< Yesaya 22 >
1 Uthenga wonena za Chigwa cha Masomphenya: Kodi chachitika nʼchiyani, kuti nonsenu mukwere pa madenga?
ଦର୍ଶନ ଉପତ୍ୟକା ବିଷୟକ ଭାବବାଣୀ। ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?
2 Iwe mzinda wodzaza ndi chisangalalo chodzaza tsaya, iwe mzinda waphokoso ndi wosokonekera? Anthu ako ophedwa aja sanaphedwe ndi lupanga, kapena kufera pa nkhondo.
ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।
3 Atsogoleri ako onse ngakhale anathawa limodzi; koma anagwidwa osadziteteza nʼkomwe. Inu munapezeka ndipo nonse pamodzi munatengedwa ukapolo, ngakhale munathawa pamene mdani akanali patali.
ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ।
4 Nʼchifukwa chake Ine ndinati, “Chokani pamaso panga; ndilekeni ndilire ndi mtima wowawa. Musayesere kunditonthoza chifukwa cha kuwonongeka kwa anthu anga.”
ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।”
5 Lero Ambuye Yehova Wamphamvuzonse walola kuti tione mavuto ndi kugonjetsedwa ndiponso chisokonezo mʼChigwa cha Masomphenya. Malinga agumuka, komanso anthu akanalira mofuwula ku mapiri.
କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।
6 Ankhondo a ku Elamu anadza pa magaleta ndi akavalo ali ndi mivi mʼmanja. Ankhondo a ku Kiri anakonzeka ndi zishango.
ପୁଣି, ଏଲମ୍ ରଥାରୋହୀ, ଅଶ୍ୱାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍ ଢାଲ ଅନାବୃତ କଲା।
7 Zigwa zanu zachonde ndi zodzaza ndi magaleta, ndipo asilikali okwera pa akavalo ayikidwa pa zipata za mzinda;
ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ୱାରୋହୀମାନେ ନଗର-ଦ୍ୱାରରେ ସସଜ୍ଜ ହୋଇଥିଲେ।
8 zonse zoteteza Yuda zachotsedwa. Ndipo tsiku limenelo munayangʼanayangʼana zida zankhondo zomwe zinali mʼnyumba yaufumu ya nkhalango;
ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ।
9 inu munaona kuti makoma ambiri a mzinda wa Davide anali ndi malo ambiri ogumuka; munasunga madzi mu chidziwe chakumunsi.
ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ।
10 Munawerenga nyumba zonse za mu Yerusalemu ndipo munagwetsa nyumba zina kuti mulimbitse linga logumuka lija.
ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ।
11 Pakati pa makoma awiri munamanga chitsime chosungiramo madzi ochokera ku dziwe lakale, koma inu simunadalire Mulungu amene anapanga zimenezi, kapena kusamalako za Iye amene anazilenga kale lomwe.
ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଂକଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ।
12 Pa tsiku limenelo, Ambuye Yehova Wamphamvuzonse anakuyitanani kuti mulire ndi kukhetsa misozi; kumeta mutu wanu mpala ndi kuvala ziguduli.
ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;
13 Koma mʼmalo mwake inu munakondwa ndi kusangalala; munapha ngʼombe ndi nkhosa; munadya nyama ndi kumwa vinyo. Inu mumati, “Tiyeni tidye ndi kumwa pakuti mawa tifa!”
ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”
14 Yehova Wamphamvuzonse wandiwululira mondinongʼoneza kuti, “Tchimo limeneli sindidzakhululuka mpaka tsiku la kufa kwanu,” akutero Ambuye, Yehova Wamphamvuzonse.
ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, “ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ,” ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।
15 Chimene Ambuye, Yehova Wamphamvuzonse akuti, “Pita, ukanene kwa Sabina kapitawo, amene amayangʼanira nyumba yaufumu:
ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍, ଗୃହର ଅଧ୍ୟକ୍ଷ ଶିବ୍ନ ନିକଟକୁ ଯାଇ କୁହ,
16 Kodi ukuchita chiyani kuno, nanga ndani anakupatsa chilolezo kuti udzikumbire manda kuno, kudzikumbira manda pa phiri ndi kudzisemera malo opumulira mʼthanthwe?
‘ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି!
17 “Samalira, Yehova watsala pangʼono kukugwira zolimba ndi kukuponya mwamphamvu, iwe munthu wamphamvu.
ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ।
18 Iye adzakukulunga kwambiri ngati mpira ndipo adzakuponyera mʼdziko lalikulu. Kumeneko ndiko ukafere ndipo kumeneko ndiko kudzatsalire magaleta ako. Ndipo udzasanduka wochititsa manyazi nyumba ya mbuye wako.
ନିଶ୍ଚୟ ସେ ପେଣ୍ଡୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ୱରୂପ।
19 Ine ndidzakuchotsa pa ukapitawo wako ndipo ndidzakutsitsa pa udindo wako.
ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ିଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ।
20 “Tsiku limenelo ndidzayitanitsa mtumiki wanga, Eliyakimu mwana wa Hilikiya.
ଆଉ, ସେହି ଦିନ ଆମ୍ଭେ ଆପଣା ଦାସକୁ, ହିଲ୍କୀୟର ପୁତ୍ର ଇଲିୟାକୀମ୍କୁ ଡାକିବା;
21 Ndidzamuveka mkanjo wako ndi kumangira lamba wako mʼchiwuno mwake ndi kumupatsa ulamuliro wako. Iye adzakhala kholo la amene amakhala mu Yerusalemu ndiponso a fuko la Yuda.
ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ୱାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ।
22 Ndidzamupatsa ulamuliro wa banja la Davide. Adzatsekula ndipo palibe adzatseke, adzatseka popanda wina kutsekula.
ପୁଣି, ଆମ୍ଭେ ଦାଉଦ-ବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ।
23 Ufumu wake udzakhala wokhazikika ngati chikhomo chokhomedwa pa malo olimba. Anthu adzalemekeza nyumba ya abale ake chifukwa cha iye.
ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ।
24 Ana ndi abale a nyumba ya abambo ake adzakhala ngati katundu pa iye ngati ziwiya zopanda ntchito zimene zapachikidwa pa chikhomo.
ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳସ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।
25 “Yehova Wamphamvuzonse akunena kuti, ‘Tsiku limeneli chikhomo chokhomedwa kwambiri chija sichidzalimbanso; chidzazuka ndipo chidzagwa ndipo zonse zopachikidwa zidzawonongedwa.’” Yehova wayankhula chomwechi.
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେହି ଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି।’”