< Yobu 15 >

1 Pamenepo Elifazi wa ku Temani anayankha kuti,
ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା,
2 “Kodi munthu wanzeru angayankhe ndi mawu achabechabe otere, kapena angakhutitse mimba yake ndi mphepo yotentha yochokera kummawa?
“ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?
3 Kodi angathe kutsutsa ndi mawu opanda pake, kapena kuyankhula mawu opanda phindu?
ସେ କʼଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?
4 Koma iwe ukuchepetsa zoopa Mulungu ndipo ukutchinga zodzikhuthulira kwa Mulungu.
ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ।
5 Tchimo lako ndiye likuyankhulitsa pakamwa pakopo; ndipo watengera mayankhulidwe a atambwali.
କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ।
6 Pakamwa pakopo ndiye pakukutsutsa osati pakamwa panga; milomo yakoyo ikukutsutsa.
ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି।
7 “Kodi ndiwe munthu woyamba kubadwa? Kodi unalengedwa mapiri asanalengedwe?
ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ?
8 Kodi unali mʼgulu la alangizi a Mulungu? Kodi ukudziyesa wanzeru ndiwe wekha?
ତୁମ୍ଭେ କʼଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍‍ କରୁଅଛ?
9 Kodi iwe umadziwa chiyani chimene ife sitichidziwa? Kodi iwe uli ndi chidziwitso chanji chimene ife tilibe?
ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ?
10 Anthu a imvi ndi okalamba ali mbali yathu, anthu amvulazakale kupambana abambo ako.
ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।
11 Kodi mawu otonthoza mtima ochokera kwa Mulungu sakukukwanira, mawu oyankhula mofatsawa kwa iwe?
ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?
12 Chifukwa chiyani ukupsa mtima, ndipo chifukwa chiyani ukutuzula maso ako,
ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍‍ମଟ୍‍ କରେ
13 moti ukupsera mtima Mulungu ndi kuyankhula mawu otero pakamwa pako?
ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?
14 “Kodi munthu nʼchiyani kuti nʼkukhala woyera mtima kapena wobadwa mwa amayi nʼchiyani kuti nʼkukhala wolungama mtima?
ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?
15 Ngati Mulungu sakhulupirira ngakhale angelo ake, ngakhale zakumwamba sizoyera pamaso pake,
ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।
16 nanga kuli bwanji munthu amene ndi wonyansa ndi wa njira zokhotakhota, amene kuchita zoyipa kuli ngati kumwa madzi.
ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!
17 “Mvetsera kwa ine ndipo ndidzakufotokozera; ndilole ndikuwuze zimene ndaziona,
ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;
18 zimene anandiphunzitsa anthu anzeru, sanandibisire kalikonse kamene anamva kuchokera kwa makolo awo.
ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହିଅଛନ୍ତି ଓ ଗୁପ୍ତ କରି ନାହାନ୍ତି;
19 (Ndi kwa iwowa kumene dziko lino linaperekedwa pamene panalibe mlendo wokhala pakati pawo).
କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;
20 Munthu woyipa amavutika ndi masautso masiku onse a moyo wake, munthu wankhanza adzavutika zaka zake zonse.
ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍‍, ଉପଦ୍ରବ ପାଇଁ ନିରୂପିତ ବର୍ଷ ଯାଏ କ୍ଳେଶ ଭୋଗ କରେ।
21 Amamva mawu owopsa mʼmakutu mwake, pamene zonse zikuoneka ngati zili bwino, anthu achifwamba amamuthira nkhondo.
ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;
22 Iye sakhulupirira kuti angathe kupulumuka ku mdima wa imfa; iyeyo ndi woyenera kuphedwa.
ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ୱାସ କରେ ନାହିଁ ଓ ସେ ଖଡ୍ଗ ନିମନ୍ତେ ଅପେକ୍ଷିତ;
23 Amangoyendayenda pali ponse kunka nafuna chakudya; amadziwa kuti tsiku la mdima lili pafupi.
ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ।
24 Masautso ndi nthumanzi zimamuchititsa mantha kwambiri; zimamugonjetsa iye monga imachitira mfumu yokonzekera kukathira nkhondo,
ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;
25 chifukwa iye amatambasula dzanja lake kuyambana ndi Mulungu ndipo amadzitama yekha polimbana ndi Wamphamvuzonse.
କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;
26 Amapita mwa mwano kukalimbana naye atanyamula chishango chochindikala ndi cholimba.
ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;
27 “Ngakhale nkhope yake ndi yonenepa ndipo mʼchiwuno mwake muli mnofu wambiri,
ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା;
28 munthuyo adzakhala mʼmizinda yowonongeka ndi mʼnyumba zosayenera kukhalamo anthu, nyumba zimene zikugwa ndi kuwonongeka.
ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା।
29 Iye sadzalemeranso ndipo chuma chake sichidzakhalitsa, ngakhale minda yake sidzabala zipatso pa dziko lapansi.
ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକୁ ଓହଳିବ ନାହିଁ।
30 Iyeyo sadzapulumuka mu mdimamo; lawi lamoto lidzawumitsa nthambi zake, ndipo mpweya wochokera mʼkamwa mwa Mulungu udzamusesa.
ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ପରମେଶ୍ୱରଙ୍କ ମୁଖର ନିଶ୍ୱାସରେ ସେ ଉଡ଼ିଯିବ।
31 Asadzinyenge yekha podalira zinthu zachabechabe, pakuti pa mapeto pake sadzaphulapo kanthu.
ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ।
32 Iye adzalandira malipiro ake nthawi yake isanakwane, ndipo nthambi zake sizidzaphukanso.
ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ।
33 Iye adzakhala ngati mtengo wamphesa wopululidwa zipatso zake zisanapse, adzakhala ngati mtengo wa olivi umene wayoyola maluwa ake.
ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ।
34 Pakuti anthu osapembedza Mulungu adzakhala osabala ndipo moto udzapsereza nyumba za onse okonda ziphuphu.
କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ବୁସବୁ ଗ୍ରାସ କରିବ।
35 Iwo amalingalira zaupandu ndipo amachita zoyipa; mtima wawo umakonzekera zachinyengo.”
ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।”

< Yobu 15 >