< Yeremiya 48 >

1 Ponena za Mowabu: Yehova Wamphamvuzonse, Mulungu wa Israeli akuti, “Tsoka kwa mzinda wa Nebo, chifukwa wawonongedwa. Mzinda wa Kiriyataimu wachititsidwa manyazi ndipo wagonjetsedwa; linga lichititsidwa manyazi ndipo lagumulidwa.
ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍‍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍‍ ଲଜ୍ଜିତ ଓ ଭଗ୍ନ ହେଲା।
2 Palibenso amene akutamanda Mowabu; ku Hesiboni anthu anamupanganira zoyipa: ‘Bwerani, tiyeni timuwonongeretu kuti asakhalenso mtundu wa anthu.’ Inunso anthu a ku Madimena, adzakukhalitsani chete; ankhondo adzakupirikitsani.
ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍‍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍‍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍‍ଗାମୀ ହେବ।
3 Tamvani mfuwu wa anthu a ku Horonaimu. Iwo akulira kuti, ‘Kusakazika ndi kuwonongeka kwakukulu.’
“ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ!
4 Mowabu wawonongeka; ana ake angʼonoangʼono akulira kwambiri.
ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
5 Anthu akukwera chikweza cha ku Luhiti, akulira kwambiri pamene akupita. Kulira chifukwa cha chiwonongeko kukumveka pa njira yotsikira ku Horonaimu.
କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।
6 Thawani! Dzipulumutseni; khalani ngati mbidzi ya mʼchipululu.
ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ।
7 Popeza inu munkadalira ntchito zanu ndi chuma chanu, nanunso mudzatengedwa ukapolo, ndipo Kemosi adzapita ku ukapolo, pamodzi ndi ansembe ake ndi akuluakulu ake.
କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇଯିବ।
8 Wowononga adzabwera ndi kusakaza mzinda uliwonse, ndipo palibe mzinda umene udzapulumuke. Chigwa chidzasanduka bwinja ndipo malo athyathyathya a pamwamba pa phiri adzawonongedwa monga Yehova wayankhulira.
ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ।
9 Mtsineni khutu Mowabu chifukwa adzasakazika; mizinda yake idzasanduka mabwinja, wopanda munthu wokhalamo.
“ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ।
10 “Wotembereredwa munthu amene amagwira ntchito ya Yehova monyinyirika! Wotembereredwa munthu amene amaletsa lupanga lake kupha anthu!
“ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।
11 “Mowabu wakhala pa mtendere kuyambira ubwana wake, ngati vinyo wokhazikika pa masese ake, osapungulidwa kuchoka mu mtsuko wina kuthira mu mtsuko wina; iye sanatengedwepo ukapolo. Nʼchifukwa chake kukoma kwake nʼkomwe kuja ndipo fungo lake silinasinthe.
“ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।
12 Nʼchifukwa chake masiku akubwera,” akutero Yehova, “pamene ndidzatuma anthu amene amakhuthula vinyo mʼmitsuko ndipo adzamukhutula; adzakhuthula vinyo yense mitsuko yake pambuyo pake nʼkuphwanya mitsukoyo.
ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।
13 Pamenepo Mowabu adzachita manyazi ndi Kemosi, monga momwe Aisraeli anachitira manyazi ndi Beteli amene ankamukhutulira.
ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍‍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।
14 “Kodi munganene bwanji kuti, ‘Ife ndife asilikali. Ife ndife ngwazi, anthu amphamvu pa nkhondo?’
ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ,’ ଏହା ତୁମ୍ଭେମାନେ କିପରି କହୁଅଛ?
15 Owononga Mowabu ndi mizinda yake abwera ndipo ankhondo adzalowa mʼmidzi yake; anyamata ake okongola apita kukaphedwa,” ikutero Mfumu, imene dzina lake ndi Yehova Wamphamvuzonse.
ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଲାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି।
16 Kugwa kwa Mowabu kuli pafupi; masautso ake akubwera posachedwa.
ମୋୟାବର ବିପଦ ନିକଟରେ ଉପସ୍ଥିତ ଓ ତାହାର କ୍ଳେଶ ଅତି ଶୀଘ୍ର ଆସୁଅଛି।
17 Mulireni kwambiri, inu nonse amene mwamuzungulira, inu nonse amene mumadziwa za kutchuka kwake; nenani kuti, “Taonani momwe yathyokera ndodo yamphamvu yaufumu ija, taonani momwe ndodo yaulemu yathyokera!”
ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ‘ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!’
18 “Tsikani pa ulemerero wanu ndipo khalani pansi powuma, inu anthu okhala ku Diboni, pakuti wowononga Mowabu wabwera kudzamenyana nanu, wasakaza mizinda yanu yotetezedwa.
ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଲାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।
19 Inu amene mumakhala ku Aroeri, imani mʼmbali mwa msewu ndi kumaonerera. Funsani mwamuna amene akuthawa ndiponso mkazi amene wapulumuka, afunseni kuti, ‘Kodi chachitika nʼchiyani?’”
ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; କଅଣ କରାଯାଇଅଛି କୁହ?
20 Iwo adzayankha kuti, “Mowabu wachititsidwa manyazi, pakuti wasakazika. Lirani mwachisoni ndipo fuwulani! Lengezani ku mtsinje wa Arinoni kuti Mowabu wawonongedwa.
ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।
21 Chiweruzo chabwera ku mizinda ya ku mapiri, ndiyo Holoni, Yaza, Mefaati,
ପୁଣି, ମୋୟାବ ଦେଶୀୟ ଦୂରସ୍ଥ କିଅବା ନିକଟସ୍ଥ ସମସ୍ତ ନଗର ଉପରେ,
22 Diboni, Nebo, Beti-Dibilataimu,
ଅର୍ଥାତ୍‍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ, ଯହସ ଓ ମେଫାତ୍‍ ଦୀବୋନ୍, ନବୋ ଓ ବେଥ୍-ଦିବ୍ଳାଥୟିମ:
23 Kiriyataimu, Beti-Gamuli, Beti-Meoni,
କିରୀୟାଥୟିମ୍‍, ବେଥ୍-ଗାମୁଲ୍ ଓ ବେଥ୍-ମୀୟୋନ୍‍;
24 Keriyoti ndi Bozira ndi mizinda yonse ya Mowabu, yakutali ndi yapafupi yomwe.
କରୀୟୋଥ୍‍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ ବିଚାରଦଣ୍ଡ ଉପସ୍ଥିତ ହୋଇଅଛି।
25 Mphamvu za Mowabu zawonongeka; mkono wake wathyoka,” akutero Yehova.
ସଦାପ୍ରଭୁ କହନ୍ତି, ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।
26 “Muledzeretseni Mowabu, chifukwa anadzikuza powukira Yehova. Mulekeni Mowabu avivinizike mʼmasanzi ake; mulekeni akhale chinthu chomachiseka.
ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।
27 Kodi suja Israeli anali kwa iwe ngati chinthu chomachiseka? Kodi Israeli anapezeka pakati pa akuba kuti nthawi zonse poyankhula za iye, iwe uzimupukusira mutu momunyoza?
ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେ ଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।
28 Inu amene mumakhala ku Mowabu, siyani mizinda yanu ndi kukakhala pakati pa matanthwe. Khalani ngati nkhunda imene imamanga chisa chake pa khomo la phanga.
ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ।
29 “Tamva za kunyada kwa Mowabu, kunyada kwake nʼkwakukulu. Ndi wodzitama, wonyada ndi wodzitukumula. Ali ndi mtima wodzikweza.
ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।
30 Ine ndikuzidziwa ntchito zake, akutero Yehova. Ntchitozo ndi nʼzosapindulitsa kanthu.
ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।
31 Nʼchifukwa chake ndidzamulira Mowabu, ine ndikulira chifukwa cha anthu onse a ku Mowabu, ndikubuwula chifukwa cha anthu a ku Kiri Heresi.
ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।
32 Ndikukhetsa misozi chifukwa cha inu, kupambana momwe ndinalirira Yazeri. Inu anthu a ku Sibina muli ngati mipesa imene nthambi zake zatambalala mpaka ku Nyanja; zafika mpaka ku nyanja ya Yazeri. Wowononga wasakaza zipatso zake zachilimwe ndi mpesa.
