< Yesaya 12 >

1 Tsiku limenelo aliyense wa inu adzati: “Ndikukuyamikani, Inu Yehova; chifukwa ngakhale munandipsera mtima, mkwiyo wanu wachoka, ndipo mwanditonthoza.
ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।”
2 Zoonadi, Mulungu ndiye Mpulumutsi wanga; ndidzamudalira ndipo sindidzachita mantha. Yehova ndiye mphamvu yanga ndi nyimbo yanga; Iye wakhala chipulumutso changa.”
ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
3 Mudzakondwera popeza Yehova ali ngati chitsime cha chipulumutso chanu.
ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।
4 Tsiku limenelo mudzati: “Yamikani Yehova, tamandani dzina lake; mulengeze ntchito zake pakati pa mitundu ya anthu, ndipo mulalike kuti dzina lake ndi lopambana.
ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର।
5 Imbirani Yehova, pakuti wachita ntchito zazikulu; zimenezi zidziwike pa dziko lonse lapansi.
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ।
6 Fuwulani ndi kuyimba mwachimwemwe, inu anthu a ku Ziyoni; pakuti Woyerayo wa Israeli ndi wamkulu pakati panu.”
ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”

< Yesaya 12 >