< Yeremiya 37 >
1 Nebukadinezara mfumu ya Babuloni, inakhazika pa mpando waufumu Zedekiya mwana wa Yosiya kukhala mfumu ya Yuda. Iye analowa mʼmalo mwa Yehoyakini mwana wa Yehoyakimu.
ଏଥିଉତ୍ତାରେ ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।
2 Koma Zedekiya kapena atumiki ake ngakhalenso anthu a mʼdzikomo sanasamalire mawu a Yehova amene anayankhula kudzera mwa mneneri Yeremiya.
ମାତ୍ର ସେ, କିଅବା ତାହାର ଦାସମାନେ ଅବା ଦେଶସ୍ଥ ଲୋକମାନେ, ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
3 Tsono Zedekiya anatuma Yehukali mwana wa Selemiya ndi wansembe Zefaniya mwana wa Maseya kwa mneneri Yeremiya ndi uthenga uwu: “Chonde tipempherereni kwa Yehova Mulungu wathu.”
ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇ କହିଲା, “ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।”
4 Nthawi imeneyinso nʼkuti Yeremiya ali ndi ufulu woyenda pakati pa anthu chifukwa anali asanaponyedwe mʼndende.
ସେହି ସମୟରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ଗତାୟାତ କରୁଥିଲେ; କାରଣ ସେମାନେ ତାଙ୍କୁ କାରାଗାରରେ ବନ୍ଦୀ କରି ନ ଥିଲେ।
5 Nthawi imeneyinso nʼkuti gulu lankhondo la Farao litatuluka mʼdziko la Igupto. Ndipo Ababuloni amene anali atazinga Yerusalemu atamva zimenezi, anachoka ku Yerusalemuko.
ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ।
6 Tsono Yehova anawuza mneneri Yeremiya kuti,
ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
7 “Uyiwuze mfumu ya Yuda imene inakutuma kuti udzapemphe nzeru kwa ine kuti Ine Yehova, Mulungu wa Israeli ndikuti, gulu lankhondo la Farao limene linatuluka kuti lidzakuthandize lidzabwerera kwawo ku Igupto.
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।
8 Ndipo Ababuloni adzabwerera kudzathira nkhondo mzinda uno. Iwo adzawugonjetsa ndi kuwutentha.
ପୁଣି, କଲ୍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।’
9 “Yehova akuti: Musadzinyenge, nʼkumaganiza kuti, ‘Ndithu Ababuloni adzatisiya.’ Ndithudi sadzakusiyani!
ସଦାପ୍ରଭୁ ଏହି କଥା କହନ୍ତି; କଲ୍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ।
10 Ngakhale mutagonjetsa gulu lonse lankhondo la Ababuloni limene likukuthirani nkhondo ndipo mʼmatenti mwawo ndikutsala anthu ovulala okhaokha, amenewo adzabwera ndi kudzatentha mzinda uno.”
ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”
11 Gulu lankhondo la Ababuloni litaleka kuthira nkhondo mzinda wa Yerusalemu chifukwa choopa gulu lankhondo la Farao,
କଲ୍ଦୀୟମାନଙ୍କର ସୈନ୍ୟ ଯେଉଁ ସମୟରେ ଫାରୋର ସୈନ୍ୟ ଭୟରେ ଯିରୂଶାଲମରୁ ଚାଲି ଯାଇଥିଲେ, ସେସମୟରେ ଏପରି ଘଟିଥିଲା ଯେ,
12 Yeremiya ananyamuka kuchoka ku Yerusalemu ndi kumapita ku dziko la Benjamini kuti akalandire gawo lake la minda ya makolo ake.
ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।
13 Koma atafika pa Chipata cha Benjamini, mkulu wa alonda amene dzina lake linali Iriya mwana wa Selemiya, mwana wa Hananiya, anagwira mneneri Yeremiyayo ndipo anati, “Iwe ukuthawira kwa Ababuloni!”
ପୁଣି, ସେ ବିନ୍ୟାମୀନ୍ ନାମକ ନଗର-ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”
14 Yeremiya anati, “Zimenezo si zoona! Ine sindikuthawira kwa Ababuloni.” Koma Iriya sanamumvere. Mʼmalo mwake anagwira Yeremiya nʼkupita naye kwa akuluakulu.
ସେତେବେଳେ ଯିରିମୀୟ କହିଲେ, “ଏ ମିଥ୍ୟା କଥା; ମୁଁ କଲ୍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ;” ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା।
15 Akuluakuluwo anamupsera mtima Yeremiya ndipo anamukwapula ndi kumuyika mʼnyumba ya mlembi Yonatani, imene anayisandutsa ndende.
ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ।
16 Yeremiya anayikidwa mʼndende ya pansi pa nthaka, kumene anakhalako nthawi yayitali.
ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରିରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ।
17 Kenaka Mfumu Zedekiya inatuma anthu kuti akayitane Yeremiya ndipo anabwera naye ku nyumba ya mfumu. Atafika mfumu inamufunsa mwamseri kuti, “Kodi pali mawu ena amene Yehova wakuwuza?” Yeremiya anayankha kuti, “Inde. Inu mfumu mudzaperekedwa kwa mfumu ya ku Babuloni.”
ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ତହିଁରେ ଯିରିମୀୟ କହିଲେ, “ଆସିଅଛି। ସେ ଆହୁରି କହିଲେ, ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”
18 Pamenepo Yeremiya anafunsa Mfumu Zedekiya kuti, “Kodi ndakulakwirani chiyani inuyo kapena akuluakulu anu kapenanso anthu awa, kuti mundiyike mʼndende?
ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?
19 Kodi ali kuti aneneri anu amene anakuloserani kuti, ‘Mfumu ya ku Babuloni sidzakuthirani nkhondo pamodzi ndi dziko lino’?
ଆପଣମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?
20 Koma tsopano, mbuye wanga mfumu, chonde tamverani. Loleni ndinene pempho langa pamaso panu: Musandibwezere ku nyumba ya mlembi Yonatani, kuopa kuti ndingakafere kumeneko.”
ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ।”
21 Tsono Mfumu Zedekiya analamula kuti Yeremiya asungidwe mʼbwalo la alonda. Ankamupatsa buledi tsiku ndi tsiku amene ankamugula kwa ophika buledi. Anapitiriza kutero mpaka buledi yense anatha mu mzindamo. Choncho Yeremiya anapitirira kukhala mʼbwalo la alonda.
ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।