< Oweruza 14 >

1 Samsoni anapita ku Timna ndipo kumeneko anaonako mtsikana wa Chifilisiti.
ଏଥିଉତ୍ତାରେ ଶାମ୍‍ଶୋନ୍‍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ଅବିବାହିତ ସ୍ତ୍ରୀଲୋକକୁ ଦେଖିଲା।
2 Atabwerera kwawo, anawuza abambo ndi amayi ake kuti, “Ine ndaona mtsikana wa Chifilisiti ku Timna, tsono mukanditengere ameneyo kuti akhale mkazi wanga.”
ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, “ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।”
3 Koma abambo ndi amayi ake anayankha kuti, “Kodi palibe mkazi pakati pa abale akowa kapena pakati pa anthu a mtundu wako, kuti iwe upite kukapeza mkazi kwa Afilisti anthu osachita mdulidwe?” Koma Samsoni anawuza abambo ake kuti, “Kanditengereni ameneyu basi, pakuti ndamukonda.”
ତେବେ ତାହାର ପିତା ଓ ମାତା ତାହାକୁ କହିଲେ, “ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ?” ତହିଁରେ ଶାମ୍‍ଶୋନ୍‍ ଆପଣା ପିତାକୁ କହିଲା, “ତାହାକୁ ମୋʼ ପାଇଁ ଆଣ; ସେ ମୋʼ ଦୃଷ୍ଟିରେ ପସନ୍ଦ।”
4 (Abambo ndi amayi ake sankadziwa kuti zimenezi zinali zochokera kwa Yehova, pakuti Yehova amafuna powapezera chifukwa Afilistiwo. Nthawi imeneyo nʼkuti Afilisti akulamulira Aisraeli).
ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ।
5 Choncho Samsoni pamodzi ndi abambo ake anapita ku Timna. Akuyandikira minda ya mpesa ya ku Timna, mwadzidzidzi anamva kubuma kwa mkango waungʼono ukubwera kumene kunali iye.
ଏଥିଉତ୍ତାରେ ଶାମ୍‍ଶୋନ୍‍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।
6 Tsono Mzimu wa Yehova unafika ndi mphamvu pa Samsoni ndipo ngakhale analibe chida mʼmanja mwake, iye anakadzula mkangowo ngati akukadzula mwana wambuzi. Koma sanawuze abambo kapena amayi ake zimene anachitazo.
ତହୁଁ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ଶାମ୍‍ଶୋନ୍‍ ହାତରେ କିଛି ନ ଥିଲା। ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତାଙ୍କୁ କହିଲା ନାହିଁ।
7 Kenaka Samsoni anapita kukakambirana ndi mkaziyo, ndipo anamukonda mtsikanayo.
ଏଥିଉତ୍ତାରେ ଶାମ୍‍ଶୋନ୍‍ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ସ୍ତ୍ରୀ ଦୃଷ୍ଟିରେ ପସନ୍ଦ ହେଲା।
8 Patapita nthawi, Samsoni anabwerera kukatenga mtsikana uja. Panjira anapatuka kukaona mkango unawupha uja, ndipo anangoona njuchi zili mu mkangowo pamodzi ndi uchi wake.
ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି।
9 Tsono anakomberako uchi uja mʼmanja mwake ndi kumapita akudya. Atabwereranso kwa abambo ndi amayi ake, anawapatsako uchiwo ndipo anadya. Koma sanawawuze kuti uchi umenewo anawufula mu mkango wakufa.
ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।
10 Tsopano Samsoni anapita ku nyumba kwa mtsikanayo. Ndipo kumeneko Samsoni anakonza phwando monga ankachitira anyamata.
ଏଥିଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍‍ଶୋନ୍‍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା।
11 Makolo a mkwatibwiyo atamuona, anasankha anyamata makumi atatu kuti akhale naye.
ପୁଣି ସେମାନେ ତାହାକୁ ଦେଖନ୍ତେ, ତାହା ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ।
12 Samsoni anawawuza kuti, “Bwanji ndikuphereni mwambi. Mukandiwuza tanthauzo lake asanathe masiku asanu ndi awiri aphwandowa, ndidzakupatsani zovala makumi atatu za bafuta ndi zina makumi atatu za tsiku la chikondwerero.
ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।
13 Koma ngati simutha kundiwuza tanthauzo lake, inuyo mudzandipatsa zovala makumi atatu zabafuta ndi zina za tsiku la chikondwerero.” Iwo anamuyankha kuti, “Tiwuze mwambi wakowo tiwumve.”
ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ।” ଆଉ ସେମାନେ ତାହାକୁ କହିଲେ, “ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ।”
14 Iye anati, “Chakudya chinatuluka mu chinthu chodya chinzake; ndipo chozuna chinatuluka mu chinthu champhamvu.” Panapita masiku atatu anthuwo akulephera kumasulira mwambiwo.
ତହିଁରେ ସେ ସେମାନଙ୍କୁ କହିଲା, “ଖାଦକଠାରୁ ଖାଦ୍ୟ ଓ ବଳବାନ‍ଠାରୁ ମିଷ୍ଟତା ନିର୍ଗତ ହେଲା।” ମାତ୍ର ସେମାନେ ତିନି ଦିନ ଯାଏ ପ୍ରହେଳିକାର ଅର୍ଥ ଜଣାଇ ପାରିଲେ ନାହିଁ।
15 Tsiku lachinayi anthuwo anawuza mkazi wa Samsoni kuti, “Umunyengerere mwamuna wako kuti akuwuze tanthauzo la mwambiwu. Ngati sutero tikutentha iweyo pamodzi ndi nyumba ya abambo ako. Kodi unatiyitana kuti mudzatilande zinthu zathu?”
ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍‍ଶୋନ୍‍ର ଭାର୍ଯ୍ୟାକୁ କହିଲେ, “ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକୁ ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା? ନୁହେଁ?”
16 Kenaka mkazi wa Samsoni anayamba kulira pamaso pake namuwuza kuti, “Inu mumandida ndipo simundikonda. Mwaphera anyamata a mtundu wathu mwambi, koma ine wosandiwuza tanthauzo lake.” Samsoni anamuyankha kuti, “Taona sindinawuze abambo kapena amayi anga, ndiye ndiwuze iweyo?”
ତହିଁରେ ଶାମ୍‍ଶୋନ୍‍ର ଭାର୍ଯ୍ୟା ତାହାକୁ ଧରି କାନ୍ଦି କହିଲା, “ତୁମ୍ଭେ କେବଳ ମୋତେ ଘୃଣା କରୁଅଛ, କିଛି ପ୍ରେମ କରୁ ନାହଁ; ତୁମ୍ଭେ ମୋʼ ଲୋକଙ୍କ ସନ୍ତାନମାନଙ୍କୁ ଗୋଟିଏ ପ୍ରହେଳିକା କହିଅଛ, ମାତ୍ର ତାହା ମୋତେ ବୁଝାଇ ଦେଇ ନାହଁ।” ତହିଁରେ ସେ ତାହାକୁ କହିଲା, “ଦେଖ, ମୁଁ ଆପଣା ପିତା କି ମାତାକୁ ବୁଝାଇ ଦେଇ ନାହିଁ, ଆଉ କି ତୁମ୍ଭକୁ ବୁଝାଇଦେବି?”
17 Mkaziyo anamulirira masiku onse asanu ndi awiri aphwandowo. Choncho pa tsiku lachisanu ndi chiwiri anamuwuza tanthauzo lake popeza amamukakamiza. Ndipo mkaziyo anakawuza abale ake aja tanthauzo la mwambiwo.
ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍‍ଶୋନ୍‍ ସପ୍ତମ ଦିନରେ ତାହା ତାହାକୁ ବୁଝାଇଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା।
18 Pambuyo pake anthu a mu mzinda aja anamuwuza Samsoni pa tsiku lachisanu ndi chiwiri dzuwa lisanalowe kuti, “Chozuna nʼchiyani choposa uchi? Champhamvu nʼchiyani choposa mkango?” Samsoni anawawuza kuti, “Mukanapanda kutipula ndi ngʼombe yanga yayingʼono, simukanatha kumasulira mwambi wangawu.”
ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, “ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ?” ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।”
19 Ndipo Mzimu wa Yehova unafika pa iye mwamphamvu. Choncho anatsikira ku Asikeloni naphako anthu makumi atatu, natenga zovala zawo za tsiku la chikondwerero napereka kwa anthu amene anamasulira mwambi wake. Kenaka anabwerera ku nyumba ya abambo ake ndi mkwiyo waukulu.
ଏଥିଉତ୍ତାରେ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା। କିନ୍ତୁ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା।
20 Ndipo mkazi wa Samsoniyo anamukwatitsa kwa amene anali mnzake womuperekeza pa ukwati paja.
ମାତ୍ର ଶାମ୍‍ଶୋନ୍‍ ଯାହାକୁ ଆପଣାର ବନ୍ଧୁ ପରି କରିଥିଲା, ତାହାକୁ ତାହାର ଭାର୍ଯ୍ୟା ଦିଆଗଲା।

< Oweruza 14 >