< Oweruza 6 >

1 Aisraeli anachitanso zinthu zoyipira Yehova, choncho Yehova anawapereka mʼmanja mwa Amidiyani kwa zaka zisanu ndi ziwiri.
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ-ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ।
2 Amidiyani anapondereza Aisraeli. Tsono chifukwa cha Amidiyaniwa, Aisraeli anakonza malo obisalamo mʼmapiri ndi mʼmapanga. Anamanganso malinga.
ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ-ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ଫା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ।
3 Aisraeli amati akadzala mbewu, Amidiyani, Aamaleki ndi anthu ena akummawa amabwera ndi kudzawathira nkhondo.
ତହୁଁ ଏହିପରି ହେଲା ଯେ, ଇସ୍ରାଏଲୀୟମାନେ ବୀଜ ବୁଣିଲେ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସନ୍ତି; ସେମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସି
4 Iwo anamanga misasa mʼdzikomo ndi kuwononga zokolola zawo zonse mpaka ku Gaza, ndipo sanawasiyireko chamoyo chilichonse Aisraeliwo, kaya nkhosa kapena ngʼombe ndi bulu yemwe.
ସେମାନଙ୍କ ସମ୍ମୁଖରେ ଛାଉଣି କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କରନ୍ତି, ପୁଣି ଇସ୍ରାଏଲଙ୍କ ମଧ୍ୟରେ ପ୍ରାଣ ବଞ୍ଚିବାର କୌଣସି ଉପାୟ, କି ମେଷ, କି ଗୋରୁ, କି ଗଧ, କିଛି ରଖନ୍ତି ନାହିଁ।
5 Iwo ankabwera ndi zoweta zawo ndi matenti awo omwe. Ankabwera ambiri ngati dzombe, motero kuti kunali kovuta kuwawerenga anthuwo ndi ngamira zawo. Tsono iwo ankabwera ndi kuwononga dziko lonse.
କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।
6 Aisraeli anasauka chifukwa cha Amidiyani ndipo analirira kwa Yehova kuti awathandize.
ଏଣୁ ଇସ୍ରାଏଲ ମିଦୀୟନ ସମ୍ମୁଖରେ ଅତି କ୍ଷୀଣ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।
7 Pamene Aisraeli analirira kwa Yehova chifukwa cha Amidiyaniwo,
ଏଥିରେ ଇସ୍ରାଏଲ-ସନ୍ତାନଗଣ ମିଦୀୟନ ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ,
8 Iye anawatumizira mneneri amene anati, “Yehova Mulungu wa Israeli akuti, ‘Ndine amene ndinakutsogolerani kuchokera ku Igupto. Ndinakutulutsani mʼdziko la ukapolo.
ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ;
9 Ine ndinakupulumutsani ku ulamuliro wa Igupto komanso mʼmanja mwa amene amakuzunzani. Ndinawathamangitsa adani anu inu mukufika, ndikukupatsani dziko lawo.’
ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ହସ୍ତରୁ ଓ ଯେଉଁମାନେ ତୁମ୍ଭମାନଙ୍କୁ ଉପଦ୍ରବ କଲେ, ସେ ସମସ୍ତଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେଲୁ, ଆଉ ସେମାନଙ୍କ ଦେଶ ତୁମ୍ଭମାନଙ୍କୁ ଦେଲୁ;
10 Ndipo ndinakuwuzani kuti, ‘Ine ndine Yehova Mulungu wanu; musapembedze Milungu ya Aamori amene mukukhala mʼdziko lawo.’ Koma inu simunandimvere.”
ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ‘ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।”
11 Tsiku lina mngelo wa Yehova anabwera ku Ofura ndi kukhala pansi pa tsinde pa mtengo wa thundu umene unali wa Yowasi Mwabiezeri. Tsono Gideoni, mwana wake nʼkuti pa nthawiyo akupuntha tirigu mʼmalo ofinyira mphesa mowabisalira Amidiyani.
ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍‍ର ଅଧିକାରସ୍ଥ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍‍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।
12 Tsono mngelo wa Yehova uja anamuonekera Gideoni nati kwa iye, “Yehova ali nawe, iwe munthu wamphamvu ndi wolimba mtima.”
ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, “ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।”
13 Gideoni anayankha, “Koma mbuye wanga, ngati Yehova ali nafedi, nʼchifukwa chiyani zonsezi zationekera? Nanga ntchito zake zodabwitsa zimene makolo athu anatiwuza pamene anati, ‘Yehova anatitulutsa ku dziko la Igupto,’ zili kuti? Koma tsopano Yehova watitaya ndi kutipereka mʼmanja mwa Amidiyani.”
ଏଥିରେ ଗିଦିୟୋନ୍‍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।
14 Yehova anamuyangʼana namuwuza kuti, “Pita ndi mphamvu zomwe uli nazo, ukapulumutse Aisraeli mʼmanja mwa Amidiyani. Kodi si ndine amene ndakutuma?”
ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, “ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ?”
15 Koma Gideoni anafunsa kuti, “Kodi Ambuye anga ine ndingapulumutse bwanji Israeli? Mbumba yanga ndi yopanda mphamvu mu fuko la Manase, ndiponso ine ndine wamngʼono kwambiri mʼbanja mwa abambo anga.”
ତହୁଁ ସେ ତାହାଙ୍କୁ କହିଲେ, “ହେ ପ୍ରଭୋ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋʼ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।”
16 Yehova anamuyankha kuti, “Ine ndidzakhala nawe, ndipo Amidiyaniwo udzawagonjetsa ngati munthu mmodzi.”
ତେବେ ସଦାପ୍ରଭୁ ତାହାକୁ କହିଲେ, “ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକ ଜଣକୁ ସଂହାର କରୁଅଛ।”
17 Gideoni anati, “Ngati tsopano mwandikomera mtima, ndionetseni chizindikiro kusonyeza kuti ndinudi mukuyankhula ndi ine.
ତହୁଁ ସେ ତାହାଙ୍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ।
18 Chonde musachoke msanga mpaka nditabwerera kwa inu ndi chopereka changa cha chakudya kudzachipereka kwa inu.” Ndipo Yehova anamuwuza kuti, “Ine ndikudikira mpaka utabweranso.”
ବିନୟ କରୁଅଛି, ମୁଁ ଆପଣା ଭେଟି ଘେନିଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ କରନ୍ତୁ ନାହିଁ।” ତହିଁରେ ସେ କହିଲେ, “ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା।”
19 Gideoni analowa mʼnyumba, ndipo anakakonza mwana wambuzi, nakonzanso makeke wopanda yisiti a ufa wa makilogalamu khumi. Nayika nyamayo mʼdengu ndipo msuzi wake anawuthira mu mʼphika. Anabwera nazo ndi kukazipereka kwa mngelo uja pa tsinde pa mtengo wa thundu paja.
ତହୁଁ ଗିଦିୟୋନ୍‍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ ବୃକ୍ଷ ମୂଳେ ଥୋଇଲେ।
20 Mngelo wa Mulungu anamuwuza iye kuti, “Tenga nyamayi pamodzi ndi makekewa, uziyike pa mwala uwu ndi kuthirapo msuziwu.” Ndipo Gideoni anatero.
ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, “ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ;” ତହୁଁ ସେ ସେପରି କଲେ।
21 Mngelo wa Yehova anatenga msonga ya ndodo imene inali mʼmanja mwake nakhudza nayo nyama ndi makeke aja. Nthawi yomweyo moto unabuka pa thanthwepo ndi kupsereza nyama yonse ndi makeke aja. Ndipo mngelo wa Yehova sanaonekenso.
ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ।
22 Apo Gideoni anazindikira kuti analidi mngelo wa Ambuye, ndipo anati, “Kalanga ine Yehova Wamphamvuzonse! Ine ndaona mngelo wa Yehova ndi maso!”
ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍‍ ବୁଝିଲେ; ପୁଣି ଗିଦିୟୋନ୍‍ କହିଲେ, “ହାୟ ହାୟ! ହେ ପ୍ରଭୋ ସଦାପ୍ରଭୋ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।”
23 Koma Yehova anamuwuza kuti, “Mtendere ukhale ndi iwe! Usachite mantha, sufa ayi.”
ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭର ଶାନ୍ତି ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ।”
24 Choncho Gideoni anamanga guwa lansembe la Yehova pamenepo ndipo analitcha kuti, Yehova ndiye mtendere. Kufikira lero lino guwali lilipo ku Ofura wa Mwabiezeri.
ତହୁଁ ଗିଦିୟୋନ୍‍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବାଃ ଶାଲୋମ୍‍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି।
25 Usiku womwewo Yehova anati kwa Gideoni, “Tenga ngʼombe ya mphongo ya abambo ako, ngʼombe ina yachiwiri ya zaka zisanu ndi ziwiri ndipo ugwetse guwa la Baala limene abambo ako ali nalo, ndi kugwetsanso fano la Asera limene lili pafupi pake.
ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆପଣା ପିତାର ଗୋବତ୍ସକୁ, ଅର୍ଥାତ୍‍, ସାତ ବର୍ଷର ଦ୍ୱିତୀୟ ଗୋବତ୍ସକୁ ନିଅ, ତୁମ୍ଭ ପିତାର ଥିବା ବାଲ୍‍ଦେବତାର ଯଜ୍ଞବେଦି ଭାଙ୍ଗି ପକାଅ ଓ ତନ୍ନିକଟସ୍ଥ ଆଶେରାର ମୂର୍ତ୍ତି କାଟି ପକାଅ;
26 Kenaka umangire Yehova Mulungu wako guwa lansembe ndi miyala yoyala bwino pamwamba pa chiwunda chimenecho. Utenge ngʼombe ya mphongo yachiwiri ija ndipo uyipereke ngati nsembe yopsereza pogwiritsa ntchito mitengo ya fano la Asera imene udule ngati nkhunizo.”
