< Levitiko 23 >

1 Yehova anawuza Mose kuti,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “Yankhula ndi Aisraeli ndipo uwawuze kuti, ‘Awa ndi masiku anga osankhika a chikondwerero, masiku osankhika olemekeza Yehova amene uyenera kulengeza kuti akhale masiku opatulika a misonkhano.
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେଉଁ ସକଳ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେହି ସକଳ ପର୍ବ ଏହି।
3 “‘Pa masiku asanu ndi limodzi muzigwira ntchito, koma tsiku lachisanu ndi chiwiri ndi Sabata lopuma, tsiku la msonkhano wopatulika. Kulikonse kumene inu mukukhala musamagwire ntchito iliyonse tsiku limeneli popeza ndi tsiku la Sabata la Yehova.
ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହା ବିଶ୍ରାମ, ଅର୍ଥାତ୍‍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।
4 “‘Awa ndiwo masiku osankhidwa a zikondwerero za Yehova, masiku woyera a misonkhano amene muti mudzalengeze pa nthawi yake:
ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍‍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି।
5 Chikondwerero cha Paska chiziyamba madzulo a tsiku la 14 la mwezi woyamba.
ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।
6 Tsiku la 15 la mwezi womwewo ndi tsiku lolemekeza Yehova ndipo muziyamba Chikondwerero cha Buledi Wopanda Yisiti. Muzidya buledi wopanda yisiti kwa masiku asanu ndi awiri.
ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
7 Pa tsiku loyamba muzichita msonkhano wopatulika. Musamagwire ntchito iliyonse.
ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
8 Pa masiku asanu ndi awiri muzipereka nsembe yopsereza kwa Yehova. Ndipo tsiku lachisanu ndi chiwiri muzikhala ndi msonkhano wopatulika ndipo musamagwire ntchito yolemetsa.’”
ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।”
9 Yehova anawuza Mose kuti,
ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
10 “Yankhula ndi Aisraeli ndipo uwawuze kuti, ‘Mukakalowa mʼdziko limene ndikukupatsanilo ndi kukolola za mʼminda mwanu, mudzabwere kwa wansembe ndi mtolo wa tirigu woyambirira kucha wa mʼminda mwanu.
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।
11 Wansembeyo auweyule mtolowo pamaso pa Yehova kotero mtolowo udzalandiridwa mʼmalo mwanu. Wansembe auweyule tsiku lotsatana ndi la Sabata.
ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ।
12 Pa tsiku limene muweyula mtolowo, muperekenso mwana wankhosa wa mwamuna wa chaka chimodzi, wopanda chilema kuti akhale nsembe yopsereza ya kwa Yehova.
ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ।
13 Chopereka chachakudya chake chikhale cha makilogalamu awiri a ufa wosalala wosakaniza ndi mafuta kuti chikhale nsembe yopsereza yopereka kwa Yehova, ya fungo lokoma. Ndipo chopereka cha chakumwa chake chikhale vinyo wa malita anayi ndi theka.
ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍‍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ-ନୈବେଦ୍ୟ ହେବ।
14 Musadye buledi aliyense kapena tirigu wokazinga, kapena wamuwisi mpaka tsiku limene mwabwera ndi chopereka ichi kwa Mulungu wanu. Limeneli ndi lamulo lamuyaya pa mibado yanu yonse, kulikonse kumene mukakhale.
ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜା ଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
15 “‘Kuyambira tsiku lotsatana ndi la Sabata lija, tsiku limene munabwera ndi mtolo wa nsembe yoweyula, muziwerenga masabata asanu ndi awiri athunthu.
ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।
16 Ndiye kuti muwerenge masiku makumi asanu kuchokera pa tsiku lotsatana ndi Sabata la chisanu ndi chiwiri, ndipo kenaka mupereke nsembe ya tirigu watsopano kwa Yehova.
ଏହିରୂପେ ସପ୍ତମ ବିଶ୍ରାମବାରର ପରଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ।
17 Kuchokera kulikonse kumene mukukhala, mubwere pamaso pa Yehova ndi buledi muwiri wa ufa wosalala wa makilogalamu awiri, ophikidwa ndi yisiti kuti akhale nsembe yoweyula ya zakudya zoyamba kucha.
ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।
18 Pamodzi ndi bulediyu muperekenso ana ankhosa aamuna asanu ndi awiri, aliyense akhale wa chaka chimodzi ndi wopanda chilema. Pakhalenso ngʼombe yayingʼono yayimuna ndi nkhosa zazimuna ziwiri. Zimenezi zidzakhala nsembe zopsereza zopereka kwa Yehova pamodzi ndi nsembe za zakudya ndi nsembe za zakumwa. Zonsezi zikhale nsembe zopsereza za fungo lokomera Yehova.
ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
19 Kenaka mupereke mbuzi imodzi yayimuna kuti ikhale nsembe yopepesera machimo ndiponso ana ankhosa awiri, aliyense wa chaka chimodzi kuti akhale nsembe yachiyanjano.
ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ।
20 Wansembe aweyule ana ankhosa awiriwo pamaso pa Yehova monga nsembe yoweyula, pamodzi ndi buledi wa tirigu woyambirira kucha. Zimenezi ndi zopereka zopatulika za Yehova zopatsidwa kwa ansembe.
ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହାସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
21 Pa tsiku lomwelo mulengeze za msonkhano wopatulika ndipo musagwire ntchito zolemetsa. Limeneli ndi lamulo lamuyaya pa mibado yanu yonse, kulikonse kumene mukakhale.
ଆଉ, ତୁମ୍ଭେମାନେ ସେହି ଦିନ (ସଭାର) ଘୋଷଣା କରିବ; ତହିଁରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
22 “‘Pamene mukukolola zinthu mʼmunda mwanu, musakolole munda wanu mpaka mʼmalire mwenimweni, ndipo musatole khunkha lake. Zimenezo musiyire anthu osauka ndi alendo. Ine ndine Yehova Mulungu wanu.’”
ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
23 Yehova anawuza Mose kuti,
ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
24 “Uza Aisraeli kuti, ‘Tsiku loyamba la mwezi wachisanu ndi chiwiri, likhale tsiku lopumula, la msonkhano wopatulika, mulilengeze poyimba lipenga.
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହା ବିଶ୍ରାମ, ଅର୍ଥାତ୍‍, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ।
25 Musagwire ntchito zolemetsa koma mupereke nsembe yopsereza kwa Yehova.’”
ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।’”
26 Yehova anawuza Mose kuti,
ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ,
27 “Tsiku lakhumi la mwezi wachisanu ndi chiwiri ndi tsiku lochita Mwambo Wopepesera Machimo. Muzichita msonkhano wopatulika. Muzidzichepetsa pamaso pa Yehova ndi kupereka nsembe zopsereza kwa Yehova.
“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।
28 Tsiku limeneli musamagwire ntchito chifukwa ndi tsiku la Mwambo Wopepesera Machimo, kupepesera machimo anu pamaso pa Yehova Mulungu wanu.
ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ତାହା ପ୍ରାୟଶ୍ଚିତ୍ତର ଦିନ ହେବ।
29 Munthu aliyense amene sasala zakudya pa tsiku limeneli ayenera kuchotsedwa pakati pa anthu a mtundu wake.
ସେହି ଦିନରେ ଯେକେହି ଆପଣା ପ୍ରାଣକୁ କ୍ଲେଶ ଦେବ ନାହିଁ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
30 Aliyense wogwira ntchito tsiku limeneli ndidzamuwononga pakati pa anthu a mtundu wake.
ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକୁ ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା।
31 Inu musadzagwire ntchito iliyonse. Limeneli ndi lamulo lamuyaya pa mibado yanu yonse, kulikonse kumene mukakhale.
ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
32 Limeneli kwa inu ndi tsiku la Sabata lopumula, ndipo muyenera kusala zakudya. Kuyambira madzulo a tsiku lachisanu ndi chinayi la mwezi mpaka madzulo ena otsatirawo muzisunga tsikulo ngati Sabata lanu.”
