< Oweruza 18 >

1 Masiku amenewo munalibe mfumu mu Israeli. Ndipo anthu a fuko la Dani amafunafuna malo okhalamo ngati cholowa chawo, chifukwa kufikira nthawi imeneyo anali asanalandire cholowa chawo pakati pa mafuko a Israeli.
ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା।
2 Choncho fuko la Dani linatumiza kuchokera ku mabanja awo onse anthu olimba mtima asanu. Anthuwa anachokera ku Zora ndi ku Esitaoli ndipo anatumidwa kukazonda ndi kuliyendera dzikolo. Anthu amenewa ankayimira fuko lonse la Dani. Anthuwa anawawuza kuti, “Pitani mukazonde dzikolo.” Anthuwa anafika ku dziko la mapiri la Efereimu ndi kupita ku nyumba ya Mika komwe anakagona.
ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରାୟ ଓ ଇଷ୍ଟାୟୋଲଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, “ଯାଇ ଦେଶ ଅନୁସନ୍ଧାନ କର;” ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।
3 Ali ku nyumba ya Mika anazindikira mawu a mnyamata, Mlevi uja. Choncho anapita kwa iye namufunsa kuti, “Unabwera ndi ndani kuno? Nanga ukuchita chiyani ku malo ano? Komanso nʼchifukwa chiyani uli kuno?”
ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?”
4 Iye anawawuza zimene Mika anamuchitira ndipo anati, “Iye anandilemba ntchito ndipo ndine wansembe wake.”
ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, “ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।”
5 Kenaka iwo anati kwa iye, “Chonde tifunsire kwa Mulungu kuti tidziwe ngati ulendo wathuwu tiyende bwino.”
ତହୁଁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।”
6 Wansembeyo anawayankha kuti, “Pitani mu mtendere, Yehova ali ndi inu pa ulendo wanuwu.”
ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; “ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”
7 Choncho anthu asanuwo ananyamuka ndipo anafika ku Laisi, kumene anaona kuti anthu ankakhala mwabata monga anthu a ku Sidoni. Anali anthu opanda chowavuta ndiponso aphee. Tsono popeza mʼdziko mwawo analibe chosowa, iwo anali a chuma. Anaonanso kuti anthuwo ankakhala kutali ndi Sidoni ndipo analibe ubale ndi wina aliyense.
ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍‍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।
8 Ozonda dziko aja atabwerera kwa abale awo ku Zora ndi Esitaoli, abale awowo anawafunsa kuti, “Mwaonako zotani?”
ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, “କି ବିଚାର?”
9 “Tiyeni tikamenyane nawo nkhondo popeza taliona dziko lawolo kuti ndi lachonde kwambiri. Kodi simuchitapo kanthu? Musachite mphwayi kupita mʼdzikomo ndi kukalilanda.
ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ।
10 Mukalowa, mukapeza anthu amene ali osatekeseka ndi dziko lalikulu. Yehova wakupatsani dziko limeneli. Malowo ngosasowa kanthu kalikonse kopezeka pa dziko lapansi.”
ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।”
11 Kenaka anthu 600 a fuko la Dani ananyamuka ku Zora ndi Esitaoli atanyamula zida za nkhondo.
ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ।
12 Tsono anakamanga msasa ku Kiriati-Yearimu mʼdziko la Yuda. Malowa ali kumadzulo kwa Kiriati-Yearimu. Ichi ndi chifukwa chake malowo akutchedwa Mahane Dani mpaka lero.
ପୁଣି ସେମାନେ ଉଠିଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍‍-ଯିୟାରୀମ୍‍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍‍ର ଛାଉଣି) କହନ୍ତି; ଦେଖ, ତାହା କିରୀୟଥ୍‍-ଯିୟାରୀମ୍‍ର ପଛରେ ଅଛି।
13 Kuchokera kumeneko anapita ku dziko lamapiri la Efereimu ndipo anafika ku nyumba ya Mika.
ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ।
14 Anthu asanu amene anakazonda dziko la Laisi anati kwa abale awo, “Kodi mukudziwa kuti imodzi mwa nyumba izi muli efodi, mafano a mʼnyumba otchedwa terafimu, fano losema ndiponso fano lokuta ndi siliva? Ndiye mudziwe chochita.”
ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍‍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, “ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।”
15 Choncho anthuwa anapatuka napita ku nyumba ya Mika kumene mnyamata, Mlevi uja ankakhala ndipo anamufunsa za mmene zinthu zilili.
ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳ ବାର୍ତ୍ତା ପଚାରିଲେ।
16 Nthawi imeneyi nʼkuti anthu 600 a fuko la Dani aja atayima pa chipata atanyamula zida za nkhondo.
ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ୱାର-ପ୍ରବେଶ ସ୍ଥାନରେ ଛିଡ଼ା ହୋଇ ରହିଲେ।
17 Anthu asanu amene anakazonda dziko aja analowa ndi kukatenga fano losema, efodi, fano la mʼnyumba lotchedwa terafimu, ndi fano lokutidwa ndi siliva. Nthawiyi nʼkuti wansembe uja ndi anthu 600 okhala ndi zida za nkhondo aja ali chiyimire pa chipata.
ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଦିତ ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେସମୟରେ ଯାଜକ ଦ୍ୱାର-ପ୍ରବେଶ ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା।
18 Anthuwo atalowa mʼnyumba ya Mika ndi kutenga fano losema, efodi, fano la mʼnyumba, ndi fano lokutidwa ndi siliva, wansembeyo anawafunsa kuti, “Kodi mukuchita chiyani?”
ଆଉ ସେହି ଲୋକମାନେ ମୀଖା ଗୃହକୁ ଯାଇ ଖୋଦିତ ପ୍ରତିମା, ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଆଣନ୍ତେ, ଯାଜକ ସେମାନଙ୍କୁ କହିଲା, “ତୁମ୍ଭେମାନେ କଅଣ କରୁଅଛ?”
19 Iwo anamuyankha kuti, “Khala chete usayankhule. Tsagana nafe ndipo udzakhala mlangizi wathu ndi wansembe wathu. Kodi si kwabwino kwa iwe kukhala wansembe wa fuko lonse la Israeli mʼmalo mokhala wansembe wa munthu mmodzi yekha?”
ତହିଁରେ ସେମାନେ ତାହାକୁ କହିଲେ, “ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ?”
20 Wansembeyo anakondwera ndipo anatenga efodi, fano la mʼnyumba ndi fano losema natsagana nawo.
ଏଥିରେ ଯାଜକର ମନ ଆନନ୍ଦିତ ହେଲା, ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଦିତ ପ୍ରତିମା ନେଇ ଲୋକମାନଙ୍କ ମଧ୍ୟରେ ଚାଲିଲା।
21 Choncho iwo anatembenuka nachoka, atatsogoza ana, zoweta ndi katundu wawo yense.
ଏଥିଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ।
22 Atayenda mtunda pangʼono kuchokera pa nyumba ya Mika, anthu amene amakhala pafupi ndi nyumba ya Mika anasonkhana kulondola a fuko la Dani aja, ndipo anawapeza.
ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ।
23 Atawafuwulira, a fuko la Dani aja anachewuka ndipo anafunsa Mika kuti, “Chavuta nʼchiyani kuti usonkhanitse anthu chotere?”
ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ। ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, “ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ?”
24 Iye anayankha kuti, “Inu mwanditengera milungu imene ndinapanga pamodzi ndi wansembe nʼkumapita. Tsono ine ndatsala ndi chiyani? Ndiye inu mungafunse kuti chavuta nʼchiyani?”
ତହିଁରେ ସେ କହିଲା, “ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଅଛ, ‘ତୁମ୍ଭର କଅଣ ହେଲା?’”
25 Anthu a fuko la Dani aja anayankha kuti, “Usayankhuleponso kanthu chifukwa anthu awa angapse mtima nakumenya ndipo iwe ndi banja lako lonse nʼkutayapo miyoyo yanu.”
ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, “ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ।”
26 Choncho anthu a fuko la Dani anapitiriza ulendo wawo. Mika ataona kuti anthuwo anali amphamvu kuposa iye, anangotembenuka kubwerera kwawo.
ଏଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା।
27 Anthu a fuko la Dani aja anatenga zinthu zimene Mika anapanga pamodzi ndi wansembe uja. Iwo anakafika ku Laisi kwa anthu a phee, osatekeseka aja ndipo anawathira nkhondo, nawapha ndi kutentha mzindawo ndi moto.
ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍‍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
28 Panalibe wowapulumutsa chifukwa anali kutali ndi Sidoni ndiponso sanali pa ubale ndi wina aliyense. Mzindawo unali mʼchigwa cha Beti-Rehobu. Anthu a fuko la Adaniwo anawumanganso mzindawo ndi kumakhalamo.
ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବେଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।
29 Iwo anawutcha mzindawo Dani, kutengera dzina la kholo lawo Dani, amene anali mwana wa Israeli, ngakhale kuti mzindawo poyamba unali Laisi.
ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍‍ ଥିଲା।
30 Anthu a fuko la Dani anayimiritsa fano losema lija. Yonatani mwana wa Geresomu, mwana wa Mose pamodzi ndi ana ake onse anakhala ansembe a fuko la Dani mpaka pa tsiku la ukapolo wa dzikolo.
ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବା ଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।
31 Choncho anthu a fuko la Dani ankapembedza fano limene Mika anapanga nthawi yonse pamene nyumba ya Mulungu inali ku Silo.
ଶୀଲୋରେ ପରମେଶ୍ୱରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ।

< Oweruza 18 >