< Yobu 41 >

1 “Kodi ungathe kukoka ngʼona ndi mbedza ya nsomba kapena kukanikiza lilime lake pansi ndi chingwe?
ତୁମ୍ଭେ କି ବନଶୀ ଦ୍ୱାରା ଲିବିୟାଥନକୁ ଓଟାରି ପାର? ଅବା ରଜ୍ଜୁରେ ତାହାର ଜିହ୍ୱା ତଳକୁ ଚାପିପାର?
2 Kodi ungathe kumanga chingwe mʼmphuno mwake, kapena kubowola nsagwada zake ndi mbedza?
ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇ ପାର? ଅବା ଅଙ୍କୁଶରେ ତାହାର ଥୋମଣି ଫୋଡ଼ିପାର?
3 Kodi ngʼonayo idzakupempha kuti uyichitire chifundo? Kodi idzakuyankhula ndi mawu ofatsa?
ସେ କି ତୁମ୍ଭ ନିକଟରେ ଅନେକ ବିନତି କରିବ? ଅବା ସେ କି ତୁମ୍ଭକୁ କୋମଳ କଥା କହିବ?
4 Kodi idzachita nawe mgwirizano kuti uyisandutse kapolo wako mpaka muyaya?
ତୁମ୍ଭେ ତାହାକୁ ଚିରକାଳ ଦାସ କରି ରଖିବା ପାଇଁ ସେ କି ତୁମ୍ଭ ସଙ୍ଗେ ନିୟମ କରିବ?
5 Kodi udzasewera nayo ngati mbalame, kapena kuyimangirira kuti atsikana ako asewere nayo?
ପକ୍ଷୀ ସଙ୍ଗେ ଖେଳିଲା ପରି ତୁମ୍ଭେ କି ତାହା ସଙ୍ଗେ ଖେଳିବ? ଅବା ତୁମ୍ଭେ କି ଆପଣା ବାଳିକାମାନଙ୍କ ନିମନ୍ତେ ତାହାକୁ ବାନ୍ଧି ରଖିବ?
6 Kodi anthu adzayitsatsa malonda? Nanga amalondawo nʼkugawanagawana nyama yake kuti akagulitse?
ମତ୍ସ୍ୟଧାରୀଦଳ କି ତାହାକୁ ବାଣିଜ୍ୟ ଦ୍ରବ୍ୟ କରିବେ? ସେମାନେ କି ବଣିକମାନଙ୍କ ମଧ୍ୟରେ ତାହାକୁ ଭାଗବିଭାଗ କରିବେ?
7 Kodi chikopa chake ungathe kuchilasa ndi zisonga, kapena kubowola mutu wake ndi nthungo zophera nsomba?
ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର?
8 Ukayiputa udziwe kuti pali nkhondo, ndipo iweyo sudzabwereranso.
ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ।
9 Chiyembekezo choti nʼkuyigonjetsa ndi chabodza; kungoyiona kokha, ndithu iwe kumangodzigwera wekha.
ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା; କେହି ତାହାକୁ ଦେଖିବାମାତ୍ର କି ତଳେ ପଡ଼ିଯିବ ନାହିଁ?
10 Palibe wolimba mtima kuti ndi kuyiputa. Ndani angalimbe mtima kulimbana ndi Ine?
ତାହାକୁ ଯେ ଜଗାଇବ, ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?
11 Kodi ndani anandipatsa kanthu kuti ndimubwezere? Zonse za pansi pa thambo ndi zanga.
କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର।
12 “Sindidzaleka kuyankhula za ziwalo zake za chirombocho, za mphamvu zake ndiponso za maonekedwe a thupi lake.
ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ।
13 Ndani angasende chikopa chake? Ndani angayiyandikire kuti abowole chikopa chake cholimbacho?
ତାହାର ବାହାର ବସ୍ତ୍ର କିଏ କାଢ଼ିପାରେ? କିଏ ତାହାର ଦନ୍ତଶ୍ରେଣୀଦ୍ୱୟ ମଧ୍ୟକୁ ଆସିବ?
