< Yeremiya 45 >
1 Uwu ndi uthenga umene mneneri Yeremiya anawuza Baruki mwana wa Neriya mʼchaka cha chinayi cha Yehoyakimu mwana wa mwana ya Yosiya kuti alembe mʼbuku.
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ,
2 “Yehova Mulungu wa Israeli, akunena kwa iwe Baruki kuti:
“ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି;
3 Iwe unati, ‘Kalanga ine! Yehova wawonjezera chisoni pa mavuto anga. Ine ndatopa ndi kubuwula ndipo sindikupeza mpumulo.’”
ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’
4 Koma Yehova akukuwuza kuti, “Ndidzagwetsa chimene ndinamanga ndipo ndidzazula chimene ndinadzala. Ndidzachita zimenezi mʼdziko lonse.
ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା।
5 Kodi tsono ukudzifunira wekha zinthu zazikulu? Usadzifunire. Pakuti ndidzagwetsa mavuto pa anthu onse, koma ndidzasunga moyo wako kulikonse kumene ungadzapite.”
ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ, କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।”