< Oweruza 13 >

1 Aisraeli anachitanso zinthu zoyipira Yehova, kotero Yehova anawapereka mʼmanja mwa Afilisti kwa zaka makumi anayi.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶ ବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ।
2 Ku Zora kunali munthu wina dzina lake Manowa, wochokera ku fuko la Dani. Mkazi wake analibe ana popeza anali wosabereka.
ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।
3 Mngelo wa Yehova anaonekera mkaziyo ndipo anati, “Ndinu wosabereka ndipo mulibedi mwana, komabe mudzakhala ndi pakati ndipo mudzabereka mwana wamwamuna.
ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।
4 Tsono mudzisamale bwino, osamwa vinyo kapena chakumwa chilichonse choledzeretsa ndiponso musamadye chakudya chilichonse chodetsedwa,
ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;
5 chifukwa mudzakhala ndi pakati ndipo mudzabereka mwana wamwamuna. Mwanayo akadzabadwa lumo lisadzapite pa mutu chifukwa mnyamatayo adzakhala Mnaziri, ndiye kuti wopatulika kwa Mulungu kuyambira pa nthawi imene adzakhale ali mʼchiberekero. Ndipo adzayamba ntchito yopulumutsa Israeli mʼmanja mwa Afilisti.”
କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।”
6 Kenaka mayiyo anapita kukawuza mwamuna wake kuti, “Munthu wa Mulungu anabwera kwa ine, ndipo maonekedwe ake anali ngati mngelo wa Mulungu, maonekedwe woopsa kwambiri. Ine sindinamufunse kumene amachokera, ndipo iyeyo sanandiwuzenso dzina lake.
ଏଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକୁ କହିଲା, “ପରମେଶ୍ୱରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;
7 Koma anandiwuza kuti, ‘Mudzakhala ndi pakati ndipo mudzabereka mwana wamwamuna. Choncho musamamwe vinyo kapena chakumwa chilichonse choledzeretsa, musamadye chakudya chilichonse choyipitsidwa chifukwa mwanayo adzakhala Mnaziri, wopatulika kwa Mulungu kuyambira pa nthawi imene adzakhale ali mʼchiberekero mpaka tsiku la kufa kwake.’”
ମାତ୍ର ସେ ମୋତେ କହିଲେ, ‘ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,’”
8 Kenaka Manowa anapemphera kwa Yehova kuti, “Chonde Ambuye, lolani munthu wa Mulungu amene munamutuma abwerenso kwa ife kuti adzatiphunzitse zochita ndi mwanayo akadzabadwa.”
ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, “ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।”
9 Mulungu anamva pemphero la Manowa, ndipo mngelo wa Mulungu anabweranso kwa mkaziyo nthawi imene anali ku munda, koma Manowa mwamuna wake sanali naye.
ତହୁଁ ପରମେଶ୍ୱର ମାନୋହର ରବ ଶୁଣିଲେ; ପୁଣି ସେ ସ୍ତ୍ରୀ କ୍ଷେତ୍ରରେ ବସିଥିବା ବେଳେ ପରମେଶ୍ୱରଙ୍କ ଦୂତ ପୁନର୍ବାର ତାହା ନିକଟକୁ ଆସିଲେ; ମାତ୍ର ତାହାର ସ୍ୱାମୀ ମାନୋହ ତାହା ସଙ୍ଗରେ ନ ଥିଲା।
10 Tsono mkaziyo anathamanga kukawuza mwamuna wake kuti, “Wandionekeranso munthu uja amene anabwera kwa ine tsiku lija.”
ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ୱାମୀକୁ ସମ୍ବାଦ ଦେଇ କହିଲା, “ଦେଖ, ସେଦିନ ଯେଉଁ ଲୋକ ମୋʼ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି।”
11 Choncho Manowa ananyamuka namutsatira mkazi wake. Atafika kwa munthuyo anamufunsa kuti, “Kodi ndinu munayankhula ndi mkazi wanga?” Iye anayankha kuti, “Ndine.”
ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, “ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ?” ସେ କହିଲେ, “ହଁ, ମୁଁ ସେହି।”
12 Kenaka Manowa anafunsa kuti, “Tiyerekeze kuti mawu anuwa akwaniritsidwadi, ndiye mwanayu azidzakhala bwanji ndipo azidzachita chiyani?”
ତହୁଁ ମାନୋହ କହିଲା, “ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ?”
13 Ndipo mngelo wa Yehova uja anamuyankha kuti, “Zonse zimene ndinawawuza akazi anuwa asamale ndipo adzazichitedi.
ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ।
14 Asadzadye chilichonse chochokera ku mphesa. Asadzamwe vinyo kapena choledzeretsa chilichonse, ngakhale kudya chakudya chilichonse chodetsedwa. Zonse zimene ndinawalamula azisunge bwino.”
ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।”
15 Manowa anamuwuza mngelo wa Yehova uja kuti, “Chonde dikirani pangʼono, timati tikukonzereni mwana wambuzi.”
ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳି ଛୁଆଟିଏ ପ୍ରସ୍ତୁତ କରିବା ଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ।”
16 Mngelo wa Yehova anayankha kuti, “Ngakhale mukundidikiritsa, ine sindidya chakudya chanu. Koma ngati mukonze nsembe yopsereza iperekeni kwa Yehova.” (Manowa nʼkuti asakudziwa kuti munthuyo anali mngelo wa Mulungu).
ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ତୁମ୍ଭେ ଆମ୍ଭକୁ ଅଟକାଇ ରଖିଲେ ହେଁ ଆମ୍ଭେ ତୁମ୍ଭ ଆହାର ଭୋଜନ କରିବୁ ନାହିଁ; ପୁଣି ଯେବେ ତୁମ୍ଭେ ହୋମବଳି ପ୍ରସ୍ତୁତ କର, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଉତ୍ସର୍ଗ କର।” ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ମାନୋହ ଜାଣି ନ ଥିଲା।
17 Tsono Manowa anapempha mngelo wa Yehova kuti, “Chonde tidziwitseni dzina lanu kuti zikadzachitika zimene mwanenazi ife tidzakulemekezeni?”
ଏଥିଉତ୍ତାରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ଆପଣଙ୍କର ନାମ କଅଣ? ଆପଣଙ୍କ ବାକ୍ୟ ସଫଳ ହେଲେ, ଆମ୍ଭେମାନେ ଆପଣଙ୍କର ଗୌରବ କରିବୁ।”
18 Iye anayankha kuti, “Nʼchifukwa chiyani mukufunsa dzina langa? Dzina laketu ndi lodabwitsa.”
ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆମ୍ଭ ନାମ କାହିଁକି ପଚାରୁଅଛ, ତାହା ତ ଆଶ୍ଚର୍ଯ୍ୟ?”
19 Ndipo Manowa anatenga mwana wambuzi pamodzi ndi chopereka cha chakudya nakapereka nsembe pa thanthwe kwa Yehova ndipo Yehova anachita zodabwitsa kwa Manowa ndi mkazi wake akuona.
ତହିଁରେ ମାନୋହ ସେହି ଛେଳିଛୁଆ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୈଳ ଉପରେ ଉତ୍ସର୍ଗ କଲା। ତହୁଁ ଦୂତ ଆଶ୍ଚର୍ଯ୍ୟ ପ୍ରକାର କର୍ମ କଲେ, ଆଉ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ।
20 Pamene malawi a moto amakwera kumwamba kuchoka pa guwa, mngelo wa Yehova uja anakwera kumwamba mʼmalawi a motowo Manowa ndi mkazi wake akuona. Tsono anadzigwetsa pansi naweramitsa mitu yawo pansi.
ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଊର୍ଦ୍ଧ୍ୱଗମନ କଲେ। ସେସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁ ମାଡ଼ି ପଡ଼ିଲେ।
21 Mngelo wa Yehova uja sanaonekerenso kwa Manowa ndi mkazi wake. Choncho Manowa anazindikira kuti anali mngelo wa Yehova.
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା।
22 Iye anawuza mkazi wake kuti, “Ife tifa basi pakuti taona Mulungu!”
ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।”
23 Koma mkazi wake anamuyankha kuti, “Yehova akanafuna kutipha sakanayilandira nsembe yathu yopsereza ndi chopereka chathu chachakudya chija, ndipo sakanationetsanso zinthu zonsezi kapena kutiwuza zinthu ngati zimenezi nthawi ino.”
ମାତ୍ର ତାହାର ଭାର୍ଯ୍ୟା ତାହାକୁ କହିଲା, “ଯେବେ ଆମ୍ଭମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥାଆନ୍ତା, ତେବେ ସେ ଆମ୍ଭମାନଙ୍କ ହସ୍ତରୁ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଗ୍ରହଣ କରି ନ ଥାଆନ୍ତେ, ଅବା ସେ ଏସବୁ ବିଷୟ ଆମ୍ଭମାନଙ୍କୁ ଦେଖାଇ ନ ଥାଆନ୍ତେ, କିଅବା ଏସମୟରେ ଏପରି କଥା ଶୁଣାଇ ନ ଥାଆନ୍ତେ।”
24 Motero mkaziyo anabereka mwana wa mwamuna, namutcha dzina lake Samsoni. Iye anakula ndipo Yehova anamudalitsa.
ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍‍ଶୋନ୍‍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।
25 Mzimu wa Yehova unayamba kumulimbikitsa pamene ankakhala ku misasa ya anthu a fuko la Dani, malo amene anali pakati pa Zora ndi Esitaoli.
ପୁଣି ସଦାପ୍ରଭୁଙ୍କ ଆତ୍ମା ସରାୟ ଓ ଇଷ୍ଟାୟୋଲ ମଧ୍ୟବର୍ତ୍ତୀ ମହନୀ-ଦାନରେ ତାହାକୁ ଚଳାଇବାକୁ ଲାଗିଲେ।

< Oweruza 13 >