< Nehemiya 10 >

1 Amene anasindikiza chidindo anali awa: Nehemiya, bwanamkubwa uja, mwana wa Hakaliya. Zedekiya,
ମୋହରାଙ୍କନକାରୀମାନଙ୍କ ନାମ ଏହି, ଯଥା, ହଖଲୀୟର ପୁତ୍ର ନିହିମୀୟା ଶାସନକର୍ତ୍ତା ଓ ସିଦିକୀୟ;
2 Seraya, Azariya, Yeremiya
ସରାୟ, ଅସରୀୟ, ଯିରିମୀୟ;
3 Pasuri, Amariya, Malikiya,
ପଶ୍‍ହୂର, ଅମରୀୟ, ମଲ୍‍କୀୟ;
4 Hatusi, Sebaniya, Maluki,
ହଟୂଶ୍‍, ଶବନୀୟ, ମଲ୍ଲୂକ;
5 Harimu, Meremoti, Obadiya,
ହାରୀମ୍‍, ମରେମୋତ୍‍, ଓବଦୀୟ;
6 Danieli, Ginetoni, Baruki,
ଦାନିୟେଲ, ଗିନ୍ନଥୋନ, ବାରୂକ;
7 Mesulamu, Abiya, Miyamini
ମଶୁଲ୍ଲମ୍‍, ଅବୀୟ, ମିୟାମୀନ୍‍।
8 Maziya, Biligai ndi Semaya Awa anali ansembe.
ମାସିୟ, ବିଲ୍‍ଗୟ, ଶମୟୀୟ; ଏମାନେ ଯାଜକ ଥିଲେ।
9 Alevi anali awa: Yesuwa mwana wa Azaniya, Binuyi wa fuko la Henadadi, Kadimieli,
ଆଉ, ଲେବୀୟଗଣ, ଯଥା, ଅସନିୟର ପୁତ୍ର ଯେଶୂୟ; ହେନାଦଦର ସନ୍ତାନଗଣ ମଧ୍ୟରୁ ବିନ୍ନୁୟି ଓ କଦ୍‍ମୀୟେଲ।
10 ndi abale awo awa: Sebaniya, Hodiya, Kelita, Pelaya, Hanani,
ପୁଣି, ସେମାନଙ୍କର ଭ୍ରାତୃଗଣ, ଶବନୀୟ, ହୋଦୀୟ, କଲିଟ, ପଲାୟ, ହାନନ୍‍;
11 Mika, Rehobu, Hasabiya,
ମୀକା, ରହୋବ, ହଶବୀୟ;
12 Zakuri, Serebiya, Sebaniya,
ସକ୍କୁର, ଶେରେବୀୟ, ଶବନୀୟ;
13 Hodiya, Bani ndi Beninu.
ହୋଦୀୟ, ବାନି, ବନୀନୁ।
14 Atsogoleri a anthu anali awa: Parosi, Pahati-Mowabu, Elamu, Zatu, Bani,
ଲୋକମାନଙ୍କର ପ୍ରଧାନବର୍ଗ, ଯଥା, ପରିୟୋଶ, ପହତ୍‍-ମୋୟାବ, ଏଲମ୍‍; ସତ୍ତୂ, ବାନି;
15 Buni, Azigadi, Bebai,
ବୁନ୍ନି, ଅସ୍ଗଦ, ବେବୟ;
16 Adoniya, Bigivai, Adini,
ଅଦୋନୀୟ, ବିଗ୍‍ବୟ, ଆଦୀନ;
17 Ateri, Hezekiya, Azuri,
ଆଟେର, ହିଜକୀୟ, ଅସୂର;
18 Hodiya, Hasumu, Bezayi
ହୋଦୀୟ, ହଶୂମ, ବେତ୍ସୟ,
19 Harifu, Anatoti, Nebayi,
ହାରୀଫ, ଅନାଥୋତ୍‍, ନୋବୟ;
20 Magipiyasi, Mesulamu, Heziri
ମଗ୍‍ପୀୟସ୍‍, ମଶୁଲ୍ଲମ୍‍, ହେଷୀର;
21 Mesezabeli, Zadoki, Yaduwa
ମଶେଷବେଲ୍‍, ସାଦୋକ, ଯଦ୍ଦୁୟ;
22 Pelatiya, Hanani, Ananiya,
ପ୍ଲଟୀୟ, ହାନନ୍‍, ଅନାୟ;
23 Hoseya, Hananiya, Hasubu
ହୋଶେୟ, ହନାନୀୟ, ହଶୂବ;
24 Halohesi, Piliha, Sobeki,
ହଲୋହେଶ, ପିଲହ, ଶୋବେକ;
25 Rehumu, Hasabiya, Maaseya,
ରହୂମ୍‍, ହଶବ୍‍ନା, ମାସେୟ,
26 Ahiya, Hanani, Anani,
ପୁଣି, ଅହୀୟ, ହାନନ୍‍, ଅନାନ୍‍;