14 Ndani angatsekule kukamwa kwake, pakamwa pamene pazunguliridwa ndi mano ochititsa mantha?
କିଏ ତାହାର ମୁଖରୁ କବାଟ ଫିଟାଇପାରେ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ।
15 Kumsana kwake kuli mizere ya mamba onga zishango zolumikizanalumikizana;
ତାହାର ଶକ୍ତ କାତିସବୁ ତାହାର ଦର୍ପର ବିଷୟ, ତାହା ଦୃଢ଼ ରୂପେ ମୋହରାଙ୍କିତ ହେଲା ପରି ଏକତ୍ର ବନ୍ଦ ହୋଇଅଛି।
16 Mambawo ndi olukanalukana kotero kuti mpweya sungathe kulowa pakati pake.
ଏକଆରେକର ଏତେ ନିକଟ ଯେ, ବାୟୁ ତହିଁରେ ପ୍ରବେଶ କରିପାରେ ନାହିଁ।
17 Ndi olumikizanalumikizana; ndi omatirirana kwambiri kotero kuti sangathe kulekana.
ତାହାସବୁ ପରସ୍ପର ସଂଯୁକ୍ତ; ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇପାରେ ନାହିଁ।
18 Kuyetsemula kwake kumatulutsa mbaliwali; maso ake amawala ngati kuwala kwa mʼbandakucha.
ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ।
19 Mʼkamwa mwake mumatuluka nsakali zamoto ndipo mumathetheka mbaliwali zamoto.
ତାହାର ମୁଖରୁ ଜ୍ୱଳନ୍ତ ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ।
20 Mʼmphuno mwake mumatuluka utsi ngati wa mʼnkhali yowira yomwe ili pa moto wa bango.
ଯେପରି ରନ୍ଧାହାଣ୍ଡିରୁ ଓ ଜ୍ୱଳନ୍ତ ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ।
21 Mpweya wake umayatsa makala, ndipo malawi amoto amatuluka mʼkamwa mwake.
ତାହାର ନିଶ୍ୱାସ ଅଙ୍ଗାର ଜ୍ୱଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ।
22 Mphamvu zake zili mʼkhosi mwake; aliyense wokumana nayo amangoti njenjenje ndi mantha.
ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ।
23 Minyewa ya thupi lake ndi yolumikizana ndipo ndi yokhwima kwambiri ndi yolimba.
ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ।
24 Pachifuwa pake ndi powuma ngati mwala, ndi pa gwaa, ngati mwala wamphero.
ତାହାର ହୃଦୟ ପ୍ରସ୍ତର ପରି ଦୃଢ଼ ଓ ଚକିର ତଳପଟ ପରି ଦୃଢ଼।
25 Ngʼonayo ikangovuwuka, ndi anthu amphamvu omwe amaopa; amabwerera mʼmbuyo, kuthawa.
ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି।
26 Ngakhale ikanthidwe ndi lupanga, lupangalo silichita kanthu, ngakhale mkondo, muvi ndi nthungo, zonse zimalephera.
କେହି ତାହା ଉପରେ ଖଡ୍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍ଣ ତୀର ବିଫଳ ହୁଏ।
27 Chitsulo imachiyesa ngati phesi chabe ndi mkuwa ngati chikuni chowola.
ସେ ଲୁହାକୁ କୁଟା ପରି ଓ ପିତ୍ତଳକୁ ସଢ଼ା କାଠ କରି ଗଣେ।
28 Muvi sungathe kuyithawitsa, miyala imene ayilasa nayo imangoyinyenyanyenya.
ତୀର ତାହାକୁ ତଡ଼ାଇ ପାରେ ନାହିଁ ଓ ଛାଟିଣୀ ପଥର ତାହା ପ୍ରତି ନଡ଼ା ପରି ହୁଏ।
29 Zibonga zimakhala ngati ziputu; imangoseka pamene akuyibaya ndi nthungo.
ଗଦା ତୃଣ ତୁଲ୍ୟ ଗଣିତ ହୁଏ; ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ।
30 Mamba a ku mimba kwake ali ngati chopunthira chakunthwa ndipo imasiya mkukuluzi mʼmatope ngati galeta lopunthira tirigu.
ତାହାର ନିମ୍ନଭାଗ ତୀକ୍ଷ୍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ।
31 Imagadutsa madzi ozama ngati madzi a mʼnkhali, imachititsa nyanja kuti iwire ngati mbiya yoyengera mafuta.
ସେ ଗଭୀର ଜଳକୁ ହାଣ୍ଡି ଜଳ ପରି ଫୁଟାଏ; ସେ ସମୁଦ୍ରକୁ ଲେପ ପରି କରେ।
32 Kumbuyo kwake imasiya nthubwitubwi zambee, kotero kuti munthu angaganize kuti nyanja yachita imvi.
ସେ ଆପଣା ପଛେ ପଛେ ପଥ ଉଜ୍ଜ୍ୱଳ କରେ; କେହି ମନେ କରିପାରେ, ଜଳଧି ପକ୍ୱକେଶ ହେଲା;
33 Pa dziko lapansi palibe china chofanana nacho, nʼcholengedwa chopanda mantha.
ପୃଥିବୀରେ ତାହା ପରି ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ।
34 Chimanyoza nyama zina zonse; icho chija ndi mfumu ya nyama zonse.”
ସେ ସକଳ ଉଚ୍ଚ ବିଷୟ ଦେଖେ, ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ।”

< Yobu 41 >