< Yesaya 7 >

1 Pamene Ahazi mwana wa Yotamu, mdzukulu wa Uziya anali mfumu ya Yuda, Rezini mfumu ya Siriya ndi Peka mwana wa Remaliya, mfumu ya Israeli anabwera kudzathira nkhondo mzinda wa Yerusalemu, koma sanathe kuwugonjetsa.
ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍‍ର ପୁତ୍ର ଆହସ୍‌ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।
2 Tsono nyumba ya Davide inawuzidwa kuti, “Dziko la Siriya lagwirizana ndi Efereimu.” Choncho mfumu Ahazi ndi anthu ake ananjenjemera, monga momwe mitengo ya mʼnkhalango imagwedezekera ndi mphepo.
ଏଥିଉତ୍ତାରେ ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।
3 Pamenepo Yehova anawuza Yesaya kuti, “Tuluka, iwe ndi mwana wako Seariyasubu, mupite mukakumane ndi Ahazi kumapeto kwa ngalande yamadzi yochokera ku Dziwe Lakumtunda, pa msewu wopita ku Munda wa mmisiri wochapa nsalu.
ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।
4 Ukamuwuze kuti, ‘Chenjera, khala phee ndipo usaope. Usataye mtima chifukwa cha zitsa ziwiri zomwe zikufuka, chifukwa cha ukali woopsa wa Rezini ndi Siriya, ndiponso wa Peka mwana wa Remaliya.
ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।
5 Mfumu ya Siriya, Efereimu ndi mwana wa Remaliya apangana kuti akuchitire choyipa. Akunena kuti,
କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,
6 ‘Tiyeni tikalimbane ndi Yuda. Tiyeni tiliwononge ndi kuligawa; tiligawane pakati pathu, ndipo tilonge ufumu mwana wa Tabeeli kumeneko.’
ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍‍, ଟାବେଲର ପୁତ୍ରକୁ ସ୍ଥାପନ କରୁ।
7 Komabe zimene akunena Ambuye Yehova ndi izi: “‘Zimenezo sizidzatheka, sizidzachitika konse,
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।
8 pakuti Siriya amadalira Damasiko, ndipo Damasiko amadalira mfumu Rezini basi. Zisanathe zaka 65 Efereimu adzawonongedwa kotheratu, sadzakhalanso mtundu wa anthu.
କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
9 Dziko la Efereimu limadalira Samariya ndipo Samariya amadalira mwana wa Remaliya basi. Mukapanda kulimbika pa chikhulupiriro chanu, ndithu simudzalimba konse.’”
ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।’”
10 Yehova anayankhulanso ndi Ahazi,
ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ,
11 “Pempha chizindikiro kwa Yehova Mulungu wako, chikhale chozama ngati manda kapena chachitali ngati mlengalenga.” (Sheol h7585)
“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।” (Sheol h7585)
12 Koma Ahazi anati, “Ine sindipempha; sindikufuna kuyesa Yehova.”
ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”
13 Apo Yesaya anati, “Imva tsopano, iwe nyumba ya Davide! Kodi sikokwanira kutopetsa anthu? Kodi mudzayeseranso kutopetsa Mulungu wanga?
ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?
14 Nʼchifukwa chake Ambuye mwini adzakupatsani chizindikiro: Onani, namwali adzakhala woyembekezera ndipo adzabala mwana wamwamuna, ndipo mwanayo adzamutcha Imanueli.
ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
15 Azidzadya chambiko ndi uchi, mpaka atadziwa kukana choyipa ndi kusankha chabwino.
ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ।
16 Koma nthawi yokana choyipa ndi kusankha chabwino kwa mwanayo isanafike, mayiko a mafumu awiri amene amakuopsaniwo adzakhala atasanduka bwinja.
କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।
17 Yehova adzabweretsa pa inu, pa anthu anu ndiponso pa nyumba ya bambo wanu masiku a mavuto woti sanakhalepo kuyambira tsiku limene Efereimu anapatukana ndi Yuda. Yehova adzabweretsa mfumu ya ku Asiriya.”
ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ।”
18 Tsiku limenelo Yehova adzalizira likhweru ntchentche zochokera ku mitsinje yakutali ku Igupto, ndiponso njuchi zochokera ku dziko la Asiriya.
ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍‍ ଦେବେ।
19 Onsewo adzafika ndi kudzakhazikika mu zigwa zozama, mʼmingʼalu ya matanthwe ndi mʼzitsamba zonse zaminga ndiponso ponse pamene pali malo omwetsera ziweto.
ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ।
20 Tsiku limenelo Ambuye adzalemba ganyu ometa ochokera kutsidya kwa Mtsinje, ndiye mfumu ya ku Asiriya, kudzameta tsitsi lanu la ku mutu ndi la mʼmiyendo ndi ndevu zomwe.
ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍‍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।
21 Tsiku limenelo adzangosunga ngʼombe yayikazi yayingʼono ndi mbuzi ziwiri.
ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇଗୋଟି ମେଷ ପୋଷିଲେ,
22 Ndipo chifukwa cha kuchuluka kwa mkaka umene ziwetozi zidzapereka, munthuyo azidzadya chambiko. Aliyense amene adzatsalire mʼdzikomo azidzadya chambiko ndi uchi.
ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।
23 Tsiku limenelo, paliponse pamene panali mitengo ya mpesa 1,000 ndipo mtengo wake ndi wokwana masekeli asiliva 1,000, padzamera mkandankhuku ndi minga.
ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।
24 Anthu adzapita kumeneko kukachita uzimba ali ndi uta ndi mivi, popeza kuti mʼdziko monsemo mudzakhala mkandankhuku ndi minga.
ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।
25 Ndipo mʼmapiri monse mʼmene kale munkalimidwa ndi khasu, simudzapitamo kuopa mkandankhuku ndi minga; malowo adzasanduka odyetserako ngʼombe ndi nkhosa.
ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ।

< Yesaya 7 >