< Yesaya 41 >

1 “Khalani chete pamaso panga, inu mayiko a mʼmbali mwa nyanja! Alekeni ayandikire ndi kuyankhula; tiyeni tikhale pamodzi kuti atiweruze.
ହେ ଦ୍ୱୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଶୁଣ; ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ; ସେମାନେ ନିକଟକୁ ଆସନ୍ତୁ; ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ।
2 “Ndani anadzutsa wochokera kummawa uja amene ananka napambana kulikonse kumene ankapita? Iye amapereka anthu a mitundu ina mʼmanja mwake ndipo ndi lupanga lake anagonjetsa ndi kusandutsa mafumu kukhala ngati fumbi nawamwaza ngati mankhusu ndi uta wake.
ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।
3 Amawalondola namayenda mosavutika, mʼnjira imene mapazi ake sanayendemo kale.
ସେ ସେମାନଙ୍କର ପଛେ ଗୋଡ଼ାଏ, ଯେଉଁ ପଥରେ ସେ ପଦାର୍ପଣ କରି ନାହିଁ, ସେହି ପଥରେ ହେଁ ସେ ନିରାପଦରେ ଅଗ୍ରସର ହୁଏ।
4 Ndani anachita zimenezi ndi kuzitsiriza, si uja amene anayambitsa mitundu ya anthu? Ine Yehova, ndine chiyambi ndipo potsiriza pake ndidzakhalapo.”
ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।
5 Mayiko amʼmbali mwa nyanja aona zimenezi ndipo akuopa; anthu a ku mathero a dziko lapansi akunjenjemera. Akuyandikira pafupi, akubwera;
ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ।
6 aliyense akuthandiza mnzake ndipo akuwuza mʼbale wake kuti, “Limba mtima!”
ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ “ସାହସିକ ହୁଅ” ବୋଲି ପ୍ରତ୍ୟେକେ ଆପଣା ଭାଇକୁ କହିଲେ।
7 Mʼmisiri wa matabwa amalimbikitsa mʼmisiri wa golide, ndipo iye amene amasalaza fano ndi nyundo amalimbikitsa amene amalisanja pa chipala. Ponena za kuwotcherera iye amati, “Zili bwino.” Iye amalikhomerera fanolo ndi misomali kuti lisagwe.
ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ “ଯୋଡ଼ କର୍ମ ଉତ୍ତମ ହୋଇଅଛି” ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା।
8 “Koma Iwe Israeli mtumiki wanga, Yakobo amene ndakusankha, Ndiwe chidzukulu cha Abrahamu bwenzi langa.
ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
9 Ndinakutengani kuchokera ku mapeto a dziko lapansi, ndinakuyitanani kuchokera ku mbali za kutali za dziko lapansi. Ine ndinati, ‘Iwe ndiwe mtumiki wanga;’ Ndinakusankha ndipo sindinakutaye.
ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ୱାନ କରି କହିଅଛୁ, “ତୁମ୍ଭେ ଆମ୍ଭର ଦାସ, ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ ଓ ଦୂର କରି ନାହୁଁ;”
10 Tsono usaope, pakuti Ine ndili nawe; usataye mtima chifukwa Ine ndine Mulungu wako. Ndidzakupatsa mphamvu ndipo ndidzakuthandiza, ndidzakutchinjiriza ndi dzanja langa lamanja logonjetsa.
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
11 “Onse amene akupsera mtima adzachita manyazi ndithu ndi kunyazitsidwa; onse amene akukangana nawe sadzakhalanso kanthu, adzawonongeka.
ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।
12 Udzafunafuna adani ako, koma sadzapezeka. Iwo amene akuchita nawe nkhondo sadzakhalanso kanthu.
ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନା ହେବେ।
13 Pakuti Ine Yehova, ndine Mulungu wako, amene ndikukugwira dzanja lako lamanja ndipo ndikuti, usaope; ndidzakuthandiza.
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, “ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।”
14 Usachite mantha, iwe Yakobo wofowoka ngati nyongolotsi, iwe wochepa mphamvu Israeli, chifukwa Ine ndidzakuthandiza,” akutero Yehova Mpulumutsi wako, Woyerayo wa Israeli.
ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
15 “Taona, ndidzakusandutsa ngati chipangizo chopunthira tirigu chatsopano, chakunthwa ndi cha mano ambiri. Udzanyenya mapiri ndi kuwaphwanyaphwanya, ndipo zitunda adzazisandutsa ngati mankhusu.
ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ତୁଷ ତୁଲ୍ୟ କରିବ।
16 Udzawapeta ndipo adzawuluka ndi mphepo komanso adzamwazika ndi kamvuluvulu. Koma iwe udzakondwera chifukwa Ine ndine Mulungu wako, ndipo udzanyadira chifukwa cha Ine Woyerayo wa Israeli:
ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ।
17 “Pamene amphawi ndi osauka akufunafuna madzi, koma sakuwapeza; ndipo kummero kwawo kwawuma ndi ludzu. Ine Yehova ndidzayankha pemphero lawo; Ine, Mulungu wa Israeli, sindidzawasiya.
ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
18 Ndidzayendetsa mitsinje mʼmalo owuma, ndi akasupe adzatumphuka mu zigwa. Ndidzasandutsa chipululu kukhala dziwe la madzi ndipo dziko lowuma kukhala akasupe a madzi.
ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦ-ନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।
19 Mʼchipululu ndidzameretsa mkungudza, kasiya mchisu ndi mtengo wa Olivi. Mʼdziko lowuma ndidzaza mitengo ya payini, ya mkuyu ndi ya mlombwa,
ଆମ୍ଭେ ପ୍ରାନ୍ତରରେ ଏରସ, ଶିଟୀମ୍‍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା;
20 kuti anthu aone ndi kudziwa; inde, alingalire ndi kumvetsa, kuti Yehova ndiye wachita zimenezi; kuti Woyera wa Israeli ndiye anakonza zimenezi.
ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।
21 “Yehova akuwuza milungu ina kuti, ‘Fotokozani mlandu wanu.’ Mfumu ya Yakobo ikuti, ‘Perekani umboni wanu.’
ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,” ଯାକୁବର ରାଜା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର।”
22 Bwerani ndi milungu yanu kuti idzatiwuze zomwe zidzachitike mʼtsogolo. Tifotokozereni zinthu zamakedzana tiziganizire ndi kudziwa zotsatira zake. Kapena tiwuzeni zimene zidzachitike mʼtsogolo,
ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁ; ଆଦ୍ୟର ବିଷୟମାନ କଅଣ, ତାହା ତୁମ୍ଭେମାନେ ପ୍ରକାଶ କର, ତାହା କଲେ, ଆମ୍ଭେମାନେ ବିବେଚନା କରି ତହିଁର ଶେଷ ଫଳ ଜାଣି ପାରିବା; ନୋହିଲେ ଆଗାମୀ ଘଟଣା ଆମ୍ଭମାନଙ୍କୁ ଦେଖାଅ।
23 tiwuzeni kuti kutsogolo kuli zotani, ndipo ife tidziwa kuti ndinu milungu. Chitani chinthu chabwino kapena choyipa, ndipo mutidabwitsa ndi kutichititsa mantha.
ଏଥିଉତ୍ତାରେ ଯାହା ଯାହା ଘଟିବ, ତାହା ପ୍ରକାଶ କର, ତହିଁରେ ତୁମ୍ଭେମାନେ ଯେ ଈଶ୍ୱରଗଣ, ଏହା ଆମ୍ଭେମାନେ ଜାଣିବା; ହଁ, ମଙ୍ଗଳ କର, ଅବା ଅମଙ୍ଗଳ କର, ତହିଁରେ ଆମ୍ଭେମାନେ ନିରାଶ ହୋଇ ଏକତ୍ର ତାହା ଦେଖିବା।
24 Koma inu sindinu kanthu ndipo zochita zanu nʼzopandapake; amene amapembedza inu ali ngati chinthu chokanidwa chifukwa ndi choyipa.
ଦେଖ, ତୁମ୍ଭେମାନେ ଅକିଞ୍ଚିତ ଓ ତୁମ୍ଭମାନଙ୍କର କାର୍ଯ୍ୟ କିଛି ହିଁ ନୁହେଁ; ଯେଉଁ ଲୋକ ତୁମ୍ଭମାନଙ୍କୁ ମନୋନୀତ କରେ, ସେ ଘୃଣାସ୍ପଦ।
25 “Ndinawutsa munthu wina kumpoto ndipo anabwera, munthu wochokera kummawa amene ndinamuyitana. Amapondaponda olamulira ngati matope, ngati ndi wowumba mbiya amene akuponda dongo.
ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।
26 Ndani anawululiratu zimenezi poyamba pomwe, kuti ife tidziwe, kapena kutiwuziratu zisanachitike kuti ife tinene kuti, ‘Analondola?’ Palibe amene ananena, palibe analengeza zimenezi, palibe anamva mawu anu.
ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ।
27 Ine ndinali woyamba kumuwuza Ziyoni kuti, ‘Taona, si awa akubwera apawa!’ Ndinatumiza mthenga wa nkhani yabwino ku Yerusalemu.
ଆମ୍ଭେ ପ୍ରଥମେ ସିୟୋନକୁ କହିବା, “ଦେଖ, ସେମାନଙ୍କୁ ଦେଖ,” ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।
28 Koma ndikayangʼana palibe ndi mmodzi yemwe, palibe ndi mmodzi yemwe pakati pawo wotha kupereka uphungu, palibe woti ayankhe pamene ine ndawafunsa.
ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ।
29 Taonani, milungu yonseyi ndi yachinyengo! Zochita zawo si kanthu konse; mafano awo ali ngati mphepo yachabechabe.
ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର।

< Yesaya 41 >