< Yesaya 16 >

1 Anthu a ku Mowabu atumiza mphatso za ana ankhosa onenepa, kuchokera ku Sela kudutsa chipululu mpaka kukafika ku phiri la Ziyoni.
ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲା ସହରଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ।
2 Monga momwe mbalame zimawulukira uku ndi uku akazimwaza mʼchisa, momwemonso akazi a ku Mowabu akuyendayenda ku madooko a Arinoni.
କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।
3 Amowabu aja anawuza a ku Yuda kuti, “Tiwuzeni chochita, gamulani zoti tichite. Inu mutiteteze kwa adani anthu. Mukhale ngati mthunzi wathu dzuwa lili pa liwombo. Mutibise, musatipereke ife othawa nkhondo kwa adani athu.
ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ।
4 Lolani kuti anthu othawa nkhondo a ku Mowabu azikhala pakati panu; mukhale populumukira pawo kwa wowonongayo.” Nthawi idzafika ndipo wozunzayo sadzakhalaponso, kuwononga kudzaleka; waukaliyo adzachoka mʼdzikomo.
ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ; ବିନାଶକାରୀର ସମ୍ମୁଖରୁ ତୁମ୍ଭେ ମୋୟାବର ପାଇଁ ଆଶ୍ରୟ ସ୍ଥାନ ହୁଅ; କାରଣ ପୀଡ଼କ ମହାଜନ ଅକିଞ୍ଚିତ ହୋଇଅଛି, ଅପକାର ନିବୃତ୍ତ ହେଉଅଛି, ଦୌରାତ୍ମ୍ୟକାରୀମାନେ ଦେଶରୁ ସଂହାରିତ ହେଉଅଛନ୍ତି।
5 Mpando waufumu udzakhazikitsidwa mwachikondi; mmodzi mwa zidzukulu za Davide adzakhalapo mokhulupirika. Iyeyo poweruza adzatsata chilungamo ndipo adzalimbikitsa kuchita zachilungamo.
ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।
6 Tinamva kuti Mowabu anadzikuza kwambiri. Kunyada kwawo ndi kunyogodola kwawo ndi kudzitama kwawo, zonse ndi zopanda phindu.
ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁ; ତାହାର ଦର୍ପ କିଛି ହିଁ ନୁହେଁ।
7 Nʼchifukwa chake Amowabu akulira kwambiri; iwo akulirira dziko lawo. Akubuma momvetsa chisoni chifukwa cha makeke a mphesa a ku Kiri Hareseti.
ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟନ୍ତ ଦୁଃଖିତ ହୋଇ କୀର-ହେରସତ ସହରର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ।
8 Minda ya ku Hesiboni yauma, minda ya mpesa ya ku Sibina yaguga. Atsogoleri a mitundu ina anapondaponda minda ya mpesa wabwino, imene nthambi zake zinakafika ku Yazeri, mpaka kutambalalira ku chipululu. Mizu yake inakafika mpaka ku tsidya la nyanja.
ଯେହେତୁ ହିଷ୍‍ବୋନ ସହରର କ୍ଷେତ୍ରସବୁ ଓ ସିବ୍‍ମା ନଗରର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇଅଛନ୍ତି; ସେହି ସବୁ ଯାସେର ନଗର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେହି ସବୁ ସମୁଦ୍ର ପାର ହୋଇଗଲେ।
9 Kotero Ine ndikulira, monga mmene akulirira anthu a ku Yazeri, chifukwa cha minda ya mpesa ya ku Sibima. Inu anthu a ku Hesiboni, inu anthu a ku Eleali, ndikukunyowetsani ndi misozi! Mwalephera kupeza zokolola, chifukwa cha nkhondo imene inawononga zokolola zonse.
ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍‍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍‍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମକାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।
10 Chimwemwe ndi chisangalalo zalekeka ku minda yanu ya zipatso; palibe amene akuyimba kapena kufuwula mʼminda ya mpesa; palibe amene akupsinya vinyo ku malo opsinyira mphesa, pakuti ndathetsa kufuwula.
ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦଧ୍ୱନି ନିବୃତ୍ତ କରିଅଛୁ।
11 Chifukwa chake moyo wanga ukulira ngati pangwe kulirira Mowabu, mtima wanga ukubuwula chifukwa cha Kiri Hareseti.
ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀର୍ହେରସର ପାଇଁ ବୀଣା ପରି ବାଜୁଅଛି।
12 Ngakhale anthu a ku Mowabu apite ku malo awo achipembedzo koma amangodzitopetsa ndi kutaya nthawi chabe chifukwa sizidzatheka.
ପୁଣି, ମୋୟାବ ଆପେ ଉପସ୍ଥିତ ହେବା ବେଳେ ଓ ଉଚ୍ଚସ୍ଥଳୀରେ ଆପଣାକୁ କ୍ଳାନ୍ତ କରି ପ୍ରାର୍ଥନା କରିବା ପାଇଁ ଧର୍ମଧାମରେ ପ୍ରବେଶ କରିବା ବେଳେ ସେ କୃତାର୍ଥ ହେବ ନାହିଁ।
13 Awa ndi mawu amene Yehova wayankhula kale zokhudza Mowabu.
ବିଗତ ସମୟରେ ସଦାପ୍ରଭୁ ମୋୟାବ ବିଷୟରେ ଏହି କଥା କହିଥିଲେ।
14 Koma tsopano Yehova akuti, “Zisanathe zaka zitatu, potsata mʼmene munthu waganyu amawerengera, ulemerero wa Mowabu udzakhala utatheratu ndipo anthu ake ambiri adzakhala atawonongeka, ndipo opulumuka ake adzakhala ochepa ndi ofowoka.”
ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, “ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ।”

< Yesaya 16 >