< Yoswa 13 >

1 Yoswa atakalamba Yehova anamuwuza kuti, Iwe tsopano wakalamba kwambiri, koma dziko losalandidwa lilipobe lalikulu.
ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।
2 “Madera amene atsala ndi awa: chigawo chonse cha Afilisti ndi Agesuri
ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;
3 kuchokera ku mtsinje wa Sihori kummawa kwa Igupto mpaka kumpoto kwa dziko la Ekroni. Madera onse amawerengedwa kuti ndi a Akanaani ngakhale amalamulidwa ndi mafumu asanu a Afilisti a ku Gaza, Asidodi, Asikeloni, Gati, Ekroni ndi Agiti, komanso ku Avimu ku chigawo cha kumpoto.
ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତର ସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;
4 Dziko lina la Akanaani ndi Ameara limene lili mʼmanja mwa Asidoni mpaka ku Afeki, dziko limene linachitana malire ndi dziko la Aamori.
ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ ସୀଦୋନୀୟମାନଙ୍କ ଅଧୀନ ମୀୟାରା।
5 Palinso dziko lonse la Gebala ndi Lebanoni cha kummawa kuyambira ku Baala-Gadi pa tsinde pa phiri la Herimoni mpaka ku Lebo Hamati.
ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍‍ଗାଦ୍‍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।
6 “Palinso anthu okhala mʼchigawo cha ku mapiri kuchokera ku Lebanoni mpaka ku Misirefoti-Maimu, Ine ndidzawapirikitsa pamene Aisraeli azidzalowa. Tsono uwagawire Aisraeli dziko limeneli kuti likhale cholowa chawo monga momwe ndakulamulira.
ଲିବାନୋନଠାରୁ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।
7 Tsopano ugawire dziko limeneli mafuko asanu ndi anayi ndiponso theka la fuko la Manase, kuti likhale cholowa chawo.”
ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରିଦିଅ।”
8 Anthu a fuko la Rubeni ndi fuko la Gadi pamodzi ndi theka lina la fuko la Manase analandira kale cholowa chawo chimene Mose mtumiki wa Yehova anawapatsa. Cholowa chawocho chinali kummawa kwa mtsinje wa Yorodani.
ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,
9 Dziko lawolo linayambira ku Aroeri mzinda umene uli pafupi ndi chigwa cha Arinoni, ndiponso mzinda umene uli pakati pa chigwacho. Dzikolo linkaphatikizanso dera lonse lokwera kuyambira ku Medeba mpaka ku Diboni.
ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,
10 Linkaphatikizanso mizinda yonse ya mfumu Sihoni ya Aamori, imene inkalamulira mu Hesiboni, mpaka ku malire a Aamoni.
ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍‍ବୋନରେ କର୍ତ୍ତୃତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;
11 Dzikoli linaphatikizanso Giliyadi, dziko la anthu a ku Gesuri ndi Maaka, phiri lonse la Herimoni ndi dziko lonse la Basani mpaka ku Saleka.
ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,
12 Linaphatikizanso dziko la mfumu Ogi ya ku Basani imene imalamulira kuchokera ku Asiteroti ndi Ederi. Iye yekha ndiye anali mfumu ya Arefaimu amene anapulumuka. Mose anali atawagonjetsa anthu amenewa ndi kuwathamangitsira kutali.
ଅର୍ଥାତ୍‍, ଅଷ୍ଟାରୋତ୍‍ରେ ଓ ଇଦ୍ରିୟୀରେ ରାଜତ୍ୱକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍‍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।
13 Koma Aisraeli sanathamangitse anthu a ku Gesuri ndi Maaka, kotero iwowa amakhalabe pakati pawo mpaka lero.
ତଥାପି ଇସ୍ରାଏଲ-ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି।
14 Koma Mose sanapereke dziko kwa fuko la Alevi popeza zopereka zopatulika zimene anthu ankapereka kwa Yehova, Mulungu wa Israeli, ndizo zinali cholowa chawo monga Yehova anawalonjezera.
କେବଳ ଲେବୀ ବଂଶକୁ ମୋଶା କିଛି ଅଧିକାର ଦେଲେ ନାହିଁ; କାରଣ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ସେମାନଙ୍କର ଅଧିକାର ହେଲା, ଯେପରି ସଦାପ୍ରଭୁ ମୋଶାଙ୍କୁ କହିଥିଲେ।
15 Mose anapereka gawo lina la dziko kwa mabanja a fuko la Rubeni.
ପୁଣି ମୋଶା ରୁବେନ୍‍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ।
16 Dziko lawo linayambira ku Aroeri mzinda umene uli pafupi ndi chigwa cha Arinoni, mʼmudzi wa pakati pa chigwa, ndiponso dera lonse lokwera mpaka ku Medeba.
ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;
17 Dzikolo linaphatikizanso Hesiboni ndi mizinda yake yonse, komanso mizinda monga Diboni, Bamoti Baala, Beti-Baala-Meoni,
ହିଷ୍‍ବୋନ ଓ ସମଭୂମିସ୍ଥିତ ଦୀବୋନ୍ ଓ ବାମତ୍‍ବାଲ ଓ ବେଥ୍-ବାଲ-ମିୟୋନ,
18 Yahaza, Kedemoti, Mefaati.
ଯହସ ଓ କଦେମୋତ୍‍ ଓ ମେଫାତ୍‍
19 Kiriataimu, Sibima, Zereti-Sahari, pa phiri limene lili mʼchigwa,
ଓ କିରୀୟାଥୟିମ୍‍ ଓ ସିବ୍‍ମା ଓ ତଳଭୂମିର ପର୍ବତସ୍ଥ ସେରତ୍‍ ସହର
20 Beti-Peori, ku matsitso a Pisiga, ndiponso Beti-Yesimoti.
ଓ ବେଥ୍-ପିୟୋର ଓ ଅସଦୋତ୍‍-ପିସ୍ଗା ଓ ବେଥ୍-ଯିଶିମୋତ, ତହିଁର ଏହି ସମସ୍ତ ନଗର।
21 Dzikolo linaphatikizanso mizinda yonse ya ku madera okwera ndiponso dziko lonse la mfumu Sihoni ya Aamori amene ankalamulira kuchokera ku Hesiboni. Mose anamugonjetsa iye pamodzi ndi mafumu a Amidiyani awa: Evi, Rekemu, Zuri, Huri ndi Reba, mafumu amene anagwirizana ndi Sihoni. Onsewa analamulira dzikolo ngati nduna za Sihoni.
ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍‍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍‍ ଓ ସୂର୍‍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।
22 Kuwonjezera pa amene anaphedwa ndi nkhondo, Aisraeli anapha ndi lupanga Balaamu mwana wa Beori, amene amachita za matsenga.
ଇସ୍ରାଏଲ-ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍‍କୁ ମଧ୍ୟ ବଧ କରିଥିଲେ।
23 Malire a fuko la Rubeni anali mtsinje wa Yorodani. Mizinda imeneyi pamodzi ndi midzi yake zinapatsidwa kwa mabanja a fuko la Rubeni kuti akhale cholowa chawo.
ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍‍-ସନ୍ତାନଗଣର ସୀମା ଥିଲା, ରୁବେନ୍‍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
24 Dera limene Mose anapereka kwa mabanja a fuko la Gadi ndi ili:
ଆଉ ମୋଶା ଗାଦ୍‍ ବଂଶୀୟ ଗାଦ୍‍-ସନ୍ତାନମାନକୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ।
25 Dziko la Yazeri, mizinda yonse ya mu Giliyadi ndiponso theka la dziko la Amori kukalekezera ku Aroeri, kufupi ndi Raba;
ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।
26 ndiponso kuyambira ku Hesiboni mpaka ku Ramati-Mizipa, ndi Betonimu; ndiponso kuyambira ku Mahanaimu mpaka ku dziko la Debri.
ପୁଣି ହିଷ୍‍ବୋନଠାରୁ ରାମତ୍‍-ମିସ୍ପେ ଓ ବଟନୀମ୍‍ ପର୍ଯ୍ୟନ୍ତ ଓ ମହନୟିମଠାରୁ ଦବୀର ସୀମା ପର୍ଯ୍ୟନ୍ତ
27 Mu chigwa cha Yorodani analandiramo Beti-Haramu, Beti-Nimira, Sukoti ndi Zafoni pamodzi ndi dziko lonse la mfumu Sihoni ya ku Hesiboni. Malire ake a ku madzulo anali mtsinje wa Yorodani kufikira ku Nyanja ya Kinereti, kumpoto.
ଓ ତଳଭୂମିରେ ବେଥ୍-ହାରମ୍‍ ଓ ବେଥ୍-ନିମ୍ରା ଓ ସୁକ୍କୋତ ଓ ସାଫୋନ୍‍ ଓ ହିଷ୍‍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍‍ ହ୍ରଦର ପ୍ରାନ୍ତ ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।
28 Mizinda ndi midzi imeneyi inali cholowa cha mabanja a fuko la Gadi.
ଗାଦ୍‍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
29 Mose anali atapereka kale gawo lina la dziko limeneli kwa theka la mabanja a fuko la Manase kuti likhale cholowa chawo.
ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା।
30 Derali linayambira ku Mahanaimu kuphatikizapo dziko lonse la mfumu Ogi, Mfumu ya ku Basani, pamodzi ndi mizinda 60 ya ku Yairi, ku Basaniko.
ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍‍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର
31 Derali linaphatikizanso theka la Giliyadi pamodzi ndi Asiteroti ndi Ederi, mizinda yayikulu ya mfumu Ogi wa Basani. Mizinda imeneyi inapatsidwa kwa mabanja a Makiri, mwana wa Manase kuti ikhale cholowa cha theka la ana a Makiri, malinga ndi mabanja awo.
ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍‍ ଓ ଇଦ୍ରିୟୀ, ଓଗ୍‍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।
32 Umu ndi mmene Mose anagawira malo a mʼchigwa cha Yorodani, kummawa kwa Yeriko, ku tsidya kwa Yorodani.
ଯର୍ଦ୍ଦନ-ପୂର୍ବପାରିରେ ଯିରୀହୋ ନିକଟସ୍ଥ ମୋୟାବ-ପଦାରେ ମୋଶା ଏହିସବୁ ଅଧିକାର ବିଭାଗ କରିଦେଲେ।
33 Komatu Mose sanapereke malo kwa fuko la Levi. Mose anawawuza kuti zopereka zimene anthu ankapereka kwa Yehova ndizo cholowa chawo.
ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି।

< Yoswa 13 >