< Yesaya 19 >

1 Uthenga onena za Igupto: Taonani, Yehova wakwera pa mtambo waliwiro, ndipo akupita ku Igupto. Mafano a ku Igupto akunjenjemera pamaso pake, ndipo mitima ya Aigupto yachokamo ndi mantha.
ମିସର ବିଷୟକ ଭବିଷ୍ୟତବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।
2 “Ine ndidzadzutsa Aigupto kuti amenyane okhaokha; mʼbale adzamenyana ndi mʼbale wake, mnansi ndi mnansi wake, mzinda ndi mzinda unzake, ndiponso ufumu ndi ufumu unzake.
ପୁଣି, ଆମ୍ଭେ ମିସରୀୟମାନଙ୍କୁ ମିସରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ।
3 Aigupto adzataya mtima popeza ndidzalepheretsa zolinga zawo; adzapempha nzeru kwa mafano awo ndiponso kwa woyankhula ndi mizimu ya anthu akufa, kwa amawula ndi kwa oyankhula ndi mizimu.
ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।
4 Ndidzawapereka Aigupto kwa olamulira ankhanza, ndipo mfumu yoopsa idzawalamulira,” akutero Ambuye Yehova Wamphamvuzonse.
ଆଉ, ଆମ୍ଭେ ମିସରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁରନ୍ତ ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
5 Madzi a mu mtsinje wa Nailo adzaphwa, ndipo mʼmbali mwa mtsinje mudzangʼaluka ndi kuwuma.
ପୁଣି, ସମୁଦ୍ର ଜଳଶୂନ୍ୟ ହେବ ଓ ନଦୀ କ୍ଷୟ ପାଇ ଶୁଷ୍କ ହେବ।
6 Ngalande zake zidzanunkha; ndipo mitsinje ya Igupto idzayamba kuchepa ndi kuwuma. Bango ndi dulu zidzafota,
ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ।
7 ndiponso zomera za mʼmphepete mwa Nailo ndi ku mathiriro a mtsinjewo. Zonse zodzalidwa mʼmbali mwa Nailo zidzawuma, zidzawuluzika ndipo sizidzaonekanso.
ନୀଳ ନଦୀ ନିକଟସ୍ଥ, ନୀଳ ନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳ ନଦୀ ନିକଟରେ ଯାହା କିଛି ବୁଣାଯାଏ, ସେହି ସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ।
8 Asodzi adzabuwula ndi kudandaula, onse amene amaponya mbedza mu Nailo; onse amene amaponya makoka mʼmadzi adzalira.
କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ।
9 Amene amagwira ntchito yopota thonje adzataya mtima, anthu oluka nsalu zofewa zabafuta adzataya chiyembekezo.
ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ।
10 Akatswiri opanga nsalu adzangoti kakasi, ndipo anthu onse ogwira ntchito yolipidwa adzatheratu mphamvu.
ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ।
11 Akuluakulu a ku Zowani ndi zitsiru; aphungu a nzeru a Farao amalangiza zopusa. Kodi mungathe kunena bwanji kwa Farao kuti, “Ine ndine mmodzi mwa anthu anzeru, wophunzira wa mafumu akale?”
ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍‍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ?
12 Iwe Farao, anthu ako anzeru ali kuti? Abweretu kuti akuwuze ndi kukudziwitsa zimene Yehova Wamphamvuzonse wakonza kuchitira dziko la Igupto.
ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ।
13 Akuluakulu a ku Zowani asanduka zitsiru, atsogoleri a ku Mefisi anamizidwa; atsogoleri a dziko la Igupto asocheretsa anthu a dzikolo.
ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣ-ପ୍ରସ୍ତର ସ୍ୱରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି।
14 Yehova wasocheretsa anthu a ku Igupto. Iwo akuchita kudzandira pa zonse zimene akuchita, ngati chidakwa choterereka pa masanzi ake.
ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି।
15 Palibe chimene munthu wa mu Igupto angachite, mtsogoleri kapena wotsatira, nthambi ya kanjedza kapena bango.
ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ।
16 Tsiku limenelo Aigupto adzakhala ngati amayi. Adzanjenjemera ndi kuchita mantha akadzaona Yehova Wamphamvuzonse, atakweza dzanja lake kufuna kuwalanga.
ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।
17 Ndipo dziko la Yuda lidzaopsa dziko la Aigupto. Aliyense amene adzamve dzina la Yuda adzaopsedwa chifukwa cha zimene Yehova Wamphamvuzonse wakonzekera kuchitira dziko la Igupto.
ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ।
18 Tsiku limenelo ku dziko la Igupto kudzakhala mizinda isanu yoyankhula chiyankhulo cha Akanaani, ndipo anthu ake adzalumbira kwa Yehova Wamphamvuzonse kuti adzamutumikira. Umodzi mwa mizindayo udzatchedwa Mzinda Wachilungamo.
ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ।
19 Tsiku limenelo mʼkati mwa dziko la Igupto mudzakhala guwa lansembe la Yehova, ndipo mʼmalire mwake adzayikira Yehova mwala wachikumbutso.
ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ।
20 Zimenezo zidzakhala umboni wozindikiritsa kuti Yehova Wamphamvuzonse alimo mʼdziko la Igupto. Pamene Aigupto adzalirira Yehova chifukwa cha owapondereza, Iye adzawatumizira mpulumutsi ndi mtetezi ndipo adzawalanditsa.
ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ୱରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ।
21 Kotero Yehova adzadziulula yekha kwa Aigupto, ndipo tsiku limenelo adzadziwa Yehova. Adzapembedza Yehova popereka nsembe ndi popereka zopereka zachakudya; Adzalumbira kwa Yehova ndipo adzachita zimene alumbirazo.
ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେହି ଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ।
22 Yehova adzakantha Aigupto ndi mliri. Iye adzawakanthadi ndipo kenaka adzawachiritsa. Aigupto adzatembenukira kwa Yehova ndipo Iye adzamva madandawulo awo ndi kuwachiritsa.
ପୁଣି, ସଦାପ୍ରଭୁ ମିସରକୁ ପ୍ରହାର କରିବେ, ପ୍ରହାର କରିବେ ଓ ସୁସ୍ଥ କରିବେ; ପୁଣି, ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ, ତହିଁରେ ସେ ସେମାନଙ୍କର ବିନତି ଗ୍ରାହ୍ୟ କରି ସେମାନଙ୍କୁ ସୁସ୍ଥ କରିବେ।
23 Tsiku limenelo kudzakhala msewu waukulu wochoka ku Igupto kupita ku Asiriya. Aasiriya adzapita ku Igupto ndi Aigupto ku Asiriya. Aigupto ndi Aasiriya adzapembedza pamodzi.
ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟାତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।
24 Tsiku limenelo Israeli adzakhala pamodzi ndi Igupto ndi Asiriya, mayiko atatuwa adzakhala dalitso pa dziko lapansi.
ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ;
25 Yehova Wamphamvuzonse adzawadalitsa, ndi mawu awa, “Adalitsike anthu anga Aigupto, Aasiriya, ntchito ya manja anga, ndi Aisraeli osankhidwa anga.”
କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।

< Yesaya 19 >