ହେ ସିବ୍‍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।
33 Chimwemwe ndi chisangalalo zatha ku minda ya zipatso ya ku Mowabu. Ndaletsa kuchucha kwa vinyo mopsinyira mphesa; palibe amene akufuwula mokondwa akamapsinya mphesa. Ngakhale kufuwula kulipo, koma sikufuwula kwa chimwemwe.
ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।
34 “A ku Hesiboni ndi Eleali akulira ndipo mfuwu wawo ukumveka mpaka ku Yahazi, kuchokera ku Zowari mpaka ku Horonaimu ndi ku Egilati Selisiya. Ngakhale madzi a ku Nimurimu aphwa.
ହିଷ୍‍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍‍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର ଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।
35 Ndidzawaletsa anthu a ku Mowabu kupereka nsembe mʼmalo awo opembedzera ndi kufukiza lubani kwa milungu yawo,” akutero Yehova.
ଆହୁରି, ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା।
36 “Nʼchifukwa chake mtima wanga ukulirira Mowabu ngati chitoliro. Mtima wanga ukulirira anthu a ku Kiri Heresi ngati chitoliro chifukwa chuma chimene anachipata chatha.
ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।
37 Aliyense wameta mutu wake ndi ndevu zake; manja a munthu aliyense ndi ochekacheka, ndipo munthu aliyense wavala chiguduli mʼchiwuno mwake.
କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।
38 Pa madenga onse a ku Mowabu ndiponso mʼmisewu yake anthu akungolira, pakuti ndaphwanya Mowabu ngati mtsuko wopanda ntchito,” akutero Yehova.
ମୋୟାବର ସମସ୍ତ ଗୃହ-ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।
39 “Taonani mmene waphwanyikira! Tamvani momwe akulirira! Taonani momwe Mowabu wachititsidwira manyazi. Mowabu wasanduka chinthu chonyozeka, chinthu chochititsa mantha kwa onse amene amuzungulira.”
ସେ କିପରି ଭଗ୍ନ ହୋଇଅଛି! ଲୋକେ କିପରି ବିଳାପ କରୁଅଛନ୍ତି! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇଅଛି! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟସ୍ଥାନ ହେବ।”
40 Yehova akuti, “Mtundu wina udzachita kuwuluka nʼkugwera pa Mowabu ngati chiwombankhanga chimene chatambalitsa mapiko ake.
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।
41 Mizinda idzagwidwa ndipo malinga adzalandidwa. Pa tsiku limenelo mitima ya ankhondo a ku Mowabu idzakhala ngati mtima wa mayi pa nthawi yake yochira.
କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।
42 Mowabu sudzakhala mtundu wa anthu chifukwa unadzikuza powukira Yehova.
ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।
43 Zoopsa, dzenje ndi msampha zikudikira inu anthu a ku Mowabu,” akutero Yehova.
ସଦାପ୍ରଭୁ କହନ୍ତି, ହେ ମୋୟାବ ନିବାସୀନ୍‍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।
44 “Aliyense wothawa zoopsa adzagwera mʼdzenje, aliyense wotuluka mʼdzenje adzakodwa mu msampha. Ndigwetsa zimenezi pa Mowabu pa nthawi ya chilango chake,” akutero Yehova.
ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।
45 “Anthu othawa nkhondo ayima pa mthunzi wa Hesiboni chifukwa chotopa. Koma moto wayaka kuchokera ku Hesiboni, malawi a moto abuka kuchokera ku nyumba ya mfumu Sihoni. Motowo ukuwononga mapiri a ku Mowabu, dziko la anthu onyada.
ଯେଉଁମାନେ ପଳାଇଗଲେ, ସେମାନେ ବଳହୀନ ହୋଇ ହିଷ୍‍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍‍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।
46 Tsoka kwa iwe Mowabu! Anthu opembedza Kemosi awonongeka. Ana ako aamuna ndi aakazi atengedwa ukapolo.
ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।
47 “Komabe masiku akutsogolo ndidzabwezeranso Mowabu chuma chake,” akutero Yehova. Chiweruzo cha Mowabu chathera pamenepa.
ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି।

< Yeremiya 48 >