, ndiponso kwa mkulu wa ansembe Yoswa mwana wa Yehozadaki:
ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,
2 Yehova Wamphamvuzonse akuti, “Anthu awa amanena kuti, ‘Nthawi sinafike yoti nʼkumanga Nyumba ya Yehova.’”
“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।”
3 Tsono Yehova anayankhula ndi mneneri Hagai kuti,
ସେତେବେଳେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
4 “Kodi ino ndi nthawi yoti inuyo muzikhala mʼnyumba zomanga bwino, pamene Nyumba yangayi ikanali bwinja?”
“ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି?
5 Tsono zimene Yehova Wamphamvuzonse akunena ndi izi, “Ganizirani bwino njira zanu.
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
6 Mwadzala zambiri, koma mwakolola zochepa. Mumadya, koma simukhuta. Mumamwa, koma ludzu lanu silitha. Mumavala, koma simumva kutentha. Mumalandira malipiro, koma ndalama zanu zimatha ngati mwaziyika mʼthumba lobowoka.”
ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।
7 Yehova Wamphamvuzonse akuti, “Ganizirani bwino njira zanu.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
8 Pitani ku mapiri ndipo mukatenge matabwa oti mudzamangire Nyumba yanga, kuti ndikondwere nayo ndi kulandiramo ulemu,” akutero Yehova.
ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।
9 “Mumayembekezera zambiri, koma taonani mwapeza pangʼono pokha. Zimene munazibweretsa ku nyumba, Ine ndinazimwaza. Nʼchifukwa chiyani?” Akutero Yehova Wamphamvuzonse. “Chifukwa Nyumba yanga ikanali bwinja, pamene aliyense wa inu watanganidwa kumanga nyumba yake.
ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।
10 Choncho, chifukwa cha inu, mitambo yaleka kugwetsa mvula ndipo dziko lapansi laleka kutulutsa zomera.
ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।
11 Ndabweretsa chilala pa minda ndi pa mapiri, chilala chawumitsa tirigu, mphesa, mafuta a olivi ndi chilichonse chimene chimamera pa nthaka, pa anthu ndi pa ngʼombe, ndi pa ntchito zonse za manja anu.”
ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”
12 Pamenepo Zerubabeli mwana wa Sealatieli, mkulu wa ansembe Yoswa mwana wa Yehozadaki, ndi anthu onse otsala anamvera mawu a Yehova Mulungu wawo ndi uthenga wa Hagai, chifukwa anatumidwa ndi Yehova Mulungu wawo. Ndipo anthuwo anaopa Yehova.
ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।
13 Tsono Hagai, mthenga wa Yehova, anapereka kwa anthuwo uthenga uwu wa Yehova: “Ine ndili nanu,” akutero Yehova.
ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।”
14 Kotero Yehova anakhudza mtima wa Zerubabeli mwana wa Sealatieli, bwanamkubwa wa Yuda, mtima wa Yoswa mwana wa Yehozadaki, mkulu wa ansembe, ndiponso mitima ya anthu onse otsala. Iwo anabwera ndi kuyamba ntchito yomanga Nyumba ya Yehova Wamphamvuzonse, Mulungu wawo,
ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,
15 pa tsiku la 24 la mwezi wachisanu ndi chimodzi, wa chaka chachiwiri cha Mfumu Dariyo.
ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।

< Hagai 1 >