ପୁଣି ଏହି ଗଡ଼ ଉପରେ ରୀତି ଅନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ୱିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର।”
27 Choncho Gideoni anatenga antchito ake khumi nachita monga Yehova anamuwuzira. Ndipo popeza ankaopa anthu a pa banja lake ndiponso anthu a mʼmudzimo sanachite zimenezi masana koma usiku.
ତହିଁରେ ଗିଦିୟୋନ୍‍ ଆପଣା ଦାସମାନଙ୍କ ମଧ୍ୟରୁ ଦଶଜଣଙ୍କୁ ସଙ୍ଗରେ ନେଲେ ଓ ସଦାପ୍ରଭୁ ଯେପରି କହିଥିଲେ, ସେପରି କଲେ, ମାତ୍ର ଆପଣା ପିତୃପରିବାର ଓ ନଗରସ୍ଥ ଲୋକମାନଙ୍କୁ ଭୟ କରିବାରୁ ସେ ଦିନ ବେଳେ ତାହା କରି ନ ପାରି ରାତ୍ରି ବେଳେ ତାହା କଲେ।
28 Anthu a mu mzindamo atadzuka mʼmamawa anangoona guwa la Baala litagwetsedwa ndi fano la Asera limene linali pamwamba pake litadulidwa ndiponso ngʼombe yamphongo yachiwiri ija itaperekedwa ngati nsembe yopsereza pa guwa limene linamangidwa lija.
ତହୁଁ ନଗରସ୍ଥ ଲୋକମାନେ ପ୍ରଭାତରେ ଉଠନ୍ତେ, ଦେଖ, ବାଲ୍‍ର ଯଜ୍ଞବେଦି ଭଙ୍ଗା ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କଟା; ପୁଣି ନିର୍ମିତ ଯଜ୍ଞବେଦି ଉପରେ ସେହି ଦ୍ୱିତୀୟ ଗୋବତ୍ସର ଉତ୍ସର୍ଗ ହୋଇଅଛି।
29 Iwo anafunsana wina ndi mnzake, “Wachita zimenezi ndani?” Atafufuza ndi kufunsafunsa, analingalira kuti, “Gideoni mwana wa Yowasi ndiye wachita zimenezi.”
ତହୁଁ ସେମାନେ ପରସ୍ପର କହିଲେ, “ଏ କଥା କିଏ କରିଅଛି;” ପୁଣି ସେମାନେ ପଚାରି ବୁଝି କହିଲେ, “ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ ଏ କଥା କରିଅଛି।”
30 Ndipo anthuwo anawuza Yowasi kuti, “Tulutsa mwana wako, ayenera kufa chifukwa wagumula guwa lansembe la Baala ndipo wadula fano la Asera lomwe linali pamwamba pake.”
ତେବେ ନଗରସ୍ଥ ଲୋକମାନେ ଯୋୟାଶ୍‍କୁ କହିଲେ, “ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍‍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି।”
31 Koma Yowasi anawuza anthu amene anamuzungulirawo kuti, “Kodi inu mukuti mukhale woyankhulira Baala mlandu? Kodi ndinu amene mukuti mumupulumutse? Amene akufuna kumumenyera nkhondo Baala akhala atafa pofika mmawa! Ngati Baalayo ndi mulungudi, musiyeni adzimenyere yekha nkhondo popeza munthu wina wamugwetsera guwa lansembe lake.”
ତହିଁରେ ଯୋୟାଶ୍‍ ଆପଣା ପ୍ରତିକୂଳରେ ଠିଆ ହେବା ସମସ୍ତଙ୍କୁ କହିଲା, “ତୁମ୍ଭେମାନେ କି ବାଲ୍‍ ପକ୍ଷରେ ବିବାଦ କରିବ? ଅବା ତୁମ୍ଭେମାନେ କି ତାହାକୁ ଉଦ୍ଧାର କରିବ? ଯେ ତାହାର ପକ୍ଷରେ ବିବାଦ କରିବ, ଏହି ସକାଳ ଥାଉ ଥାଉ ତାହାର ପ୍ରାଣଦଣ୍ଡ ହେଉ; ଯେବେ ସେ ଦେବତା, ତେବେ ସେ ଆପଣା ପକ୍ଷରେ ଆପେ ବିବାଦ କରୁ, କାରଣ କେହି ତାହାର ଯଜ୍ଞବେଦି ଭାଙ୍ଗିଅଛି।”
32 Choncho tsiku limenelo Gideoni anatchedwa, Yeru-Baala, kutanthauza kuti, “Baala alimbana naye, popeza anagwetsa guwa lake la nsembe.”
