< Yeremiya 3 >

1 “Ngati munthu asudzula mkazi wake ndipo mkaziyo nʼkuchoka nakakwatiwa ndi mwamuna wina, kodi mwamuna woyambayo angathe kumutenganso mkaziyo? Kodi atatero sindiye kuti dzikolo layipitsidwa kwambiri? Koma iwe Israeli wachita zadama ndi zibwenzi zambiri. Komabe bwerera kwa ine,” akutero Yehova.
ଲୋକେ କହନ୍ତି, ‘କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ?’ ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ!
2 “Tayangʼana ku zitunda zowuma. Kodi aliponso malo ena amene iwe sunachitepo zadama? Iwe unkakhala mʼmbali mwa njira kumadikira zibwenzi zako, ngati Mluya wobisalira anthu mʼchipululu. Inu mwayipitsa dziko ndi zadama zanu ndi ntchito zanu zoyipa.
ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।
3 Nʼchifukwa chake Yehova wayimitsa mvula, ndipo mvula ya nthawi ya masika sinagwe. Komabe uli ndi maonekedwe a mkazi wachiwerewere; ndipo sukuchita manyazi ndi pangʼono pomwe.
ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।
4 Kodi iwe siposachedwa pomwepa pamene wanena kuti, ‘Abambo anga, Inu bwenzi langa la unyamata wanga,
ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, ‘ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ?
5 kodi mudzandikwiyira nthawi zonse? Kodi ukali wanu udzakhalabe mpaka muyaya?’ Umu ndimo mmene umayankhulira, koma umapitirizabe kuchita zoyipa monga momwe umathera.”
ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ?’ ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।”
6 Pa nthawi ya Mfumu Yosiya Yehova anandiwuza kuti, “Kodi waona zomwe Israeli wosakhulupirika uja wachita? Anakwera pa phiri lililonse lalitali ndi kupita pa tsinde pa mtengo uliwonse wogudira kukapembedza. Choncho anachita za chiwerewere kumeneko.
ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।
7 Ndinaganiza kuti atachita zonsezi, adzabwerera kwa Ine, koma sanabwerere, ndipo mlongo wake wosakhulupirika uja, Yuda, anaziona zimenezi.
ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ, ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା।
8 Anaona kuti ndinasudzula Israeli wosakhulupirikayo ndi kumupirikitsa chifukwa cha zigololo zake. Komabe Yuda mʼbale wake wosakhulupirika uja sanaope, nayenso anapita kukachita chigololo.
ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।
9 Chiwerewere cha Israeli chinali chochititsa manyazi kotero kuti chinayipitsa dziko lonse. Anachita chigololo popembedza mafano a miyala ndi mitengo.
ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।
10 Israeli atachita zonsezi, Yuda mʼbale wake wosakhulupirika uja sanabwerere kwa Ine ndi mtima wake wonse, koma mwachiphamaso chabe,” akutero Yehova.
ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି।”
11 Yehova anandiwuza kuti, “Kusakhulupirika kwa Israeli nʼkochepa kuyerekeza ndi kusakhulupirika kwa Yuda.
ଆଉ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ବିଶ୍ୱାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି।
12 Pita ukalalikire kumpoto uthenga wakuti, “‘Israeli wosakhulupirikawe, bwerera,’ akutero Yehova. ‘Sindidzakukalipira mpaka kalekale, pakuti ndine wachifundo,’ akutero Yehova. ‘Sindidzakukwiyira mpaka kalekale.
ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।
13 Ungovomera kulakwa kwako kuti unawukira Yehova Mulungu wako. Vomera kuti unayendayenda kukapembedza milungu yachilendo pansi pa mtengo uliwonse wogudira, ndiponso kuti sunandimvere,’” akutero Yehova.
ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।
14 “Bwererani, ana osakhulupirika, pakuti ndine mbuye wanu,” akutero Yehova. “Ndinakusankhani, mmodzimmodzi kuchokera ku mudzi uliwonse ndiponso awiriawiri kuchokera ku banja lililonse.
ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;
15 Ndipo ndidzakupatsani abusa a pamtima panga amene adzakutsogolerani mwanzeru ndi mwaluntha.
ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।
16 Masiku amenewo mukadzachulukana kwambiri mʼdzikomo, anthu sadzanenanso za ‘Bokosi la Chipangano la Yehova’ kapena kuliganizira. Sadzalikumbukiranso kapena kulifuna, ndipo sadzapanganso lina,” akutero Yehova.
ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।
17 Nthawi imeneyo adzatcha Yerusalemu Mpando Waufumu wa Yehova, ndipo mitundu yonse ya anthu idzasonkhana mu Yerusalemu pamaso pa Yehova. Sadzawumiriranso kutsata mitima yawo yoyipa.
ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।
18 Masiku amenewo fuko la Yuda lidzaphatikizana ndi fuko la Israeli, onse pamodzi adzachokera ku dziko la kumpoto kupita ku dziko limene ndinapatsa makolo awo, kuti likhale cholowa.
ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।
19 “Ine mwini ndinati, “‘Ndikanakonda bwanji kukukhazikani pakati pa ana anga ndikukupatsani dziko labwino kwambiri, cholowa chokongola kwambiri kuposa cha mitundu ina ya anthu.’ Ndinaganiza kuti mudzanditcha Ine ‘Atate’ ndi kuti simudzaleka kunditsata.
ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।
20 Koma monga mkazi wosakhulupirika amasiya mwamuna wake, momwemonso inu mwakhala osakhulupirika kwa Ine, inu fuko la Israeli,” akutero Yehova.
ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକୁ ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।”
21 Mawu akumveka pa magomo, Aisraeli akulira ndi kupempha chifundo chifukwa anatsata njira zoyipa ndi kuyiwala Yehova Mulungu wawo.
ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ-ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇଅଛନ୍ତି।
22 Inu mukuti, “Bwererani, anthu osakhulupirika; ndidzachiritsa kubwerera mʼmbuyo kwanu.” “Inde, tidzabwerera kwa Inu pakuti ndinu Yehova Mulungu wathu.
“ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।
23 Ndithu kupembedza pa magomo komanso kuchita maphwando pa mapiri zilibe phindu. Zoonadi chipulumutso cha Israeli chili mwa Yehova Mulungu wathu basi.
ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।
24 Kuyambira pa ubwana wathu milungu yochititsa manyazi ija yakhala ikutiwonongetsa phindu la ntchito za makolo athu, nkhosa ndi ngʼombe zawo, ana awo aamuna ndi aakazi.
ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି।
25 Tilekeni tigone pansi mwa manyazi, ndipo kunyozeka kwathu kutiphimbe. Paja tachimwira Yehova Mulungu wathu, ife pamodzi ndi makolo athu kuyambira nthawi ya ubwana wathu mpaka lero lino sitinamvere Yehova Mulungu wathu.”
ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।”

< Yeremiya 3 >