< Numeri 27 >

1 Kenaka ana aakazi a Zelofehadi mwana wa Heferi, mwana wa Giliyadi, mwana wa Makiri, mwana wamwamuna wa Manase, a mʼmabanja a Manase, mwana wa Yosefe anabwera. Mayina a ana aakaziwo anali awa: Mala, Nowa, Hogila, Milika ndi Tiriza. Iwo anakayima
ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।
2 pa chipata cha tenti ya msonkhano pamaso pa Mose, wansembe Eliezara, atsogoleri ndi anthu onse, ndipo anati,
ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,
3 “Abambo athu anafera mʼchipululu koma sanali nawo mʼgulu la anthu otsatira Kora, omwe anasonkhana pamodzi kutsutsana ndi Yehova. Abambo athuwo anafa chifukwa cha tchimo lawo ndipo sanasiye ana aamuna.
“ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।
4 Nʼchifukwa chiyani dzina la abambo athu lasowa pakati pa fuko lawo, kodi popeza analibe mwana wamwamuna? Tipatseni cholowa chathu pakati pa abale a abambo athu.”
ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”
5 Tsono Mose anabweretsa nkhani yawo pamaso pa Yehova
ଏଥିରେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କର ବିଚାର ଉପସ୍ଥିତ କରାଇଲେ।
6 ndipo Yehova anati kwa iye,
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
7 “Zimene ana aakazi a Zelofehadi akunena ndi zoona. Uyenera kuwapatsadi cholowa chawo pakati pa abale a abambo awo ndipo uwapatse cholowa cha abambo awowo.
“ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ ଅଧିକାର ସମର୍ପଣ କରିବ।
8 “Uza Aisraeli kuti, ‘Ngati munthu afa wosasiya mwana wamwamuna, muzipereka cholowa chake kwa mwana wake wamkazi.
ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।
9 Ngati alibe mwana wamkazi, muzipereka cholowa chakecho kwa abale ake.
ଯଦି ତାହାର କନ୍ୟା ନ ଥାଏ, ଯଦି ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ।
10 Ngati alibe abale muzipereka cholowa chake kwa abale a abambo ake.
ପୁଣି, ଯଦି ତାହାର ଭାଇ ନ ଥାଏ, ଯଦି ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ।
11 Ngati abambo ake analibe mʼbale, muzipereka cholowa chakecho kwa mnansi wake wa mʼbanja lake kuti chikhale chake. Ili likhale lamulo kwa Aisraeli, monga momwe Yehova analamulira Mose.’”
ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।’”
12 Kenaka Yehova anati kwa Mose, “Kwera phiri la Abarimu kuti ukaone dziko limene ndalipereka kwa Aisraeli.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।
13 Ukakaliona udzamwalira ngati Aaroni mʼbale wako,
ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ।
14 chifukwa pamene anthu anawukira ku madzi a Meriba mʼchipululu cha Zini, inu nonse simunamvere lamulo londilemekeza Ine ngati Woyera pamaso pawo.” (Awa anali madzi a ku Meriba ku Kadesi mʼchipululu cha Zini).
ଯେହେତୁ ତୁମ୍ଭେମାନେ ସୀନ୍‍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍‍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।)
15 Mose anati kwa Yehova,
ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ,
16 “Ngati nʼkotheka Yehova, Mulungu wa mizimu ya anthu onse, sankhani munthu woti ayangʼanire gulu ili kuti
“ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,
17 alitsogolere potuluka ndi polowa, kuti anthu a Yehova asakhale ngati nkhosa zopanda mʼbusa.”
ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସିପାରିବ, ପୁଣି, ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”
18 Pamenepo Yehova anawuza Mose kuti, “Tenga Yoswa mwana wa Nuni, munthu amene ali ndi mzimu wa utsogoleri, ndipo umusanjike dzanja lako.
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି, ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;
19 Umuyimiritse pamaso pa wansembe Eliezara ndi pamaso pa gulu lonse ndipo umupatse mphamvu zolamulira, anthuwo akuona.
ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।
20 Umupatse gawo lina la ulemerero wako kuti Aisraeli onse azimumvera.
ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର।
21 Ayime pamaso pa wansembe Eliezara, amene adzamudziwitse zimene Yehova akufuna pogwiritsa ntchito Urimu. Iye akalamula, Aisraeli onse azituluka ndipo akalamulanso, Aisraeliwo azibwereranso.”
ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମ୍‍‍ର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”
22 Mose anachita monga Yehova anamulamulira. Anatenga Yoswa ndi kumuyimiritsa pamaso pa Eliezara wansembe ndi pamaso pa gulu lonse.
ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।
23 Ndipo anamusanjika manja ndi kumupatsa mphamvu, monga Yehova ananenera kudzera mwa Mose.
ପୁଣି, ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି, ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ।

< Numeri 27 >