< Yeremiya 14 >
1 Awa ndi mawu amene Yehova anamuwuza Yeremiya onena za chilala:
ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ।
2 “Yuda akulira, mizinda yake ikuvutika; anthu ake adzigwetsa pansi mwachisoni, kulira kwa Yerusalemu kwakula.
“ଯିହୁଦା ଶୋକ କରୁଅଛି ଓ ତହିଁର ନଗରଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।
3 Anthu awo wolemekezeka akutuma antchito awo kuti akatunge madzi. Apita ku zitsime osapezako madzi. Choncho amabwerera ndi mitsuko yopanda madzi. Amanyazi ndi othedwa nzeru adziphimba kumaso.
ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
4 Popeza pansi pawumiratu chifukwa kulibe madzi, alimi ali ndi manyazi ndipo amphimba nkhope zawo.
ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
5 Ngakhale mbawala yayikazi ikusiya mwana wake wakhanda ku thengo chifukwa kulibe msipu.
ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।
6 Mbidzi zikuyima pa zitunda zopanda kanthu nʼkumapuma wefuwefu ngati nkhandwe; maso awo achita chidima chifukwa chosowa msipu.”
ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ।”
7 Anthu akuti, “Ngakhale machimo athu akutitsutsa, koma Inu Yehova chitanipo kanthu chifukwa cha dzina lanu. Pakuti kusakhulupirika kwathu nʼkwakukulu; ife takuchimwirani.
“ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
8 Inu Yehova amene Aisraeli amakukhulupirirani ndi amene mumawapulumutsa pa nthawi ya masautso, chifukwa chiyani mukukhala ngati mlendo mʼdziko muno? Chifukwa chiyani muli ngati wapaulendo amene akungogona tsiku limodzi?
ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?
9 Chifukwa chiyani muli ngati munthu amene wadzidzimutsidwa, kapena ngati wankhondo amene alibe mphamvu yopulumutsa? Komabe Inu Yehova, muli pakati pathu, ndipo tikudziwika ndi dzina lanu; musatitaye ife!”
ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”
10 Zimene Yehova akunena za anthuwa ndi izi: “Iwo amakonda kuyendayenda kwambiri; samatha kudziretsa. Nʼchifukwa chake Ine Yehova sindingawalandire, ndipo tsopano ndidzakumbukira zoyipa zawo ndi kuwalanga chifukwa cha machimo awo.”
ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”
11 Kenaka Yehova anandiwuza kuti, “Usawapempherere anthu awa kuti zinthu ziwayendere bwino.
ଆହୁରି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।
12 Ngakhale asale zakudya, Ine sindidzamva kulira kwawo; ngakhale apereke nsembe zopsereza ndi chopereka cha chakudya, sindidzazilandira. Mʼmalo mwake, ndidzawapha ndi lupanga, njala ndi mliri.”
ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”
13 Koma ine ndinati, “Aa, Ambuye Yehova, aneneri amawawuza anthuwo kuti, sadzaphedwa ndi lupanga kapena kuvutika ndi njala. Koma kuti Inu mudzawapatsa mtendere wokhawokha pamalo pano.”
ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ! ଦେଖ, ‘ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।’”
14 Ndipo Yehova anandiwuza kuti, “Ndi zabodza kuti aneneriwa akunenera mʼdzina langa. Ine sindinawatume kapena kuwasankha kapenanso kuyankhula nawo. Iwo amakuwuzani zinthu zabodza zomwe amati anaziona mʼmasomphenya, kapena pogwiritsa ntchito mawula achabechabe. Zimene amayankhula ndi zongopeka mʼmutu mwawo.
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
15 Nʼchifukwa chake Ine Yehova ndikuti aneneri amenewa akulosera mʼdzina langa pamene Ine sindinawatume. Iwo amati simudzafa pa nkhondo kapena ndi njala mʼdziko muno. Koma tsono ndi iwowo, aneneriwa amene adzafe pa nkhondo kapena ndi njala.
ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।
16 Ndipo anthu amene anawaloserawo adzaponyedwa mʼmisewu ya mu Yerusalemu atafa ndi njala ndi lupanga. Sipadzapezeka wowayika mʼmanda popeza iwowo, akazi awo, ana awo aamuna, onse adzakhala atafa. Ine ndidzawagwetsera chilango chowayenera.
ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।
17 “Awuze mawu awa: “‘Maso anga akugwetsa misozi kosalekeza usana ndi usiku; chifukwa anthu anga okondedwa apwetekeka kwambiri, akanthidwa kwambiri.
ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।
18 Ndikapita kuthengo, ndikuona amene aphedwa ndi lupanga; ndikapita mu mzinda, ndikuona amene asakazidwa ndi njala. Ngakhale aneneri pamodzi ndi ansembe onse atengedwa.’”
ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”
19 Kodi anthu a ku Yuda mwawakana kwathunthu? Kodi mtima wanu wanyansidwa nawo anthu a ku Ziyoni? Chifukwa chiyani mwatikantha chotere kuti sitingathenso kuchira? Ife tinayembekezera mtendere koma palibe chabwino chomwe chabwera, tinayembekezera kuchira koma panali kuopsezedwa kokhakokha.
ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
20 Inu Yehova, ife tikuvomereza kuyipa kwathu ndiponso kulakwa kwa makolo athu; ndithu ife tinakuchimwiranidi.
ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
21 Musatikane kuopa kuti dzina lanu linganyozedwe; musanyoze mpando wanu waufumu waulemerero. Kumbukirani pangano lanu ndi ife ndipo musachiphwanye.
ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।
22 Mwa milungu yachabechabe ya anthu a mitundu ina, kodi pali mulungu amene angagwetse mvula? Ife chikhulupiriro chathu chili pa Inu, popeza Inu nokha ndinu Yehova Mulungu wathu amene mukhoza kuchita zimenezi.
ଅନ୍ୟଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରିପାରେ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।