< Yobu 38 >

1 Apo Yehova anamuyankha Yobu mʼkamvuluvulu. Ndipo anati:
ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
2 “Kodi uyu ndani amene akusokoneza uphungu wanga poyankhula mawu opanda nzeru?
“ଏ କିଏ ଯେ, ଜ୍ଞାନରହିତ କଥା ଦ୍ୱାରା ମନ୍ତ୍ରଣାକୁ ଅନ୍ଧକାରମୟ କରୁଅଛି?
3 Onetsa chamuna; ndikufunsa ndipo undiyankhe.
ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।
4 “Kodi unali kuti pamene ndinkayika maziko a dziko lapansi? Ndiwuze ngati ukudziwa.
ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ? ବୁଦ୍ଧି ଥିଲେ, ବୁଝାଇ ଦିଅ।
5 Ndani amene analemba malire ake? Ndithudi iwe ukudziwa! Ndani amene anayeza ndi chingwe dzikoli?
ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା? ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା?
6 Kodi maziko ake anawakumba potani, kapena ndani anayika mwala wake wapangodya,
କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା? ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ
7 pamene nyenyezi za kummawa zinkayimba pamodzi ndipo angelo onse a Mulungu ankafuwula mokondwa?
ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ-ପ୍ରସ୍ତର ବସାଇଲା?
8 “Kodi ndani amene anatsekera nyanja pamene inkalengedwa, pamene inkachita ngati kutumphuka pansi pa dziko,
ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା, ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ
9 pamene ndinasandutsa mitambo kukhala chovala chake ndi kuyikulunga mu mdima wandiweyani,
ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ,
10 pamene ndinayilembera malire ake ndikuyikira zitseko ndi mipiringidzo yake.
ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ,
11 Pamene ndinati, ‘Ufike mpaka apa ndipo usapitirire apa ndiye pamene mafunde ako amphamvuwo azilekezera?’
‘ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?’
12 “Kodi chibadwire chako unalamulapo dzuwa kuti lituluke mmawa, kapena kuti mʼbandakucha ukhalepo pa nthawi yake,
ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ;
13 kuti kuwalako kuwunikire dziko lonse lapansi ndi kuthamangitsa anthu oyipa?
ଏଥିପାଇଁ ତୁମ୍ଭେ କି ଆପଣା ଦିନର ଆରମ୍ଭଠାରୁ ପ୍ରଭାତକୁ ଆଜ୍ଞା ଦେଉଅଛ ଓ ଅରୁଣକୁ ତହିଁର ଉଦୟ ସ୍ଥାନ ଜଣାଇଅଛ?
14 Chifukwa cha kuwala kwa usana mapiri ndi zigwa zimaonekera bwino ngati zilembo za chidindo pa mtapo; zimaonekera bwino ngati makwinya a chovala.
ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ; ଓ ସକଳ ପଦାର୍ଥ ବସ୍ତ୍ର ତୁଲ୍ୟ ଦେଖାଯାଏ;
15 Kuwala kwa dzuwako sikuwafikira anthu oyipa, ndipo dzanja lawo silingathe kuchita kanthu.
ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ ଓ ଉଚ୍ଚ ବାହୁ ଭଗ୍ନ ହୁଏ।
16 “Kodi unayendapo pansi penipeni pa nyanja kapena pa magwero ake ozama?
ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ?
17 Kodi anakuonetsapo zipata za imfa? Kodi unaonako ku dziko la anthu akufa kumene kuli mdima wandiweyani?
ତୁମ୍ଭ ନିକଟରେ କି ମୃତ୍ୟୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି? ଅବା ତୁମ୍ଭେ କି ମୃତ୍ୟୁୁଚ୍ଛାୟାର ଦ୍ୱାରସବୁ ଦେଖିଅଛ?
18 Kodi kukula kwa dziko lapansi umakudziwa? Undiwuze ngati ukuzidziwa zonsezi.
ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ? ଏସବୁ ଯଦି ଜାଣ, ପ୍ରକାଶ କର।
19 “Kodi njira yopita kumene kumakhala kuwala ili kuti? Nanga mdima umakhala kuti?
ଦୀପ୍ତିର ବାସସ୍ଥାନକୁ ପଥ କାହିଁ? ଓ ଅନ୍ଧକାରର ସ୍ଥାନ କେଉଁଠାରେ?
20 Kodi iwe ungathe kuziperekeza kwawoko zimenezi? Kodi ukuyidziwa njira yopita kwawoko?
ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର? ଓ ତହିଁର ଗୃହ-ପଥ କି ଚିହ୍ନିପାର?
21 Ndithu, iwe ukuyidziwa, poti paja nthawi imeneyo nʼkuti utabadwa kale! Wakhala ndi moyo zaka zambiridi!
ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ!
