< Yobu 34 >

1 Pamenepo Elihu anapitiriza kuyankhula kuti,
ଆହୁରି ଇଲୀହୂ ଉତ୍ତର କରି କହିଲା,
2 “Imvani mawu anga, inu anthu anzeru; tcherani khutu inu anthu ophunzira.
“ହେ ଜ୍ଞାନୀମାନେ, ମୋʼ କଥା ଶୁଣ, ହେ ବିଜ୍ଞମାନେ, ମୋʼ କଥାରେ କର୍ଣ୍ଣ ଦିଅ।
3 Pakuti khutu limayesa mawu monga momwe mʼkamwa mumalawira chakudya.
କାରଣ ସ୍ୱାଦ ଯେପରି ଭକ୍ଷ୍ୟର ସ୍ୱାଦ ବୁଝେ, କର୍ଣ୍ଣ ସେପରି ବାକ୍ୟର ପରୀକ୍ଷା କରେ।
4 Tsono tiyeni tizindikire chomwe chili choyenera; tiphunzire pamodzi chomwe chili chabwino.
ଯାହା ଯଥାର୍ଥ, ତାହା ଆମ୍ଭେମାନେ ଆପଣାମାନଙ୍କ ପାଇଁ ମନୋନୀତ କରୁ; ଯାହା ଭଲ, ତାହା ଆମ୍ଭେମାନେ ଆପଣାମାନଙ୍କ ମଧ୍ୟରେ ନିଶ୍ଚୟ କରୁ।
5 “Yobu akunena kuti, ‘Ndine wosalakwa, koma Mulungu akukana kundiweruza molungama.
କାରଣ ଆୟୁବ କହିଅଛି, ‘ମୁଁ ଧାର୍ମିକ, ପୁଣି ପରମେଶ୍ୱର ମୋହର ନ୍ୟାୟ ହରଣ କରିଅଛନ୍ତି;
6 Ngakhale ndine wolungama mtima, akundiyesa wabodza; ngakhale ndine wosachimwa, mivi yake ikundichititsa mabala osachiritsidwa.’
ମୁଁ ନ୍ୟାୟବାନ ହେଲେ ହେଁ ମିଥ୍ୟାବାଦୀ ଗଣିତ ହୋଇଅଛି; ମୁଁ ଅପରାଧରହିତ ହେଲେ ହେଁ ମୋହର କ୍ଷତି ପ୍ରତିକାରହୀନ।’
7 Kodi munthu wofanana ndi Yobu ndani, amene amayankhula zamwano ngati akumwa madzi?
ଆୟୁବ ପରି କେଉଁ ଲୋକ ଅଛି? ସେ ଜଳ ପରି ନିନ୍ଦା ପାନ କରେ।
8 Iye amayenda ndi anthu ochita zoyipa; amayanjana ndi anthu oyipa mtima.
ସେ ଅଧର୍ମାଚାରୀମାନଙ୍କ ସଙ୍ଗେ ଯାଏ ଓ ଦୁଷ୍ଟ ଲୋକମାନଙ୍କ ସଙ୍ଗେ ଗମନାଗମନ କରେ।
9 Paja iye amanena kuti, ‘Munthu sapindula kanthu poyesetsa kukondweretsa Mulungu.’
କାରଣ ସେ କହିଅଛି, ‘ପରମେଶ୍ୱରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ।’
10 “Tsono mverani ine, inu anthu anzeru zomvetsa zinthu. Mulungu sangachite choyipa ndi pangʼono pomwe, Wamphamvuzonse sangathe kuchita cholakwa.