27 Maluki, Harimu ndi Baana.
ମଲ୍ଲୂକ, ହାରୀମ୍‍, ବାନା।
28 Ife otsalafe, ndiye kuti ansembe, Alevi, alonda a ku Nyumba ya Mulungu, oyimba nyimbo, ogwira ntchito ku Nyumba ya Mulungu, onse amene anadzipatula pakati pa anthu a mitundu ina kuti atsate malamulo a Yehova, pamodzi ndi akazi athu, ana athu ndi onse amene ali ndi nzeru,
ପୁଣି, ଲୋକମାନଙ୍କର ଅବଶିଷ୍ଟାଂଶ, ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ, ନଥୀନୀୟମାନେ ଓ ଯେସମସ୍ତ ଲୋକ ନାନା ଦେଶସ୍ଥ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କରି ପରମେଶ୍ୱରଙ୍କ ବ୍ୟବସ୍ଥାର ପକ୍ଷ ହୋଇଥିଲେ, ସେମାନେ, ସେମାନଙ୍କର ଭାର୍ଯ୍ୟାଗଣ, ସେମାନଙ୍କର ପୁତ୍ରଗଣ ଓ ସେମାନଙ୍କର କନ୍ୟାଗଣ, ପ୍ରତ୍ୟେକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ;
29 tikuphatikana ndi abale athu wolemekezeka, ndipo tikulonjeza molumbira kuti tidzayenda motsata malamulo a Mulungu amene anapereka kudzera mwa Mose mtumiki wa Mulungu. Tilonjeza kumvera ndi kutsata bwino mawu onse, miyambo yonse ndi malangizo onse a Yehova. Yehova atilange ngati sitidzachita zimenezi.
ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗ-ପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;
30 “Ife tikulonjeza kuti sitidzapereka ana athu aakazi kuti akwatiwe ndi amuna a mayiko ena kapena kutenga ana awo aakazi kuti akwatiwe ndi ana athu aamuna.
ଆଉ କହିଲେ, “ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ, କିଅବା ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ;”
31 “Ngati anthu a mitundu ina abwera ndi zinthu za malonda, monga tirigu, kudzagulitsa pa tsiku la Sabata, sitidzawagula pa tsiku la Sabata kapena pa tsiku lina lililonse loyera. Pa chaka chilichonse cha chisanu ndi chiwiri tidzagoneka munda wosawulima ndipo tidzafafaniza ngongole zonse.
ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।
32 “Tikulonjezanso molumbira kuti chaka ndi chaka tizipereka magalamu anayi a siliva kuti zithandize ntchito ya ku Nyumba ya Mulungu wathu.
ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,
33 Ndalamayi izithandiza kulipirira buledi wa pa tebulo, chopereka cha chakudya cha nthawi zonse, zopereka zopsereza za nthawi zonse, zopereka za pa tsiku la Sabata, za pachikondwerero cha Mwezi Watsopano, za pa masiku a chikondwerero osankhika, zopereka za zinthu zopatulika, zopereka za nsembe yopepesera machimo a Aisraeli ndi ntchito ina iliyonse ya ku Nyumba ya Mulungu.
ଅର୍ଥାତ୍‍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।
34 “Ife ansembe, Alevi ndi anthu onse, tachita maere kuti tidziwe pamene banja lathu lililonse lidzabweretsa ku nyumba ya Mulungu wathu pa nthawi yoyikika ya chaka zopereka za nkhuni zoyaka pa guwa lansembe la Yehova Mulungu wathu, monga momwe zinalembedwera mʼMalamulo.”
ପୁଣି, ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଜ୍ୱଳାଇବା ସକାଶେ ଆମ୍ଭମାନଙ୍କ ପିତୃବଂଶାନୁସାରେ ବର୍ଷକୁ ବର୍ଷ ନିରୂପିତ ସମୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ କାଷ୍ଠ ଆଣିବା ନିମନ୍ତେ ଆମ୍ଭେମାନେ, ଅର୍ଥାତ୍‍ ଯାଜକମାନେ, ଲେବୀୟମାନେ ଓ ଲୋକମାନେ କାଷ୍ଠଦାନ ବିଷୟରେ ଗୁଲିବାଣ୍ଟ କଲୁ।
35 “Tilonjezanso kuti tidzabwera ndi zipatso zoyamba kucha za mʼminda yathu ndi zipatso zoyamba kucha za mtengo uliwonse wa zipatso chaka ndi chaka kuti tidzapereke ku Nyumba ya Mulungu wathu.”
ଆହୁରି, ଆମ୍ଭମାନଙ୍କ ଭୂମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ,
36 “Tidzabweranso nawo ku Nyumba ya Mulungu, kwa ansembe amene amatumikira ku Nyumba ya Mulungu ana athu aamuna oyamba kubadwa ndi ana angʼombe oyamba kubadwa monga zalembedwera mu Malamulo. Tidzaperekanso ana oyamba kubadwa a ziweto zathu ndi ana ankhosa oyamba kubadwa.”
ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ,
37 “Ndiponso ku zipinda za Nyumba ya Mulungu wathu, kwa ansembe tidzaperekanso mtanda wathu wa buledi wa ufa ndi mphatso zina monga zipatso za mtengo uliwonse, vinyo ndi mafuta. Tidzaperekanso kwa alevi chakhumi cha mbewu zathu pakuti alevi ndiwo amasonkhanitsa chakhumi mʼmidzi yathu yonse.
ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।
38 Wansembe, mdzukulu wa Aaroni azikhala pamodzi ndi Alevi pamene akulandira chakhumi. Ndipo Alevi azibwera ndi chakhumicho ku nyumba ya Mulungu wathu, kuzipinda zosungiramo chuma.”
ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।
39 Choncho Israeli, kuphatikiza zidzukulu za Alevi, azipititsa zopereka za tirigu, vinyo ndi mafuta ku zipinda zosungiramo katundu wopatulika, komanso kokhala ansembe amene akutumikira pamodzi ndi alonda a ku Nyumba ya Mulungu ndi anthu oyimba nyimbo. “Kwambiri ife sitidzaleka kusamala Nyumba ya Mulungu.”
କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥାʼନ୍ତି, ସେଠାକୁ ଇସ୍ରାଏଲ-ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।

< Nehemiya 10 >