< Maliro 3 >

1 Ine ndine munthu amene ndaona masautso ndi ndodo ya ukali wake.
ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ୱାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ।
2 Wandipititsa kutali ndipo wandiyendetsa mu mdima osati mʼkuwala;
ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇ ଅଛନ୍ତି।
3 zoonadi anandikantha ndi dzanja lake mobwerezabwereza tsiku lonse.
ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି।
4 Wakalambitsa khungu langa ndi mnofu wanga, ndipo waphwanya mafupa anga.
ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି।
5 Wandizinga ndi kundizungulira ndi zowawa ndi zolemetsa.
ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ତିକ୍ତତା ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି।
6 Wandikhazika mu mdima ngati amene anafa kale.
ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛନ୍ତି।
7 Wandimangira khoma kotero kuti sindingathawe, wandimanga ndi maunyolo.
ସେ ମୋର ଚାରିଆଡ଼େ ସୁରକ୍ଷାର ବାଡ଼ ଦେଇଅଛନ୍ତି, ଯେପରି ମୁଁ ବାହାରିଯାଇ ନ ପାରେ; ସେ ମୋହର ଜଞ୍ଜିର ଭାରୀ କରିଅଛନ୍ତି।
8 Ngakhale pamene ndifuwula kapena kupempha chithandizo, amakana pemphero langa.
ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।
9 Wanditsekera njira yanga ndi miyala yosema; ndipo wakhotetsa tinjira tanga.
ସେ କଟା ପଥରରେ ମୋହର ପଥ ଅବରୋଧ କରିଅଛନ୍ତି, ସେ ମୋର ପଥସବୁ ବକ୍ର କରିଅଛନ୍ତି।
10 Wandidikirira ngati chimbalangondo, wandibisalira ngati mkango.
ସେ ମୋʼ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି।
11 Wandikokera pambali ndi kundingʼambangʼamba, ndipo wandisiya wopanda thandizo.
ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ଡ ଖଣ୍ଡ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି।
12 Wakoka uta wake ndipo walunjikitsa mivi yake pa ine.
ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି।
13 Walasa mtima wanga ndi mivi ya mʼphodo mwake.
ସେ ଆପଣା ତୂଣର ଶର ମୋହର ହୃଦୟରେ ପ୍ରବେଶ କରାଇଅଛନ୍ତି।
14 Ndinakhala choseketsa cha anthu anga onse; amandinyodola mʼnyimbo zawo tsiku lonse.
ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନସାରା ସେମାନଙ୍କର ଗାୟନ ହୋଇଅଛି।
15 Wandidyetsa zowawa ndipo wandimwetsa ndulu.
ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି।
16 Wathyola mano anga ndi miyala; wandiviviniza mʼfumbi;
ଆହୁରି, ସେ କଙ୍କରରେ ମୋର ଦନ୍ତ ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି।
17 Wandichotsera mtendere; ndayiwala kuti kupeza bwino nʼchiyani.
ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି।
18 Choncho ndikuti, “Ulemerero wanga wachoka ndi zonse zimene ndimayembekeza kwa Yehova.”
ଏଣୁ ମୁଁ କହିଲି, “ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।”
19 Kukumbukira masautso anga ndi kusowa pokhala, zili ngati zowawa ndi ndulu.
ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ୱରୂପ।
20 Ine ndikuzikumbukira bwino izi, ndipo moyo wanga wathedwa mʼkati mwanga.
ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି।
21 Komabe ndimakumbukira zimenezi, nʼchifukwa chake ndili ndi chiyembekezo.
ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି।
22 Ife sitinawonongekeretu chifukwa chikondi cha Yehova ndi chachikulu, ndi chifundo chake ndi chosatha.
ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।
23 Zimaoneka zatsopano mmawa uliwonse; kukhulupirika kwanu nʼkwakukulu.
ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।
24 Mu mtima mwanga ndimati, “Yehova ndiye zanga zonse; motero ndimamuyembekezera.”
ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।”
25 Yehova ndi wabwino kwa amene amayembekezera Iye, kwa munthu amene amafunafuna Iyeyo;
ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।
26 nʼkwabwino kudikira chipulumutso cha Yehova modekha.
ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।
27 Nʼkwabwino kuti munthu asenze goli pamene ali wamngʼono.
ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ।
28 Akhale chete pa yekha, chifukwa Yehova wamusenzetsa golilo.
ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି।
29 Abise nkhope yake mʼfumbi mwina chiyembekezo nʼkukhalapobe.
ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ।
30 Apereke tsaya lake kwa iye amene angamumenye, ndipo amuchititse manyazi.
ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ।
31 Chifukwa Ambuye satayiratu anthu nthawi zonse.
କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ।
32 Ngakhale amabweretsa zowawa, Iye adzawachitira chifundo, chifukwa chikondi chake ndi chosatha.
କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।
33 Pakuti sabweretsa masautso mwadala, kapena zowawa kwa ana a anthu.
କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ୱେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ।
34 Kuphwanya ndi phazi a mʼndende onse a mʼdziko,
ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର,
35 kukaniza munthu ufulu wake pamaso pa Wammwambamwamba,
ସର୍ବୋପରିସ୍ଥଙ୍କ ସମ୍ମୁଖରେ ମନୁଷ୍ୟର ସତ୍ତ୍ୱ ଅନ୍ୟଥା ହେବାର,
36 kumana munthu chiweruzo cholungama— kodi Ambuye saona zonsezi?
ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ।
37 Kodi ndani angayankhule zinthu nʼkuchitika ngati Ambuye sanavomereze?
ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି?
38 Kodi zovuta ndi zabwino sizituluka mʼkamwa mwa Wammwambamwamba?
ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ?
39 Kodi nʼchifukwa chiyani munthu aliyense wamoyo amadandaula akalangidwa chifukwa cha machimo ake?
ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ?
40 Tiyeni tisanthule ndi kuyesa njira zathu, ndipo tiyeni tibwerere kwa Yehova.
ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।
41 Tiyeni tikweze mitima yathu ndi manja athu kwa Mulungu kumwamba ndipo tinene kuti:
ଆମ୍ଭେମାନେ ସ୍ୱର୍ଗ ନିବାସୀ ପରମେଶ୍ୱରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ।
42 “Ife tachimwa ndi kuwukira ndipo inu simunakhululuke.
“ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।
43 “Mwadzikuta ndi mkwiyo ndi kutilondola ndipo mwatitha mopanda chifundo.
ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ।
44 Mwadzikuta mu mtambo kotero mapemphero athu sakukufikani.
ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।
45 Mwatisandutsa zinyatsi ndi zinyalala pakati pa mitundu ya anthu.
ତୁମ୍ଭେ ଗୋଷ୍ଠୀଗଣ ମଧ୍ୟରେ ଆମ୍ଭମାନଙ୍କୁ ଝଟା ଅଳିଆ ଓ ଅଗ୍ରାହ୍ୟ ବସ୍ତୁ ତୁଲ୍ୟ କରିଅଛ।
46 “Adani anthu atitsekulira pakamwa.
ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି।
47 Ife tadzazidwa ndi mantha pakuti tagwa mʼdzenje, tapasuka ndi kuwonongedwa.”
ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି।
48 Misozi mʼmaso mwanga ikungoti mbwembwembwe chifukwa anthu anga akuwonongedwa.
ମୋʼ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି।
49 Misozi idzatsika kosalekeza, ndipo sidzasiya,
ଯେପର୍ଯ୍ୟନ୍ତ ସଦାପ୍ରଭୁ ସ୍ୱର୍ଗରୁ ଅନାଇ ନ ଦେଖନ୍ତି,
50 mpaka Yehova ayangʼane pansi kuchokera kumwamba ndi kuona.
ସେଯାଏ, ମୋର ଚକ୍ଷୁ ଅବିଶ୍ରାନ୍ତ ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ।
51 Mtima wanga ukupweteka poona zimenezi chifukwa cha akazi onse a mu mzinda.
ମୋʼ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋʼ ପ୍ରାଣକୁ ଦୁଃଖ ଆଣେ।
52 Akundisaka ngati mbalame, amene anali adani anga, popanda chifukwa.
ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି।
53 Ayesa kundipha pondiponya mʼdzenje ndi kundiponya miyala;
ସେମାନେ ଗର୍ତ୍ତରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି।
54 madzi anamiza mutu wanga ndipo ndinkaganiza kuti imfa yayandikira.
ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି।
55 Ndinayitana dzina lanu Inu Yehova, kuchokera mʼdzenje lozama.
ହେ ସଦାପ୍ରଭୁ, ମୁଁ ଗଭୀରତମ କୂପ ମଧ୍ୟରୁ ତୁମ୍ଭ ନାମରେ ପ୍ରାର୍ଥନା କଲି।
56 Inu munamva kudandaula kwanga. “Mundimvere kulira kwanga kopempha thandizo.”
ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ।
57 Munafika pafupi pamene ndinakuyitanani, ndipo munati, “Usaope.”
ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ; ତୁମ୍ଭେ କହିଲ, ଭୟ କର ନାହିଁ।
58 Inu Ambuye munandiwombola ku mlandu wanga; munapulumutsa moyo wanga.
ହେ ପ୍ରଭୁ, ତୁମ୍ଭେ ମୋʼ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ।
59 Yehova, mwaona zoyipa zimene andichitira. Mundiweruzire ndinu!
ହେ ସଦାପ୍ରଭୁ, ମୋʼ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର।
60 Mwaona kuzama kwa kubwezera kwawo, chiwembu chawo chonse pa ine.
ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ।
61 Inu Yehova mwamva kunyoza kwawo, chiwembu chawo chonse pa ine,
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଶୁଣିଅଛ;
62 manongʼonongʼo a adani anga ondiwukira ine tsiku lonse.
ମୋʼ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋʼ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ।
63 Tawaonani! Kaya ali pansi kapena kuyimirira, akundinyoza mu nyimbo zawo.
ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ୱରୂପ ହୋଇଅଛି।
64 Inu Yehova, muwabwezere chowayenera, chifukwa cha zimene manja awo achita.
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ।
65 Phimbani mitima yawo, ndipo matemberero anu akhale pa iwo!
ତୁମ୍ଭେ ସେମାନଙ୍କୁ ଚିତ୍ତର କଠିନତା, ତୁମ୍ଭର ଅଭିଶାପ ଦେବ।
66 Muwalondole mwaukali ndipo muwawonongeretu pa dziko lapansi.
ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ଡଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ।”

< Maliro 3 >