ହେ ବୁଦ୍ଧିମାନ ଲୋକେ, ମୋʼ କଥା ଶୁଣ; ପରମେଶ୍ୱର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ।
11 Iye amamubwezera munthu molingana ndi ntchito zake; Mulungu amabweretsa pa munthu molingana ndi zomwe amachita.
ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳ ଭୋଗ କରାଇବେ।
12 Nʼchosayembekezeka kuti Mulungu achite cholakwa, kuti Wamphamvuzonse apotoze chilungamo.
ନିଶ୍ଚୟ ପରମେଶ୍ୱର ଦୁଷ୍ଟାଚରଣ କରିବେ ନାହିଁ, ସର୍ବଶକ୍ତିମାନ ବିଚାର ବିପରୀତ କରିବେ ନାହିଁ।
13 Kodi anapatsa Mulungu udindo wolamulira dziko lapansi ndani? Ndani anayika Mulungu kuti azilamulira dziko lonse?
କିଏ ତାହାଙ୍କୁ ପୃଥିବୀର କର୍ତ୍ତୃତ୍ୱଭାର ଦେଲା? ଅବା କିଏ ସମୁଦାୟ ଜଗତର ନିରୂପଣ କରିଅଛି?
14 Mulungu akanakhala ndi maganizo oti achotse mzimu wake ndi mpweya wake,
ଯଦି ସେ ମନୁଷ୍ୟ ଉପରେ ଆପଣା ମନ ଦେବେ, ଯଦି ସେ ତାହାର ଆତ୍ମା ଓ ନିଶ୍ୱାସ ଆପଣା ନିକଟରେ ସଂଗ୍ରହ କରିବେ;
15 zamoyo zonse zikanawonongekeratu ndipo munthu akanabwerera ku fumbi.
ତେବେ ସକଳ ପ୍ରାଣୀ ଏକତ୍ର ବିନଷ୍ଟ ହେବେ ଓ ମନୁଷ୍ୟ ପୁନର୍ବାର ଧୂଳିରେ ମିଶିଯିବ।
16 “Ngati ndinu omvetsa zinthu, imvani izi; mvetserani zimene ndikunena.
ତୁମ୍ଭର ବିବେଚନା ଥିଲେ, ଏହା ଶୁଣ; ମୋʼ ବାକ୍ୟର ରବରେ ମନୋଯୋଗ କର।
17 Kodi Mulungu wodana ndi chilungamo angathe kukhala wolamulira? Kodi iwe ungathe kuweruza Wolungama ndi Wamphamvuyo?
ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ?
18 Kodi si Iye amene amanena kwa mafumu kuti, ‘Ndinu opanda pake,’ ndipo amawuza anthu otchuka, ‘Ndinu oyipa,’
ରାଜାକୁ, ‘ତୁମ୍ଭେ ଅଧମ;’ ଅବା ଅଧିପତିମାନଙ୍କୁ, ‘ତୁମ୍ଭେମାନେ ଦୁଷ୍ଟ’ ବୋଲି କହିବାର କି ଉପଯୁକ୍ତ?
19 Iye sakondera akalonga ndipo salemekeza anthu olemera kupambana osauka, pakuti onsewa ndi ntchito ya manja ake?
ତେବେ ପରମେଶ୍ୱର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ?
20 Iwo amafa mwadzidzidzi, pakati pa usiku; anthu amachita mantha ndipo amamwalira; munthu wamphamvu amachotsedwa popanda dzanja la munthu.
ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି; ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି ଓ ବିକ୍ରମୀ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି।
21 “Maso a Mulungu amapenya njira za munthu; amaona mayendedwe ake onse.
କାରଣ ମନୁଷ୍ୟର ମାର୍ଗ ପ୍ରତି ପରମେଶ୍ୱରଙ୍କ ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି।
22 Palibe malo obisika kapena a mdima wandiweyani kumene anthu ochita zoyipa angabisaleko.
ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ।
23 Mulungu sasowa kuti apitirizebe kufufuza munthu, kuti abwere pamaso pake kudzaweruzidwa.
କାରଣ ମନୁଷ୍ୟର ପରମେଶ୍ୱରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ।
24 Popanda kufufuza, Iye amawononga anthu amphamvu ndipo mʼmalo mwawo amayikamo ena.
ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରାନ୍ତ ଲୋକମାନଙ୍କୁ ଖଣ୍ଡ ଖଣ୍ଡ କରନ୍ତି ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି।