22 “Kodi unalowamo mʼnyumba zosungira chisanu chowundana kapena unayionapo nyumba yosungira matalala,
ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ? ଅବା ଆମ୍ଭେ ସଙ୍କଟ କାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,
23 zimene ndazisungira nthawi ya mavuto ndi nthawi yomenyana ndi ya nkhondo?
ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ?
24 Kodi umadziwa njira ya kumene kumachokera chingʼaningʼani kapena njira ya kumene kumachokera mphepo ya kummawa imene ili pa dziko lonse lapansi?
କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ?
25 Kodi ndani amene amakonza ngalande za mvula, nanga ndani anakonza njira yoyendamo mphenzi,
ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଜୁଳି ନିମନ୍ତେ ପଥ କାଟି
26 kuthirira madzi dziko limene sikukhala munthu, chipululu chopandamo munthu,
କିଏ ପୃଥିବୀର ନିର୍ଜନ ସ୍ଥାନରେ ଓ ନରଶୂନ୍ୟ ପ୍ରାନ୍ତରରେ ବର୍ଷାଇବାକୁ,
27 kukhutitsa nthaka yowuma yagwaa ndi kumeretsamo udzu?
ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ ଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି?
28 Kodi mvula ili ndi abambo ake? Nanga madzi a mame anawabereka ndani?
ବୃଷ୍ଟିର କି ପିତା ଅଛି? ଅବା କିଏ ଶିଶିର ବିନ୍ଦୁସବୁ ଜାତ କରିଅଛି?
29 Kodi madzi owundana anawabereka ndani? Ndani amene anabereka chisanu chochokera kumwamba
କାହାର ଗର୍ଭରୁ ହିମାନୀ ନିର୍ଗତ ହୋଇଅଛି? ଓ କିଏ ଆକାଶର ତୁଷାରକୁ ଜନ୍ମ ଦେଇଅଛି?
30 pamene madzi amawuma gwaa ngati mwala, pamene madzi a pa nyanja amazizira, nalimba kuti gwaa?
ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପରଭାଗ ଜମାଟ ହୁଏ।
31 “Kodi iwe ungayimitse kuyenda kwa nyenyezi? Kodi ungathe kuletsa kuyenda kwa nsangwe ndi akamwiniatsatana?
ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର?
32 Kodi ungathe kuwongolera nyenyezi pa nyengo yake kapena kutsogolera nyenyezi yayikulu ya chimbalangondo pamodzi ndi ana ake?
ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର? ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର?
33 Kodi malamulo a mlengalenga umawadziwa? Kodi ungathe kukhazikitsa ulamuliro wa Mulungu pa dziko lapansi?
ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର?
34 “Kodi iwe ungathe kulamula mitambo kuti igwetse mvula ya chigumula?
ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ, ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର?
35 Kodi ungathe kutumiza zingʼaningʼani kuti zingʼanime? Kodi zimabwera pamaso pako ndi kuti, ‘Tili pano?’
ବିଜୁଳି ଯେପରି ଯିବେ ଓ ତୁମ୍ଭକୁ କହିବେ, ‘ଆମ୍ଭେମାନେ ଏଠାରେ ଅଛୁ,’ ଏଥିପାଇଁ କି ତୁମ୍ଭେ ସେମାନଙ୍କୁ ପଠାଇପାର?
36 Kodi ndani anayika nzeru mu mtima, ndani analonga mʼmaganizo nzeru zomvetsa zinthu?
କିଏ ଅନ୍ତରେ ଜ୍ଞାନ ସ୍ଥାପନ କରିଅଛି? ଅବା ମନକୁ କିଏ ବୁଦ୍ଧି ଦେଇଅଛି?
37 Wanzeru ndani amene angathe kuwerenga mitambo? Ndani angathe kupendeketsa mitsuko ya madzi akuthambo
କିଏ ଜ୍ଞାନ ଦ୍ୱାରା ମେଘମାଳ ଗଣନା କରିପାରେ?
38 pamene fumbi limasanduka matope, ndipo matopewo amawumbika?
ଧୂଳି ରାଶୀକୃତ ହୋଇ ଟେଳା ବାନ୍ଧିବା ବେଳେ କିଏ ଆକାଶସ୍ଥ କୁମ୍ପାସବୁ ଢାଳି ଦେଇ ପାରେ?
39 “Kodi ndani amawusakira chakudya mkango waukazi ndi kukhutitsa misona ya mikango
ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ? ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ
40 pamene ili khale mʼmapanga mwawo kapena pamene ikubisala pa tchire?
ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର?
41 Kodi amamupatsa khwangwala chakudya chake ndani pamene ana ake akulirira kwa Mulungu ndi kumayendayenda chifukwa chosowa zakudya?
ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ?

< Yobu 38 >