< Levitiko 4 >

1 Yehova anayankhula ndi Mose kuti,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “Awuze Aisraeli kuti, ‘Munthu akachimwa mosadziwa ndi kuchita chilichonse chimene Yehova walamula kuti asachite, azichita izi:
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;
3 “‘Ngati wansembe wodzozedwa achimwa, ndi kuchimwitsa anthu onse, iyeyu ayenera kupereka mwana wangʼombe wamphongo wopanda chilema chifukwa cha tchimo limene wachitalo. Imeneyi ndi nsembe ya Yehova yopepesera tchimo lake.
ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।
4 Wansembeyo abwere nayo ngʼombeyo pa khomo la tenti ya msonkhano pamaso pa Yehova. Asanjike dzanja lake pamutu pa ngʼombeyo ndipo ayiphe pamaso pa Yehova.
ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ।
5 Kenaka wansembe wodzozedwa atengeko magazi a ngʼombeyo ndi kulowa nawo mu tenti ya msonkhano.
ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।
6 Iye aviyike chala chake mʼmagazi, ndipo awawaze kasanu ndi kawiri pamaso pa Yehova, patsogolo pa katani yotchinga malo wopatulika.
ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
7 Kenaka wansembe apake magaziwo pa nyanga za guwa lofukizira lubani limene lili pamaso pa Yehova mu tenti ya msonkhano. Magazi ena otsalawo awathire pa tsinde pa guwa lansembe zopsereza, limene lili pa khomo la tenti ya msonkhano.
ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।
8 Pambuyo pake achotse mafuta onse a ngʼombe yayimuna yopepesera machimoyo: mafuta okuta zamʼkati kapena mafuta onse amʼkatimo.
ଆଉ, ପାପାର୍ଥକ ବଳିରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
9 Achotsenso ndi kubwera ndi impsyo zonse ziwiri pamodzi ndi mafuta onse ndiponso mafuta onse amene aphimba chiwindi ndi impsyo
ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
10 monga momwe amachotsera mafuta a ngʼombe yoperekedwa kuti ikhale chopereka chachiyanjano. Tsono wansembe atenthe zimenezi pa guwa lansembe zopsereza.
ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ।
11 Koma chikopa cha ngʼombe yayimunayo ndi mnofu wake wonse, pamodzi ndi mutu ndi miyendo, zamʼkati ndi matumbo,
ଆଉ, ସେହି ଗୋବତ୍ସର ଚର୍ମ, ସମସ୍ତ ମାଂସ, ମସ୍ତକ, ପାଦ, ଅନ୍ତ ଓ ଗୋମୟ,
12 kapena kuti ngʼombe yonse yotsalayo apite nayo kunja kwa msasa ku malo woyeretsedwa, kumene amatayako phulusa ndi kuyitentha pa nkhuni, pa phulusapo.
ସର୍ବସମେତ ଗୋବତ୍ସକୁ ନେଇ ଛାଉଣି ବାହାରେ ଶୁଚି ସ୍ଥାନରେ, ଅର୍ଥାତ୍‍, ଭସ୍ମ ନିକ୍ଷେପ ସ୍ଥାନକୁ ଆଣି କାଷ୍ଠ ଉପରେ ଅଗ୍ନିରେ ଦଗ୍ଧ କରିବ; ଭସ୍ମ ନିକ୍ଷେପ ସ୍ଥାନରେ ତାହା ଦଗ୍ଧ କରିବାକୁ ହେବ।
13 “‘Ngati gulu lonse la Aisraeli lichimwa mosadziwa, nachita chomwe ndi choletsedwa ndi Yehova, ngakhale kuti gulu lonselo silikudziwa kuti lachimwa, anthuwo ndi olakwa ndithu.
ଆଉ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଯଦି ଭୁଲବଶତଃ ପାପ କରନ୍ତି ଓ ତାହା ସମାଜର ଦୃଷ୍ଟିରେ ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯଦି କୌଣସି କର୍ମ କରି ଦୋଷୀ ହୁଅନ୍ତି;
14 Akazindikira tchimo limene achita, gulu lonse lipereke mwana wangʼombe wamphongo kuti akhale chopereka chopepesera tchimo ndipo abwere naye pa khomo la tenti ya msonkhano.
ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ।
15 Akuluakulu a anthuwo asanjike manja awo pa mutu pa ngʼombe pamaso pa Yehova, ndipo ayiphe pomwepo pamaso pa Yehova.
ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ।
16 Tsono wansembe wodzozedwa atengeko magazi a ngʼombeyo ndi kulowa nawo mu tenti ya msonkhano.
ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।
17 Aviyike chala chake mʼmagaziwo ndi kuwawaza pamaso pa Yehova kasanu ndi kawiri patsogolo pa nsalu yotchinga.
ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
18 Pambuyo pake iye apake magaziwo pa nyanga za guwa limene lili pamaso pa Yehova mu tenti ya msonkhano. Magazi ena otsalawo awathire pa tsinde pa guwa lansembe zopsereza limene lili pa khomo la tenti ya msonkhano.
ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।
19 Kenaka achotse mafuta onse a ngʼombeyo ndi kuwatentha pa guwa,
ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ।
20 ndipo achite ndi ngʼombe yayimunayi monga anachitira ndi ngʼombe yayimuna yopepesera machimo. Potero, wansembe adzapereka nsembe yopepesera anthu, ndipo machimo awo adzakhululukidwa.
ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ।
21 Kenaka atulutse ngʼombeyo kunja kwa msasa ndi kuyitentha monga anatenthera ngʼombe yoyamba ija. Imeneyi ndiyo nsembe yopepesera machimo a gulu lonse.
ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ।
22 “‘Ngati mtsogoleri achimwa mosadziwa nachita zimene ndi zoletsedwa ndi Yehova Mulungu wake, ndiye kuti wapalamula.
ଆଉ, ଯଦି କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭୁଲବଶତଃ କରି ଦୋଷୀ ହୁଏ;
23 Ndipo ngati wauzidwa za tchimo limene wachita, iye abwere ndi mbuzi yayimuna yopanda chilema kuti ikhale chopereka chake.
ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂ ଛାଗ ଉପହାର ଆଣିବ।
24 Asanjike dzanja lake pa mutu wa mbuziyo ndi kuyiphera pamalo pamene amaphera zopereka zopsereza pamaso pa Yehova. Ichi ndi chopereka chopepesera tchimo.
ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ।
25 Pambuyo pake wansembe atengeko magazi a chopereka chopepesera tchimocho ndi chala chake, ndipo awapake pa nyanga za guwa lansembe zopsereza. Athire magazi otsalawo pa tsinde la guwalo.
ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
26 Wansembeyo atenthe mafuta onse pa guwapo monga amatenthera chopereka chachiyanjano. Pochita zimenezi, wansembe adzapereka nsembe yopepesera tchimo la munthuyo, ndipo adzakhululukidwa.
ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
27 “‘Ngati munthu wamba achimwa mosadziwa nachita zimene ndi zoletsedwa ndi Yehova, ndiye kuti wapalamula.
ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭୁଲବଶତଃ ପାପ କରି ଦୋଷୀ ହୁଏ
28 Ndipo ngati wauzidwa za tchimo limene wachita, abweretse mbuzi yayikazi yopanda chilema kuti ikhale chopereka chopepesera tchimo.
ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ।
29 Asanjike dzanja lake pamutu pa mbuziyo ndipo ayiphe pamalo pamene amaphera chopereka chopsereza.
ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ।
30 Ndipo wansembe atenge magazi ndi chala chake ndi kuwapaka pa nyanga za guwa lansembe zopsereza ndi kuthira magazi wotsalawo pa tsinde la guwalo.
ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
31 Kenaka iye achotse mafuta onse monga momwe anachotsera mafuta a chopereka chachiyanjano, ndipo awatenthe pa guwa kuti akhale fungo lokomera Yehova. Potero, wansembe adzapereka nsembe yopepesera tchimo la munthuyo ndipo adzakhululukidwa.
ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
32 “‘Ngati munthu apereka mwana wankhosa ngati chopereka chopepesera tchimo lake, abwere ndi mwana wankhosa wamkazi wopanda chilema.
ମାତ୍ର ଯଦି ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ।
33 Asanjike dzanja lake pa mutu wa mwana wankhosayo ndipo amuphe pamalo pamene amaphera chopereka chopsereza.
ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ।
34 Kenaka wansembe atengeko ndi chala chake magazi a mwana wankhosa uja ndi kuwapaka pa nyanga za guwa lansembe zopsereza. Magazi otsalawo athire pa tsinde la guwalo.
ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
35 Iye achotse mafuta onse, monga amachotsera mafuta a mwana wankhosa wa chopereka chachiyanjano, ndipo wansembe awatenthe pa guwa pamodzi ndi zopereka zina zopsereza za Yehova. Potero, wansembe adzapereka nsembe yopepesera tchimo limene munthuyo anachita ndipo adzakhululukidwa.
ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

< Levitiko 4 >