< Oweruza 12 >

1 Gulu la nkhondo la fuko la Efereimu linayitanidwa ndipo anawolokera ku Zafoni nakafunsa Yefita kuti, “Nʼchifukwa chiyani unawoloka kukachita nkhondo ndi Aamoni osatiyitana kuti tipite nawe? Ife tikutenthera mʼnyumba mwakomu.”
ଏଥିଉତ୍ତାରେ ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା।”
2 Yefita anayankha kuti, “Ine ndi anthu anga tinakangana kwambiri ndi Aamoni. Ndinakuyitanani koma inu simunandipulumutse mʼmanja mwawo.
ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, “ଅମ୍ମୋନ-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ।
3 Nditaona kuti simundithandiza, ndinayika moyo wanga pa chiswe ndipo ndinawoloka kukachita nkhondo ndi a Aamoni. Yehova anandithandiza ndipo ndinawagonjetsa. Nanga nʼchifukwa chiyani mwabwera kwa ine lero kuti muchite nane nkhondo?”
ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?”
4 Choncho Yefita anasonkhanitsa anthu a ku Giliyadi ndi kuchita nkhondo ndi Aefereimu. Ndipo Agiliyadi anagonjetsa Aefereimu chifukwa Aefereimuwo amati, “Inu a Giliyadi ndinu othawa kuchokera ku Efereimu ndi pakati pa Amanase.”
ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, “ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ।”
5 Choncho Agiliyadi analanda Aefereimu madooko a mtsinje wa Yorodani. Munthu aliyense wothawa ku Efereimu amati akanena kuti, “Ndiloleni ndiwoloke,” Agaliyadi ankafunsa kuti, “Kodi ndiwe mu Efurati?” Ngati iye ayankha kuti, “Ayi”
ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ “ଆମ୍ଭକୁ ପାର ହୋଇ ଯିବାକୁ ଦିଅ” ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, “ତୁମ୍ଭେ କି ଇଫ୍ରୟିମୀୟ ଲୋକ?” ଯେବେ ସେ କହିଲା, “ନା;”
6 Ndiye amamuwuza kuti, “Nena kuti ‘Shiboleti.’” Tsono munthuyo akanena kuti Siboleti popeza samatha kutchula bwino mawuwa, ankamugwira ndi kumupha pomwepo pa madooko a mtsinje wa Yorodani. Nthawi imeneyo anaphedwa Aefereimu 42,000.
ତେବେ ସେମାନେ ତାହାକୁ କହିଲେ, କହ ତ “ଶିବ୍ବୋଲେତ୍‍” ତହିଁରେ ସେ କହିଲା, “ସିବ୍ବୋଲେତ୍‍,” କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ।
7 Yefita anatsogolera Israeli zaka zisanu ndi chimodzi. Kenaka Yefita wa ku Giliyadi anamwalira, ndipo anayikidwa mu mzinda wake ku Giliyadi.
ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ। ଏଥିଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ।
8 Atamwalira Yefita, Ibizani wa ku Betelehemu anatsogolera Israeli.
ତାହା ଉତ୍ତାରେ ବେଥଲିହିମର ଇବ୍‍ସନ୍‍ ଇସ୍ରାଏଲର ବିଚାର କଲେ।
9 Iye anali ndi ana aamuna makumi atatu ndi ana aakazi makumi atatu. Anakwatitsa ana ake akaziwo kwa anthu a fuko lina, ndipo ana ake aamuna aja anawabweretsera atsikana makumi atatu kuti awakwatire amenenso anali a fuko lina. Ibizani anatsogolera Israeli kwa zaka zisanu ndi ziwiri.
ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ। ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ।
10 Kenaka Ibizani anamwalira, ndipo anayikidwa mu Betelehemu.
ଏଥିଉତ୍ତାରେ ଇବ୍‍ସନ୍‍ ମଲେ ଓ ବେଥଲିହିମରେ କବର ପାଇଲେ।
11 Iye atamwalira, Eloni wa fuko la Zebuloni anakhala mtsogoleri wa Aisraeli, ndipo anatsogolera Aisraeli kwa zaka khumi.
ତାହା ଉତ୍ତାରେ ସବୂଲୂନୀୟ ଏଲୋନ୍‍ ଇସ୍ରାଏଲର ବିଚାର କଲେ ଓ ସେ ଦଶ ବର୍ଷ ଇସ୍ରାଏଲର ବିଚାର କଲେ।
12 Kenaka Eloni anamwalira ndipo anayikidwa ku Ayaloni mʼdziko la Zebuloni.
ଏଥିଉତ୍ତାରେ ସବୂଲୂନୀୟ ଏଲୋନ୍‍ ମଲେ ଓ ସବୂଲୂନ ଦେଶସ୍ଥ ଅୟାଲୋନ୍‍ରେ କବର ପାଇଲେ।
13 Iye atamwalira, Abidoni mwana wa Hilelo wochokera ku Piratoni, anatsogolera Israeli.
ତାହା ଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍‍ଦୋନ୍‍ ଇସ୍ରାଏଲର ବିଚାର କଲେ।
14 Iye anali ndi ana aamuna makumi anayi ndi zidzukulu makumi atatu, amene ankakwera pa abulu 70. Iye anatsogolera Israeli kwa zaka zisanu ndi zitatu.
ଆଉ ତାହାର ଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ।
15 Ndipo Abidoni mwana wa Hilelo Mpiratoni uja anamwalira, nayikidwa ku Piratoni, mʼdziko la Efereimu, dziko lamapiri la Aamaleki.
ଏଥିଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍‍ଦୋନ୍‍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ।

< Oweruza 12 >