< Numeri 2 >

1 Yehova anati kwa Mose ndi Aaroni:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
2 “Aisraeli azimanga misasa yawo mozungulira tenti ya msonkhano motalikira pangʼono. Munthu aliyense amange pamene pali mbendera ya fuko lake.”
“ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ୱରୂପ ଧ୍ୱଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ବୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ।
3 Kummawa, kotulukira dzuwa, magulu a msasa wa Yuda amange pamene pali mbendera yawo. Mtsogoleri wa Ayudawo ndi Naasoni mwana wa Aminadabu.
ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍‍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ;
4 Chiwerengero cha gulu lake lankhondo ndi 74,600.
ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ।
5 Fuko la Isakara lidzamanga pafupi ndi Yuda. Mtsogoleri wa gulu la Isakara ndi Netanieli mwana wa Zuwara.
ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର-ସନ୍ତାନଗଣର ଅଧିପତି ହେବ;
6 Chiwerengero cha gulu lake lankhondo ndi 54,400.
ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉବନ ହଜାର ଚାରି ଶହ।
7 Lotsatira lidzakhala fuko la Zebuloni. Mtsogoleri wa gulu la Zebuloni ndi Eliabu mwana wa Heloni.
ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍‍ ସବୂଲୂନ-ସନ୍ତାନଗଣର ଅଧିପତି ହେବ;
8 Chiwerengero cha gulu lake lankhondo ndi 57,400.
ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ସତାବନ ହଜାର ଚାରି ଶହ।
9 Anthu onse aamuna mʼmisasa ya Yuda, chiwerengero chawo ndi 186,400 monga mwa magulu awo. Iwowo ndiwo aziyamba kusamuka.
ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ। ସେମାନେ ପ୍ରଥମେ ଅଗ୍ରସର ହେବେ।
10 Kummwera kudzakhala magulu a msasa wa Rubeni pamene pali mbendera yawo. Mtsogoleri wa gulu la Rubeni ndi Elizuri mwana wa Sedeuri.
ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ୍‍-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍‍-ସନ୍ତାନଗଣର ଅଧିପତି ହେବ;
11 Chiwerengero cha gulu lake lankhondo ndi 46,500.
ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ।
12 Fuko la Simeoni lidzamanga pafupi ndi Rubeni. Mtsogoleri wa gulu la Simeoni ndi Selumieli mwana wa Zurisadai.
ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ;
13 Chiwerengero cha gulu lake lankhondo ndi 59,300.
ତାହାର ଗଣିତ ସୈନ୍ୟ ସଂଖ୍ୟା ଊଣଷଠି ହଜାର ତିନି ଶହ।
14 Lotsatira lidzakhala fuko la Gadi. Mtsogoleri wa gulu la Gadi ndi Eliyasafu mwana wa Deuweli.
ତହୁଁ ଗାଦ୍‍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍-ସନ୍ତାନଗଣର ଅଧିପତି ହେବ;
15 Chiwerengero cha gulu lake lankhondo ndi 45,650.
ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ।
16 Anthu onse aamuna mu msasa wa Rubeni, chiwerengero chawo monga mwa magulu awo, ndi 151,450. Iwowo azikhala achiwiri posamuka.
ରୁବେନ୍‍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।
17 Tsono tenti ya msonkhano ndi msasa wa Alevi zidzakhala pakati pa misasayo. Iwo adzasamuka monga momwe anamangira misasa yawo, aliyense pa malo ake pamene pali mbendera yake.
ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।
18 Kumadzulo kudzakhala magulu a msasa wa Efereimu pamene pali mbendera yawo. Mtsogoleri wa Aefereimuwo ndi Elisama mwana wa Amihudi.
ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ;
19 Chiwerengero cha gulu lake lankhondo ndi 40,500.
ଆଉ ତାହାର ଗଣିତ ସୈନ୍ୟ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ।
20 Fuko la Manase lidzakhala pafupi ndi Efereimu. Mtsogoleri wa Amanase ndi Gamalieli mwana wa Pedazuri.
ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;
21 Chiwerengero cha gulu lake lankhondo ndi 32,200.
ତାହାର ଗଣିତ ସୈନ୍ୟ ସଂଖ୍ୟା ବତିଶ ହଜାର ଦୁଇ ଶହ।
22 Lotsatira lidzakhala fuko la Benjamini. Mtsogoleri wa Abenjamini ndi Abidani mwana wa Gideoni.
ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;
23 Chiwerengero cha gulu lake lankhondo ndi 35,400.
ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ।
24 Anthu onse aamuna mu msasa wa Efereimu, chiwerengero chawo ndi 108,100 monga mwa magulu awo. Iwowo azikhala achitatu posamuka.
ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ।
25 Kumpoto kudzakhala msasa wa magulu a Dani pamene pali mbendera yawo. Mtsogoleri wa Adani ndi Ahiyezeri mwana wa Amisadai.
ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;
26 Chiwerengero cha gulu lake lankhondo ndi 62,700.
ତାହାର ଗଣିତ ସୈନ୍ୟ ସଂଖ୍ୟା ବାଷଠି ହଜାର ସାତ ଶହ।
27 Fuko la Aseri lidzamanga pafupi ndi iwowo. Mtsogoleri wa Aaseri ndi Pagieli mwana wa Okirani.
ତାହା ପାଖରେ ଆଶେର ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ;
28 Chiwerengero cha gulu lake lankhondo ndi 41,500.
ତାହାର ଗଣିତ ସୈନ୍ୟ ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ।
29 Lotsatira lidzakhala fuko la Nafutali. Mtsogoleri wa Anafutali ndi Ahira mwana wa Enani.
ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ଅଧିପତି ହେବ;
30 Chiwerengero cha gulu lake lankhondo ndi 53,400.
ତାହାର ଗଣିତ ସୈନ୍ୟ ସଂଖ୍ୟା ତେପନ ହଜାର ଚାରି ଶହ।
31 Anthu onse aamuna mu msasa wa Dani chiwerengero chawo ndi 157,600. Iwo azidzanyamuka pomaliza, ndi mbendera zawo.
ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।”
32 Amenewa ndi Aisraeli monga mwa mabanja a makolo awo. Chiwerengero cha Aisraeli onse mʼmisasa chinali 603,550, mwa magulu awo.
ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା।
33 Koma Alevi sanawawerenge pamodzi ndi Aisraeli enawo monga momwe Yehova analamulira Mose.
ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।
34 Choncho Aisraeli anachita zonse zomwe Yehova analamulira Mose. Umo ndi momwe amamangira misasa yawo pamene panali mbendera zawo, ndipo ankasamuka monga mwa mafuko a makolo awo.
ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।

< Numeri 2 >