< Yeremiya 47 >

1 Uthenga umene Yehova anamupatsa mneneri Yeremiya wonena za Afilisti, Farao asanathire nkhondo Gaza ndi uwu:
ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
2 Yehova akuti, “Taonani mmene madzi akubwerera kuchokera kumpoto; adzasanduka mtsinje wosefukira ndi a mkokomo. Adzasefukira mʼdziko monse ndi kumiza chilichonse mʼmenemo, mizinda ndi onse okhala mʼmenemo. Anthu adzafuwula; anthu onse okhala mʼdzikomo adzalira
“ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଚ୍ଛୁଳୁଅଛି, ତାହା ପ୍ଲାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।
3 akadzamva mgugu wa ngʼombe zazimuna zothamanga, phokoso la magaleta ake ndi kulira kwa mikombero yake. Makolo sadzatembenuka kuti athandize ana awo; manja awo adzangoti khoba.
ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;
4 Pakuti tsiku lafika lowononga Afilisti onse ndi kupha onse otsala, onse amene akanatha kuthandiza Turo ndi Sidoni. Yehova ali pafupi kuwononga Afilisti, otsala ochokera ku zilumba za ku Kafitori.
କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।
5 Anthu a ku Gaza ameta mipala; anthu a ku Asikeloni akhala chete. Inu otsala a ku chigwa, mudzakhala mukudzichekacheka mpaka liti?
ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ?
6 “Mukulira kuti, ‘Aa, lupanga la Yehova, kodi udzapumula liti? Bwerera mʼmalo ako; ukhale momwemo ndipo ukhale chete.’
ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।
7 Koma lupangalo lidzapumula bwanji pamene Yehova walilamulira kuti lithire nkhondo Asikeloni ndi anthu a mʼmbali mwa nyanja?”
ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର? ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି।”

< Yeremiya 47 >