< Yoswa 23 >

1 Panapita nthawi yayitali kuchokera pamene Yehova anakhazikitsa mtendere pakati pa Aisraeli ndi adani awo owazungulira. Nthawi imeneyi nʼkuti Yoswa atakalamba, ali ndi zaka zambiri.
ଏଥିଉତ୍ତାରେ ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା,
2 Yoswayo anayitanitsa Aisraeli onse pamodzi ndi akuluakulu, atsogoleri, oweruza, ndi oyangʼanira anthu antchito ndipo anawawuza kuti, “Ine ndakalamba ndipo ndili ndi zaka zambiri.
ଯେ ଯିହୋଶୂୟ ସମସ୍ତ ଇସ୍ରାଏଲଙ୍କୁ, ସେମାନଙ୍କ ପ୍ରାଚୀନବର୍ଗଙ୍କୁ ଓ ସେମାନଙ୍କ ପ୍ରଧାନମାନଙ୍କୁ, ପୁଣି ସେମାନଙ୍କ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ମୁଁ ବୃଦ୍ଧ ଓ ଗତବୟସ୍କ ହେଲି।
3 Inu mwaona zonse zimene Yehova Mulungu wanu wachita kwa mitundu yonseyi chifukwa cha inu. Ndi Yehova Mulungu wanu amene anakumenyerani nkhondo.
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି।
4 Tsono onani! Mitundu ya anthu otsalawa ndayipereka kwa mafuko anu pamodzi ndi mitundu ya anthu ya pakati pa Yorodani ndi Nyanja Yayikulu ya kumadzulo imene ndinayigonjetsa.
ଦେଖ, ଯର୍ଦ୍ଦନ ଅବଧି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଯେସମସ୍ତ ଦେଶୀୟମାନଙ୍କୁ ମୁଁ ଉଚ୍ଛିନ୍ନ କରିଅଛି, ଆଉ ଯେଉଁ ଦେଶୀୟମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ଦେଶ ଅଧିକାର କରିବାକୁ ମୁଁ ତୁମ୍ଭମାନଙ୍କ ବଂଶାନୁସାରେ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ତୁମ୍ଭମାନଙ୍କୁ ଦେଲି।
5 Yehova Mulungu wanu ndiye adzawathamangitsa pamaso panu. Mudzatenga dziko lawo monga Yehova anakulonjezerani.
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବେ ଓ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ତଡ଼ି ଦେବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟାନୁସାରେ ସେମାନଙ୍କ ଦେଶ ଅଧିକାର କରିବ।
6 “Choncho khalani amphamvu, ndipo samalani kuti mumvere zonse zimene zalembedwa mʼbuku la malamulo a Mose. Musapatuke pa malamulo onse amene alembedwamo.
ଏନିମନ୍ତେ ତୁମ୍ଭେମାନେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥରେ ଲିଖିତ ସମସ୍ତ କଥା ମାନିବାକୁ ଓ କରିବାକୁ ସାହସିକ ହୁଅ, ତହିଁର ଦକ୍ଷିଣରେ କି ବାମରେ ନ ଫେର;
7 Musagwirizane ndi mitundu ya anthu imene yatsala pakati panu. Musatchule mayina a milungu yawo kapena kuyitchula polumbira. Musayitumikire kapena kuyigwadira.
ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର।
8 Koma mukuyenera kugwiritsa Yehova Mulungu wanu, monga mwachitira mpaka lero lino.
ମାତ୍ର ଯେପରି ଆଜି ପର୍ଯ୍ୟନ୍ତ କରି ଆସୁଅଛ, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ଥାଅ।
9 “Yehova wapirikitsa patsogolo panu mitundu ya anthu ikuluikulu ndi yolimba. Mpaka lero palibe amene watha kulimbana nanu.
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ମହାନ ଓ ବଳବାନ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଅଛନ୍ତି; ପୁଣି ଆଜି ପର୍ଯ୍ୟନ୍ତ କୌଣସି ମନୁଷ୍ୟ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇ ପାରି ନାହିଁ।
10 Aliyense wa inu atha kuthamangitsa anthu 1,000 chifukwa Yehova Mulungu wanu ndiye amakumenyerani nkhondo, monga momwe analonjezera.
ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।
11 Choncho samalitsani kuti mukonde Yehova Mulungu wanu.
ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତି ସାବଧାନ ହୋଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କର।
12 “Koma ngati mubwerera mʼmbuyo ndi kuphatikizana ndi mitundu yotsalayi imene ili pakati panu ndi kumakwatirana nayo,
ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ ରଖି ତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି;
13 pamenepo mudziwe kuti Yehova, Mulungu wanu, sadzapirikitsa mitundu imeneyi pamaso panu, koma idzakhala ngati msampha kwa inu kapenanso khwekhwe lokukolani. Idzakhala ngati zikwapu pa msana panu kapenanso ngati minga mʼmaso mwanu mpaka mutatha psiti mʼdziko labwinoli limene Yehova Mulungu wanu wakupatsani.
ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ି ଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।
14 “Aliyense wa inu akudziwa mu mtima mwake komanso mʼmoyo mwake kuti zabwino zonse zimene Yehova Mulungu wanu anakulonjezani zachitika. Palibe lonjezo ndi limodzi lomwe limene silinakwaniritsidwe.
ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।
15 Monga momwe Yehova Mulungu wanu wakuchitirani zabwino zonse zimene ananena kuti adzachita, Yehovayo angathenso kukuchitirani zoyipa zonse zimene waopseza, mpaka kukuchotsani mʼdziko lokoma limene anakupatsani.
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ।
16 Ngati muphwanya pangano la Yehova Mulungu wanu, limene anakulamulirani nʼkumapita kukatumikira milungu ina ndi kuyigwadira, Yehova adzakukwiyirani, ndiye mudzachotsedwa mʼdziko labwinoli limene Yehova wakupatsani.”
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”

< Yoswa 23 >