ସେହି ଦିନ ତୁମ୍ଭମାନଙ୍କର ମହା ବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟାକାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”
33 Yehova anawuza Mose kuti,
ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
34 “Uwawuze Aisraeli kuti pa masiku asanu ndi awiri kuyambira pa tsiku la 15 la mwezi wachisanu ndi chiwiri pazikhala Chikondwerero cha Misasa cholemekeza Yehova.
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।
35 Tsiku loyamba ndi la msonkhano wopatulika, musagwire ntchito zolemetsa.
ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
36 Pa masiku asanu ndi awiri muzipereka nsembe zopsereza kwa Yehova. Ndipo pa tsiku lachisanu ndi chitatu muzikhala ndi msonkhano wopatulika ndipo muzipereka nsembe yopsereza kwa Yehova. Kumeneku ndi kutsekera kwa msonkhano waukulu. Musagwire ntchito zolemetsa.
ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ।
37 (“‘Amenewa ndi masiku osankhika a chikondwerero cha Yehova, amene muziwalengeza kuti ndi nthawi ya msonkhano wopatulika. Masiku amenewa muzipereka nsembe zopsereza, nsembe za chakudya, nsembe zanyama ndi zopereka zachakumwa za tsiku ndi tsiku.
ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର, ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ବଳି ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ।
38 Zopereka zimenezi ndi zowonjezera pa zopereka za Yehova za pa Sabata, zopereka zanu zolumbira ndiponso mphatso zanu zaufulu zopereka kwa Yehova.)
ନିୟମିତ ଭାବରେ ସାପ୍ତାହିକ ବିଶ୍ରାମବାର ପାଳନ କରିବା ବ୍ୟତୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦେଉଥିବା ତୁମ୍ଭମାନଙ୍କର ସକଳ ଦାନ, ସକଳ ମାନତ ଓ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସକଳ ବ୍ୟତୀତ ନିରୂପିତ ପର୍ବମାନଙ୍କରେ ଉତ୍ସର୍ଗ କରିବ।
39 “‘Choncho kuyambira pa tsiku la 15 la mwezi wachisanu ndi chiwiri, mutakolola zinthu mʼmunda mwanu, muchite chikondwerero cha Yehova kwa masiku asanu ndi awiri. Tsiku loyamba ndi tsiku lopumula, ndipo tsiku lachisanu ndi chitatu ndi lopumulanso.
ଆହୁରି, ଭୂମିରୁ ଉତ୍ପନ୍ନ ଫଳ ସଂଗ୍ରହ କଲା ଉତ୍ତାରେ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅବଶ୍ୟ ପର୍ବ ପାଳନ କରିବ; ପ୍ରଥମ ଦିନ ମହା ବିଶ୍ରାମ ହେବ ଓ ଅଷ୍ଟମ ଦିନ ମହା ବିଶ୍ରାମ ହେବ।
40 Pa tsiku loyamba muzitenga zipatso zabwino kwambiri zothyola mʼmitengo, nthambi za kanjedza, nthambi zazikulu za mitengo ya masamba ambiri, ndi za misondozi yakumtsinje, ndipo muzikondwera pamaso pa Yehova Mulungu wanu kwa masiku asanu ndi awiri.
ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ।
41 Chaka chilichonse muzichita chikondwerero cha Yehova kwa masiku asanu ndi awiri. Limeneli ndi lamulo lamuyaya pa mibado yanu yonse. Muzichita chikondwerero chimenechi mwezi wachisanu ndi chiwiri.
ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।
42 Muzikhala mʼmisasa masiku asanu ndi awiri. Onse amene ali mbadwa mʼdziko la Israeli azikhala mʼmisasa
ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ।
43 kuti zidzukulu zanu zidzadziwe kuti ndine amene ndinakhazika Aisraeli mʼmisasa nditawatulutsa ku Igupto. Ine ndine Yehova Mulungu wanu.’”
ତହିଁରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟତ ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
44 Choncho Mose analengeza kwa Aisraeli masiku osankhika a zikondwerero za Yehova.
ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କର ସମସ୍ତ ସ୍ଥାପିତ ପର୍ବର କଥା କହିଲେ।

< Levitiko 23 >