25 Pakuti Iyeyo amadziwa bwino ntchito zawo amawagubuduza usiku ndipo amatswanyika.
ଏହେତୁ ସେ ସେମାନଙ୍କ କର୍ମର ତତ୍ତ୍ୱ ନିଅନ୍ତି; ପୁଣି, ସେ ରାତ୍ରିରେ ସେମାନଙ୍କୁ ଓଲଟାଇ ପକାନ୍ତି, ତହିଁରେ ସେମାନେ ବିନଷ୍ଟ ହୁଅନ୍ତି।
26 Iye amawalanga chifukwa cha kuyipa kwawo, pamalo pamene aliyense akuwaona;
ସେ ଅନ୍ୟମାନଙ୍କ ଦୃଷ୍ଟିଗୋଚରରେ ଦୁଷ୍ଟ ଲୋକଙ୍କୁ ପ୍ରହାର କଲା ପରି ସେମାନଙ୍କୁ ପ୍ରହାର କରନ୍ତି;
27 Chifukwa anasiya kumutsata ndipo sasamaliranso njira zake zonse.
କାରଣ ସେମାନେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ଓ ତାହାଙ୍କର କୌଣସି ମାର୍ଗ ଆଦର କରିବାକୁ ଅନିଚ୍ଛୁକ ହେଲେ;
28 Anachititsa amphawi kuti kulira kwawo kufike pamaso pake, kotero Iyeyo anamva kulira kwa amphawiwo.
ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ।
29 Koma ngati Mulungu akhala chete, ndani angamunene kuti walakwa? Akabisa nkhope yake, ndani angathe kumupenyabe? Komatu ndiye amene amayangʼana za munthu komanso mtundu wa anthu,
ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖି ପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;
30 kuti asalamuliridwe ndi anthu osapembedza, kuti asatchere anthu misampha.
ଏଣୁ ଅଧାର୍ମିକ ଲୋକ ରାଜତ୍ୱ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ।
31 “Mwina munthu atanena kwa Mulungu kuti, ‘Ndine wolakwa koma sindidzachimwanso,
କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ‘ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;
32 ndiphunzitseni zimene sindikuziona ngati ndachita choyipa, sindidzachitanso.’
ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯଦି ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ?’
33 Kodi Mulungu akuweruzeni potsata mmene inuyo mukuganizira, pamene inu mukukana kulapa? Chisankho nʼchanu, osati changa; tsono ndiwuzeni zomwe mukudziwa.
ତାହାଙ୍କ ଦତ୍ତ ପ୍ରତିଫଳ କି ତୁମ୍ଭ ଇଚ୍ଛାମତ ହେବ ଯେ, ତୁମ୍ଭେ ତାହା ଅଗ୍ରାହ୍ୟ କରୁଅଛ? କାରଣ ମନୋନୀତ କରିବାର ତୁମ୍ଭର କର୍ମ, ମୋହର ନୁହେଁ; ଏଥିପାଇଁ ଯାହା ତୁମ୍ଭେ ଜାଣ, ତାହା କୁହ।
34 “Anthu omvetsa zinthu adzakambirana, anthu anzeru amene akundimva adzandiwuza kuti,
ବୁଦ୍ଧିମାନ ଲୋକେ ଏବଂ ମୋʼ କଥା ଶ୍ରବଣକାରୀ ପ୍ରତ୍ୟେକ ଜ୍ଞାନୀ ଲୋକ ମୋତେ କହିବେ;
35 ‘Yobu akuyankhula mopanda nzeru; mawu ake ndi opanda fundo.’
‘ଆୟୁବ ନ ଜାଣି କଥା କହେ ଓ ତାହାର କଥାସବୁ ଜ୍ଞାନବର୍ଜ୍ଜିତ।’
36 Aa, kunali bwino Yobu akanayesedwa mpaka kumapeto chifukwa choyankha ngati munthu woyipa!
ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ, କାରଣ ସେ ଦୁଷ୍ଟ ଲୋକମାନଙ୍କ ପରି ଉତ୍ତର ଦେଇଅଛି।
37 Pa tchimo lake amawonjezerapo kuwukira; amawomba mʼmanja mwake monyoza pakati pathu, ndipo amachulukitsa mawu otsutsana ndi Mulungu.”
ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ୱରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି।”

< Yobu 34 >