ଏହେତୁ ସେ ବାଲ୍‍ର ଯଜ୍ଞବେଦି ଭାଙ୍ଗିବାରୁ “ସେ ତାହା ପ୍ରତିକୂଳରେ ବିବାଦ କରୁ,” ଏହା କହି ତାହାର ପିତା ସେହି ଦିନ ଗିଦିୟୋନ୍‍ଙ୍କ ନାମ “ଯିରୁବ୍ବାଲ୍‍” (ବାଲ୍‍ ବିବାଦ କରୁ) ରଖିଲା।
33 Tsopano Amidiyani, Amaleki ndi anthu ena akummawa anasonkhana ndipo atawoloka Yorodani anakamanga zinthando za nkhondo ku chigwa cha Yezireeli.
ସେସମୟରେ ସମସ୍ତ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ଆପଣାମାନଙ୍କୁ ଏକତ୍ର କଲେ; ପୁଣି ସେମାନେ ପାର ହୋଇ ଯିଷ୍ରିୟେଲର ତଳଭୂମିରେ ଛାଉଣି କଲେ।
34 Ndipo Mzimu wa Yehova unatsikira pa Gideoni, ndipo anayimba lipenga kuyitana Abiezeri kuti amutsatire iye.
ମାତ୍ର ସଦାପ୍ରଭୁଙ୍କ ଆତ୍ମା ଗିଦିୟୋନ୍‍ଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ତୂରୀ ବଜାଇଲେ; ତହିଁରେ ଅବୀୟେଷ୍ରୀୟ (ବଂଶ) ତାଙ୍କ ପଛେ ଏକତ୍ର ହେଲେ।
35 Iye anatumiza amithenga mʼdziko lonse la Manase kuti akamenye nkhondo ndipo Amanase anayitanidwanso kuti amutsate. Anatumanso amithenga kwa Aseri, Azebuloni ndi Anafutali, ndipo onsewo anapita kukakumana naye.
ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ।
36 Gideoni anati kwa Mulungu, “Ngati mudzapulumutsa Israeli ndi dzanja langa monga mwalonjezeramu,
ଏଉତ୍ତାରେ ଗିଦିୟୋନ୍‍ ପରମେଶ୍ୱରଙ୍କୁ କହିଲେ, “ଯେବେ ତୁମ୍ଭେ ଆପଣା ବାକ୍ୟ ପ୍ରମାଣେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ,
37 onani, ine ndiyala ubweya wankhosa pa malo opunthira tirigu. Ngati mame adzagwera pa ubweya wankhosa pokhapa, pa nthaka ponse pakhala powuma, ndiye ndidziwa kuti mudzapulumutsadi Israeli ndi dzanja langa monga mwanenera.”
ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି।”
38 Ndipo zimenezi zinachitikadi. Gideoni atadzuka mʼmamawa ndi kuwufinya ubweya uja, anafinya madzi odzaza mtsuko.
ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା।
39 Kenaka Gideoni anati kwa Mulungu, “Musandikwiyire. Mundilole ndiyankhule kamodzi kokhaka. Ndiyeseko kamodzi kokha ndi ubweyawu kuti pa ubweya pokhapa pakhale powuma koma pa nthaka ponse pakhale ponyowa ndi mame.”
ସେତେବେଳେ ଗିଦିୟୋନ୍‍ ପରମେଶ୍ୱରଙ୍କୁ କହିଲେ, “ମୋʼ ପ୍ରତିକୂଳରେ ତୁମ୍ଭର କ୍ରୋଧ ପ୍ରଜ୍ୱଳିତ ନ ହେଉ, ମୁଁ ଏହି ଥରକ ମାତ୍ର କହିବି; ବିନୟ କରୁଅଛି; ଏହି ଲୋମ ଦ୍ୱାରା ମୋତେ ଏହି ଥରକ ମାତ୍ର ପରୀକ୍ଷା ନେବାକୁ ଦିଅ; ବିନୟ କରୁଅଛି, କେବଳ ଲୋମ ଉପରେ ଶୁଷ୍କତା ହେଉ ଓ ସମସ୍ତ ଭୂମି ଉପରେ କାକର ପଡ଼ୁ।”
40 Ndipo Mulungu anachita zomwezo usiku umenewo. Pa ubweya pokha panali powuma, koma pa nthaka ponse panagwa mame.
ତହୁଁ ପରମେଶ୍ୱର ସେହି ରାତ୍ରି ସେରୂପ କଲେ; କେବଳ ଲୋମ ଉପରେ ଶୁଷ୍କତା ହେଲା ଓ ସମସ୍ତ ଭୂମିରେ କାକର ପଡ଼ିଲା।

< Oweruza 6 >