< Yona 3 >

1 Ndipo Yehova anayankhula ndi Yona kachiwiri kuti,
ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା;
2 “Nyamuka, pita ku mzinda waukulu wa Ninive ndipo ukalalikire uthenga umene ndikupatsa.”
“ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।”
3 Yona anamvera mawu a Yehova ndipo anapita ku Ninive. Tsono Ninive unali mzinda waukulu kwambiri; wofunika masiku atatu kuwudutsa.
ତହିଁରେ ଯୂନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ। ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା।
4 Yona analowa mu mzindawo, nayenda ulendo wa tsiku limodzi. Iye ankalalikira kuti, “Atsala masiku makumi anayi kuti Ninive awonongedwe.”
ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”
5 Anthu a ku Ninive anakhulupirira Mulungu. Analengeza kuti aliyense, wamkulu ndi wamngʼono yemwe asale zakudya ndipo avale chiguduli.
ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ।
6 Mfumu ya ku Ninive itamva nkhaniyi, inatsika pa mpando wake waufumu, nivula mkanjo wake waufumu ndipo inavala chiguduli ndi kukhala pansi pa fumbi.
ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।
7 Tsono mfumuyo inalengeza mu Ninive kuti, “Mwa lamulo lochokera kwa mfumu ndi akalonga ake: “Munthu aliyense kapenanso nyama, ngʼombe kapena nkhosa, zisadye kanthu kalikonse; musazilole kuti zidye kapena kumwa.
ପୁଣି, ରାଜାର ଓ ଅଧ୍ୟକ୍ଷମାନଙ୍କର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ;
8 Koma anthu avale ziguduli, ndipo nyamanso aziveke ziguduli. Munthu aliyense azifuwula kwa Mulungu ndi mphamvu zake zonse. Anthuwo asiye makhalidwe awo oyipa ndi machitidwe achiwawa.
ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ।
9 Angadziwe ndani? Mwina Mulungu nʼkutikhululukira ndipo mwa chifundo chake nʼkuleka kutikwiyira, ifeyo osawonongedwa.”
କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”
10 Mulungu ataona zimene anthuwo anachita, ndi mmene anasiyira makhalidwe awo oyipa, anawachitira chifundo ndipo sanabweretse chiwonongeko chimene anawaopseza nacho.
ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।

< Yona 3 >