< Yesaya 58 >

1 “Fuwula kwambiri, usaleke. Mawu ako amveke ngati lipenga. Uwawuze anthu anga za kulakwa kwawo; uwuze nyumba ya Yakobo za machimo awo.
“ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
2 Pakuti tsiku ndi tsiku amafunafuna Ine; amaoneka ngati a chidwi chofuna kudziwa zimene ndimafuna, kukhala ngati kuti ndi dziko limene limachita zolondola ndipo silinasiye zolamulira za Mulungu wake. Amandipempha kuti ndigamule mlandu wawo mwachilungamo ndipo amaonetsa chidwi chofuna kukhala pafupi ndi Mulungu.
ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।
3 Anthu akufunsa kuti, ‘Chifukwa chiyani ife tasala kudya pamene Inu simukulabadirapo? Kodi ife tavutikiranji nʼkudzichepetsa pamene Inu simunasamalepo?’” Yehova akuti, “Komatu tsiku lanu losala kudya, mumachita zinthu zokukondweretsani, ndipo mumazunza antchito anu onse.
ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।
4 Mumati uku mukusala kudya, uku mukukangana ndi kumenyana, mpaka kumenyana ndi nkhonya zopweteka. Kusala kudya mukuchitiramu musayembekezere kuti mawu anu amveka kumwamba.
ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।
5 Kodi kusala kudya kumene ndimakufuna Ine nʼkumeneku, kungokhala tsiku loti munthu adzichepetse basi? Kodi ndi tsiku loti munthu angowerama pansi ngati bango ndi kumayala ziguduli nʼkuthirapo phulusa nʼkugonapo? Kodi ndiye mumati kusala kudya kumeneko, tsiku lokondweretsa Yehova?
ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?
6 “Kodi si uku kusala kudya kumene Ine ndimakufuna: Kumasula maunyolo ozunzizira anthu ndi kumasula zingwe za goli, kupereka ufulu kwa oponderezedwa ndi kuphwanya goli lililonse?
ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
7 Anthu anjala kodi mwawagawira chakudya chanu? Osowa ndi ongoyendayenda, kodi mwawapatsa malo ogona? Munthu wausiwa kodi mwamupatsa chovala?
କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?
8 Mukatero chipulumutso chanu chidzabwera ngati mʼbandakucha, ndipo mabala anu adzachira msangamsanga; chilungamo chanu chidzakutsogolerani ndipo ulemerero wa Yehova udzakhala chokutchinjirizani kumbuyo kwanu.
ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍‍ବର୍ତ୍ତୀ ହେବ।
9 Mukamadzapemphera Yehova adzakuyankhani; mukadzapempha thandizo, Iye adzati: Ine ndili pano. “Ngati muleka kuzunza anzanu, ngati musiya kuloza chala ndiponso kunena zoyipa za anzanu.
ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;
10 Ndipo ngati mudyetsa anthu anjala, ndi kuthandiza anthu oponderezedwa, pamenepo kuwala kwanu kudzaonekera mu mdima, ndipo usiku wanu udzakhala ngati usana.
ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;
11 Yehova adzakutsogolerani nthawi zonse; adzakwaniritsa zosowa zanu mʼdziko longʼalukangʼaluka dzuwa ndipo adzalimbitsa matupi anu. Mudzakhala ngati dimba la madzi ambiri, ngati kasupe amene madzi ake saphwa.
ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।
12 Anthu ako adzamanganso nyumba zimene zakhala mabwinja nthawi yayitali, ndipo adzamanganso pa maziko akalekale; inu mudzatchedwa okonza makoma opasuka. Anthu okonza misewu ndi nyumba zake.
ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବକାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।
13 “Muzisunga osaphwanya Sabata; musamachite zimene mukufuna pa masiku anga opatulika, tsiku la Sabata lizikhala tsiku lachisangalalo. Tsiku lopatulika la Yehova muzililemekeza posayenda mʼnjira zanu, kapena kuchita zimene mukufuna ndi kuyankhula zopandapake,
ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:
14 mukatero mudzapeza chimwemwe mwa Yehova, ndipo ndidzakukwezani ndi kukupambanitsani pa dziko lonse lapansi. Mudzadyerera dziko limene ndinapatsa Yakobo kholo lanu.” Yehova wayankhula ndi pakamwa pake.
ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।”

< Yesaya 58 >