< Yeremiya 23 >

1 “Tsoka kwa abusa amene akuwononga ndi kubalalitsa nkhosa za pabusa panga!” akutero Yehova.
ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!”
2 Nʼchifukwa chake Yehova, Mulungu wa Israeli, ponena za abusa amene akuweta anthu anga akuti, “Mwabalalitsa ndi kumwaza nkhosa zanga. Komanso simunazisamale bwino. Choncho ndidzakulangani chifukwa cha machimo anu,” akutero Yehova.
ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।
3 “Pambuyo pake Ine mwini wakene ndidzasonkhanitsa nkhosa zanga zotsala, kuzichotsa ku mayiko onse kumene ndinazibalalitsira ndi kuzibweretsanso ku msipu wawo. Kumeneko zidzaswana ndi kuchulukana.
ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।
4 Ndidzazipatsa abusa amene adzaziweta, ndipo sizidzaopanso kapena kuchita mantha, ndipo palibe imene idzasochera,” akutero Yehova.
ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ, ଏହା ସଦାପ୍ରଭୁ କହନ୍ତି।
5 Yehova akuti, “Masiku akubwera, pamene ndidzaphukitsira Davide Nthambi yowongoka. Imeneyi ndiye mfumu imene idzalamulira mwanzeru, mwachilungamo ndi mosakondera mʼdziko.
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
6 Pa masiku a ulamuliro wake Yuda adzapulumuka ndipo Israeli adzakhala pamtendere. Dzina limene adzamutcha ndi ili: Yehova ndiye Chilungamo Chathu.
ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।
7 Choncho, masiku akubwera,” akutero Yehova, “pamene anthu sadzanenanso polumbira kuti, ‘Pali Yehova wamoyo, amene anatulutsa Aisraeli ku Igupto,’
ଏଣୁକରି ‘ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’
8 koma adzanena kuti, ‘Pali Yehova wamoyo, amene anatulutsa zidzukulu za Israeli ku dziko lakumpoto ndi ku mayiko konse kumene anawabalalitsira.’ Ndipo iwo adzawabweretsa ku dziko lawolawo.”
ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।”
9 Kunena za aneneri awa: Mtima wanga wasweka; mʼnkhongono mwati zii. Ndakhala ngati munthu woledzera, ngati munthu amene wasokonezeka ndi vinyo, chifukwa cha Yehova ndi mawu ake opatulika.
ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।
10 Dziko ladzaza ndi anthu achigololo; lili pansi pa matemberero. Dziko lasanduka chipululu ndipo msipu wawuma. Aneneri akuchita zoyipa ndipo akugwiritsa ntchito mphamvu zawo molakwika.
କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।
11 “Mneneri ngakhale wansembe onse sapembedza Yehova. Amachita zoyipa ngakhale mʼnyumba yanga,” akutero Yehova.
“କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।
12 “Nʼchifukwa chake njira zawo zidzakhala zoterera; adzawapirikitsira ku mdima ndipo adzagwera kumeneko. Adzaona zosaona mʼnthawi ya chilango chawo,” akutero Yehova.
ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା।
13 “Pakati pa aneneri a ku Samariya ndinaona chonyansa ichi: Ankanenera mʼdzina la Baala ndipo anasocheretsa anthu anga, Aisraeli.
ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।
14 Ndipo pakati pa aneneri a ku Yerusalemu ndaonapo chinthu choopsa kwambiri: amachita chigololo, amanena bodza ndipo amalimbitsa mtima anthu ochita zoyipa. Choncho palibe amene amasiya zoyipa zake. Kwa Ine anthu onsewa ali ngati a ku Sodomu ndi Gomora.”
ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”
15 Choncho ponena za aneneriwa Yehova Wamphamvuzonse akuti, “Ndidzawadyetsa zakudya zowawa ndi kuwamwetsa madzi a ndulu, chifukwa uchimo umene wafalikira mʼdziko lonse ndi wochokera kwa aneneri a ku Yerusalemuwa.”
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍‍ବକ୍ତାଗଣଠାରୁ ଦେଶଯାକରେ ଅଧାର୍ମିକତା ବ୍ୟାପିଅଛି।”
16 Koma Yehova Wamphamvuzonse akuti, “Musamvere zimene aneneri amenewa akulosera kwa inu; zomwe aloserazo nʼzachabechabe. Iwo akungoyankhula za masomphenya a mʼmitima mwawo basi, osati zochokera kwa Yehova.
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।
17 Iwo amapita ndi kumakawuza amene amandinyoza Ine kuti, ‘zinthu zidzakuyenderani bwino.’ Kwa iwo amene amawumirira kutsata zofuna za mitima yawo amakawawuza kuti, ‘palibe choyipa chimene chidzakugwereni.’”
ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’”
18 Ine ndikuti, “Koma ndani wa iwo amene anakhalapo mu msonkhano wa Yehova? Ndani anaonapo kapena kumvapo mawu ake? Ndani mwa iwo analabadirako za mawu ake ndi kuwamvera?
ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ ତାହାଙ୍କ ଆଗରେ ଠିଆ ହୋଇଅଛି? କିଏ ଆମ୍ଭର ବାକ୍ୟ ମନ ଦେଇ ଶୁଣିଅଛି?
19 Taonani ukali wa Yehova uli ngati chimphepo chamkuntho, inde ngati namondwe. Ndipo adzakantha mitu ya anthu oyipa.
ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ହଁ, ଘୂର୍ଣ୍ଣାୟମାନ ତୋଫାନ ବାହାର ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
20 Mkwiyo wa Yehova sudzaleka mpaka atachita zonse zimene anatsimikiza mu mtima mwake. Mudzazizindikira bwino zimenezi masiku akubwerawa.”
ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।
21 Yehova anati, “Ine sindinatume aneneri amenewa, komabe iwo athamanga uku ndi uku kulalikira uthenga wawo; Ine sindinawayankhule, komabe iwo ananenera.
“ଆମ୍ଭେ ଏହି ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
22 Iwo akanakhala pa msonkhano wanga ndiye kuti akanamayankhula mawu anga kwa anthu anga. Komanso bwenzi atawachotsa anthu anga mʼnjira zawo zoyipa kuti aleke machimo awo.”
ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ।
23 Yehova akuti, “Kodi ndimakhala Mulungu pokhapokha ndikakhala pafupi, ndiye sindine Mulungu?
ସଦାପ୍ରଭୁ କହନ୍ତି, ଆମ୍ଭେ କି ନିକଟରେ ପରମେଶ୍ୱର ଅଟୁ ଓ ଦୂରରେ ପରମେଶ୍ୱର ନୋହୁଁ?
24 Kodi wina angathe kubisala Ine osamuona?” “Kodi Ine sindili ponseponse kumwamba ndi dziko lapansi?” Akutero Yehova.
ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?
25 “Ndamva zimene aneneri akuyankhula. Iwo amalosera zabodza mʼdzina langa nʼkumati, ‘Ndalota! Ndalota!’
‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।
26 Kodi zabodzazi zidzakhalabe mʼmitima ya aneneriwa mpaka liti? Iwotu amalosera zonyenga za mʼmitima yawo.
ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍‍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍‍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ?
27 Aneneriwa amakhulupirira kuti anthu anga adzayiwala mawu anga akamamva za maloto awo amene amayankhulana ngati mmene anachitira makolo awo popembedza Baala.
ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍‍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।
28 Mneneri amene ali ndi maloto afotokoze malotowo. Koma iye amene ali ndi mawu anga alalikire mawuwo mokhulupirika. Kodi phesi lingafanane ndi chimanga?
ଯେଉଁ ଭବିଷ୍ୟଦ୍‍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?
29 Kodi suja mawu anga amatentha ngati moto? Suja mawu anga amaphwanya monga ichitira nyundo kuphwanya miyala?” Akutero Yehova.
ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ?
30 Yehova akuti, “Nʼchifukwa chake, Ine ndikudana nawo aneneri amene amaberana okhaokha mawu nʼkumati mawuwo ndi a Yehova.”
ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।
31 Yehova akuti, “Inde, Ine ndikudana ndi aneneri amene amakonda kuyankhula zabodza nʼkumanena kuti, ‘Amenewa ndi mawu a Yehova.’”
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି’ ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ।
32 Yehova akuti, “Ndithudi, Ine ndikudana ndi aneneri a maloto abodzawa. Iwo amafotokoza malotowo nʼkumasocheretsa anthu anga ndi bodza lawo losachita nalo manyazilo, chonsecho Ine sindinawatume kapena kuwalamula. Iwo sathandiza anthuwa ndi pangʼono pomwe,” akutero Yehova.
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
33 Yehova anawuza Yeremiya kuti, “Anthu awa, kapena mneneri, kapenanso wansembe, akakufunsa kuti, ‘Kodi uthenga wolemetsa wa Yehova ukuti chiyani?’ uwawuze kuti, ‘Inuyo ndinu katundu wolemetsa Yehova, ndipo adzakutayani.’
ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍‍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’
34 Ngati mneneri kapena wansembe kapenanso munthu wina aliyense anena kuti, ‘Uthenga wolemetsa wa Yehova ndi uwu,’ Ine ndidzalanga munthu ameneyo pamodzi ndi banja lake.
ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍‍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା।
35 Koma chimene aliyense wa inu azifunsa kwa mnzake kapena mʼbale wake ndi ichi: ‘Kodi Yehova wayankha chiyani?’ kapena ‘Yehova wayankhula chiyani?’
ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଓ ଆପଣା ଭ୍ରାତାକୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି?’
36 Koma musanenenso kuti ‘nawu uthenga wolemetsa wa Yehova,’ chifukwa mawu a munthu aliyense ndiwo uthenga wa iye mwini, kotero kuti inu mumakhotetsa mawu a Mulungu wamoyo, Yehova Wamphamvuzonse, Mulungu wathu.
ପୁଣି, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ’ ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ।
37 Tsono iwe Yeremiya udzamufunse mneneri kuti, ‘Kodi Yehova wakuyankha chiyani?’ kapena, ‘Kodi Yehova wayankhula chiyani?’
ତୁମ୍ଭେ ଭବିଷ୍ୟଦ୍‍ବକ୍ତାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ ଓ ‘ସଦାପ୍ରଭୁ କି କଥା କହିଅଛନ୍ତି?’
38 Ngati mudzanena kuti, ‘Nawu uthenga wolemetsa wa Yehova,’ ndiye tsono Yehova akuti, ‘Popeza mwagwiritsa ntchito mawu akuti: Nawu uthenga wolemetsa wa Yehova, mawu amene ndinakuletsani kuti musawatchule,
ମାତ୍ର ‘ସଦାପ୍ରଭୁଙ୍କର ଭାରୋକ୍ତି,’ ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି: ‘ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ,’ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହୁଅଛ।’
39 ndiye kuti Ine ndidzakunyamulani ngati katundu nʼkukuponyani kutali. Ndidzakuchotsani pamaso panga, inuyo pamodzi ndi mzinda umene ndinakupatsani inu ndi makolo anu.
ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା, ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;
40 Ndidzakunyozani mpaka muyaya. Ndidzakuchititsani manyazi osayiwalika.’”
ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।”

< Yeremiya 23 >