< Hoseya 2 >
1 “Nena kwa abale ako kuti, ‘Ndinu anthu anga,’ kwa alongo ako kuti ‘Ndinu okondedwa anga.’”
ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ ଅମ୍ମି ଓ ଆପଣାମାନଙ୍କର ଭଗିନୀଗଣଙ୍କୁ ରୁହାମା ବୋଲି କୁହ।
2 “Dzudzulani amayi anu, adzudzuleni iwo, pakuti si mkazi wanga, ndipo ine sindine mwamuna wake. Iyeyo achotse maonekedwe adama pa nkhope yake, ndi kusakhulupirika pa mawere ake.
“ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;
3 Akapanda kutero ndidzamuvula, ndipo adzakhala wamaliseche monga tsiku limene anabadwa; ndidzamuwumitsa ngati chipululu, adzakhala ngati dziko lopanda madzi, ndi kumupha ndi ludzu.
ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
4 Sindidzaonetsa chikondi changa pa ana ake, chifukwa ndi ana a mʼchiwerewere.
ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।
5 Amayi awo akhala akuchita zachiwerewere ndipo anawabereka anawo akuchita zinthu zochititsa manyazi. Iwo anati, ‘Ine ndidzatsatira zibwenzi zanga, zimene zimandipatsa chakudya ndi madzi, ubweya ndi thonje, mafuta ndi chakumwa.’
ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’
6 Choncho njira yake ndidzayitseka ndi minga; ndidzamuzinga ndi khoma kotero kuti sadzapezanso njira yotulukira.
ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ।
7 Adzathamangira zibwenzi zake koma sadzazipeza; adzazifunafuna koma sadzazipeza. Pamenepo iye adzati, ‘Ndibwerera kwa mwamuna wanga woyamba uja, pakuti ndinali pabwino ndi iyeyo kusiyanitsa ndi pano.’
ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, ‘ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।’
8 Iye sanazindikire kuti ndine amene ndinkamupatsa tirigu, vinyo watsopano ndi mafuta. Ndine amene ndinkamukhuthulira siliva ndi golide, zimene ankapangira mafano a Baala.
ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।
9 “Choncho Ine ndidzamulanda tirigu wanga pa nthawi yokolola, ndi vinyo wanga watsopano pa nthawi yopsinya mphesa. Ndidzamulanda ubweya ndi thonje langa, zomwe akanaphimba nazo umaliseche wake.
ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।
10 Motero tsopano ndidzaonetsa maliseche ake pamaso pa zibwenzi zake; palibe ndi mmodzi yemwe adzamupulumutse mʼmanja mwanga.
ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
11 Ndidzathetsa zikondwerero zake zonse: zikondwerero zake za chaka ndi chaka, za mwezi watsopano, za pa masiku a Sabata ndi maphwando ake onse a pa masiku okhazikitsidwa.
ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।
12 Ndidzawononga mitengo yake ya mpesa ndi mitengo yake yamkuyu, imene iye ankanena kuti inali malipiro ake ochokera kwa zibwenzi zake. Ndidzayisandutsa chithukuluzi, ndipo zirombo zakuthengo zidzadya zipatsozo.
ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।
13 Ndidzamulanga chifukwa cha masiku amene anafukiza lubani kwa Abaala; anadzikongoletsa povala mphete ndi mikanda yamtengowapatali ndipo anathamangira zibwenzi zake, koma Ine anandiyiwala,” akutero Yehova.
ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି।
14 “Koma tsopano ndidzamukopa mkaziyo; ndidzapita naye ku chipululu ndipo ndidzamuyankhula mwachikondi.
ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।
15 Kumeneko ndidzamubwezera minda yake ya mpesa, ndipo ndidzasandutsa Chigwa cha Akori kukhala khomo la chiyembekezo. Kumeneko iye adzayimba nyimbo monga mʼmasiku a ubwana wake, monga tsiku limene anatuluka ku Igupto.
ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।
16 “Tsiku limeneli,” Yehova akuti, “udzandiyitana kuti, ‘Amuna anga;’ sudzandiyitananso kuti, ‘Mbuye wanga.’
ଆଉ, ସଦାପ୍ରଭୁ କହନ୍ତି, ସେହି ଦିନ ତୁମ୍ଭେ ଆମ୍ଭକୁ ‘ଈଶୀ’ (ଆମ୍ଭର ସ୍ୱାମୀ) ବୋଲି ଡାକିବ ଓ ‘ବାଲୀ’ (କର୍ତ୍ତା) ବୋଲି ଆଉ ଡାକିବ ନାହିଁ।
17 Ndidzachotsa mayina a Abaala pakamwa pake; sadzatchulanso mayina awo popemphera.
କାରଣ ଆମ୍ଭେ ତାହାର ମୁଖରୁ ବାଲ୍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ।
18 Tsiku limenelo ndidzachita pangano ndi zirombo zakuthengo ndi mbalame zamumlengalenga ndiponso zolengedwa zokwawa pansi kuti ziyanjane ndi anthu anga. Ndidzachotsa mʼdzikomo uta, lupanga ndi zida zonse zankhondo, kuti onse apumule mwamtendere.
ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।
19 Ndidzakutomera kuti ukhale mkazi wanga mpaka muyaya; ndidzakutomera mwachilungamo, mwaungwiro, mwachikondi ndi mwachifundo.
ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ-ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍ଦାନ କରିବା।
20 Ndidzakutomera mokhulupirika ndipo udzadziwa Yehova.
ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।
21 “Tsiku limenelo Ine ndidzayankha,” akutero Yehova. “Ndidzayankha mlengalenga pempho lake lofuna mitambo ndipo mvula idzagwa pa dziko lapansi;
ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;
22 ndipo nthaka idzamvera kupempha kwa tirigu, vinyo ndi mafuta, ndipo zidzamvera Yezireeli.
ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;
23 Ndidzadzala Israeli mʼdziko kuti akhale wanga: ndidzaonetsa chikondi changa kwa anthu amene ndinkawatchula dzina loti, ‘Sakondedwa.’ Ndidzawawuza amene ndinkawatchula dzina loti, ‘Si anthu anga,’ kuti, ‘Ndinu anthu wanga;’ ndipo adzanena kuti, ‘ndinu Mulungu wathu,’”
ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”