< Numeri 31 >

1 Yehova anawuza Mose kuti,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “Uwabwezere zoyipa Amidiyani chifukwa cha zimene anachitira Aisraeli. Ukatha kuchita zimenezi, iwe udzamwalira.”
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ।”
3 Ndipo Mose anati kwa Aisraeli, “Perekani zida kwa ena mwa anthu anu kuti akamenyane ndi Amidiyani ndi kuwabwezera choyipa mʼmalo mwa Yehova.
ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ।
4 Mutumize ku nkhondoko amuna 1,000 kuchokera ku fuko lililonse la Aisraeli.”
ତୁମ୍ଭେମାନେ ଇସ୍ରାଏଲ ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।”
5 Choncho amuna okwana 12,000 anatenga zida kukonzekera nkhondo, anthu 1,000 kuchokera ku fuko lililonse la Aisraeli.
ତହୁଁ ସହସ୍ର ସହସ୍ର ଇସ୍ରାଏଲ ମଧ୍ୟରେ ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ, ଏହିରୂପେ ବାର ସହସ୍ର ଲୋକ ଯୁଦ୍ଧ ପାଇଁ ସଜ୍ଜିତ ହେଲେ।
6 Mose anawatumiza ku nkhondo, anthu 1,000 kuchokera ku fuko lililonse pamodzi ndi Finehasi mwana wa Eliezara wansembe amene ananyamula zipangizo zochokera ku malo wopatulika ndi malipenga okaliza.
ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ।
7 Iwo anamenyana ndi Amidiyani monga momwe Yehova analamulira Mose ndipo anapha mwamuna aliyense.
ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ।
8 Mwa anthu ophedwawo munali Evi, Rekemu, Zuri, Huri ndi Reba, mafumu asanu a Amidiyani. Ndipo anaphanso ndi lupanga Balaamu mwana wa Beori.
ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍‍ ଇବି, ରେକମ୍‍, ସୂର୍‍, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମ୍‍କୁ ମଧ୍ୟ ସେମାନେ ଖଡ୍ଗରେ ବଧ କଲେ।
9 Aisraeli anagwira ukapolo amayi a Chimidiyani ndi ana awo ndipo analandanso ngʼombe, ziweto zawo zina zonse ndi katundu wawo yense.
ଆଉ ଇସ୍ରାଏଲ-ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ, ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ।
10 Anawotcha mizinda yonse imene Amidiyani ankakhalamo pamodzi ndi misasa yawo yonse.
ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍ଧ କଲେ।
11 Anatenga zonse zimene analanda ku nkhondoko, anthu ndi zoweta zomwe.
ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି, ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।
12 Ndipo anabwera nawo akapolowo ndi zolanda ku nkhondozo kwa Mose ndi kwa wansembe Eliezara ndi kwa gulu lonse la Aisraeli ku misasa yawo ku chigwa cha Mowabu, mʼmbali mwa mtsinje wa Yorodani ku Yeriko.
ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।
13 Mose, wansembe Eliezara ndi atsogoleri onse a gululo anapita kukakumana nawo kunja kwa misasa.
ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ।
14 Mose anakwiya nawo akuluakulu a magulu a ankhondowo: olamulira 1,000 ndi olamulira 100, amene ankachokera ku nkhondo.
ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।
15 Iye anafunsa kuti, “Kodi nʼchifukwa chiyani mwawaleka amoyo amayi onsewa?”
ଆଉ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ସମସ୍ତ ସ୍ତ୍ରୀଲୋକଙ୍କୁ ଜୀବିତ ରଖିଅଛ?
16 Paja iwo ndi amene ankatsatira uphungu wa Balaamu ndiponso ndi amene anachititsa Aisraeli kuti asiye Yehova pa zimene zinachitika ku Peori, kotero mliri unagwera anthu a Yehova.
ଦେଖ, ଏମାନେ ବିଲୀୟମ୍‍ର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।
17 Tsopano iphani munthu wamwamuna aliyense. Ndiponso iphani mayi aliyense amene anagonapo ndi mwamuna,
ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର।
18 koma sungani mtsikana aliyense amene sanagonepo ndi mwamuna.
ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷର ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ।
19 “Inu nonse amene mwaphapo wina wake, kapena kukhudza aliyense amene anaphedwa mukhale kunja kwa msasa masiku asanu ndi awiri. Pa tsiku lachitatu mudziyeretse nokha pamodzi ndi akapolo anu.
ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟର ହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ, ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର।
20 Muyeretsenso zovala zanu ndi china chilichonse chopangidwa ndi chikopa, ubweya wa mbuzi kapenanso ndi mtengo.”
ପୁଣି, ଯାବତୀୟ ବସ୍ତ୍ର, ଚର୍ମ ନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।”
21 Tsono wansembe Eliezara anati kwa asilikali amene anapita ku nkhondo aja, “Lamulo limene Yehova anapereka kwa Mose ndi ili:
ତହୁଁ ଇଲୀୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, “ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି;
22 Golide, siliva, mkuwa, chitsulo, chiwaya, mtovu
ତଥାପି ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା,
23 ndi china chilichonse chimene sichingapse ndi moto muchidutsitse pa moto, ndipo chidzayeretsedwa. Komanso chiyeretsedwe ndi madzi oyeretsa. Ndipo chilichonse chimene chingapse ndi moto muchidutsitse mʼmadzimo.
ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ।
24 Pa tsiku lachisanu ndi chiwiri muchape zovala zanu ndipo mudzayera. Mukatero mutha kulowa mu msasa.”
ପୁଣି, ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ।”
25 Yehova anawuza Mose kuti,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
26 “Iwe ndi wansembe Eliezara ndiponso akuluakulu a mabanja a anthuwa, muwerenge anthu onse ndi ziweto zomwe zinagwidwa ku nkhondo.
“ତୁମ୍ଭେ, ଇଲୀୟାସର ଯାଜକ ଓ ମଣ୍ଡଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍‍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର।
27 Mugawe zolanda ku nkhondozo magawo awiri, lina la ankhondo amene anapita ku nkhondo, lina la anthu onse.
ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର।
28 Pa gawo la ankhondowo, mutengeko gawo la Yehova, pa zofunkha 500 zilizonse mutengeko chimodzi, pa akapolo, ngʼombe, bulu ndi nkhosa.
ପୁଣି, ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷମାନଙ୍କର,
29 Utenge zimenezo pa theka la gawo la ankhondowo ndipo upereke kwa wansembe Eliezara kuti zikhale zopereka zanu kwa Yehova.
ପ୍ରତି ପାଞ୍ଚଶହରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ;
30 Kuchokera pa theka la gawo la Aisraeli, utengeko cholanda chimodzi pa makumi asanu aliwonse, pa anthu, ngʼombe, abulu, nkhosa, mbuzi kapena zoweta zina. Uzipereke kwa Alevi amene ntchito yawo ndi yosamalira tenti ya Yehova.”
ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;”
31 Ndipo Mose ndi wansembe Eliezara anachita monga Yehova analamulira Mose.
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ଇଲୀୟାସର ଯାଜକ କଲେ।
32 Zotsala pa zolanda ku nkhondo zimene ankhondowo anatenga zinali nkhosa 675,000,
ଯୋଦ୍ଧାମାନେ ଲୁଟିତ ସମ୍ପତ୍ତି ବ୍ୟତୀତ ଯେଉଁସବୁ ଜୀବ ଧରିଥିଲେ, ସେମାନଙ୍କ ସଂଖ୍ୟା,
33 Ngʼombe 72,000,
ଛଅ ଲକ୍ଷ ପଞ୍ଚସ୍ତରି ହଜାର ମେଷ
34 abulu 61,000,
ଓ ବାସ୍ତରି ହଜାର ଗୋରୁ, ଏକଷଠି ହଜାର ଗର୍ଦ୍ଦଭ;
35 ndi atsikana omwe sanagonepo ndi mwamuna 32,000.
ଆଉ ପୁରୁଷ-ସହବାସ ଅଜ୍ଞାତା ସ୍ତ୍ରୀଲୋକ ସର୍ବସୁଦ୍ଧା ବତିଶ ହଜାର ଥିଲେ।
36 Gawo la ankhondo amene anapita ku nkhondo linali: nkhosa 337,500,
ତହିଁରେ ଯୁଦ୍ଧକୁ ଯାଇଥିବା ଲୋକମାନଙ୍କର ଲଭ୍ୟ ଅର୍ଦ୍ଧାଂଶର ସଂଖ୍ୟା ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ।
37 mwa zimenezi gawo la Yehova linali 675;
ପୁଣି, ସେହି ମେଷ ମଧ୍ୟରୁ ଛଅ ଶହ ପଞ୍ଚସ୍ତରି ମେଷ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
38 ngʼombe zinalipo 36,000 ndipo gawo la Yehova linali 72;
ଆଉ ଗୋରୁ ଛତିଶ ହଜାର, ସେମାନଙ୍କ ମଧ୍ୟରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
39 abulu analipo 30,500 ndipo gawo la Yehova linali 61;
ଆଉ ଗର୍ଦ୍ଦଭ ତିରିଶ ହଜାର ପାଞ୍ଚ ଶହ, ସେମାନଙ୍କ ମଧ୍ୟରୁ ଏକଷଠି ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
40 anthu analipo 16,000 ndipo gawo la Yehova linali 32.
ପୁଣି, ମନୁଷ୍ୟ ଷୋଳ ସହସ୍ର, ସେମାନଙ୍କ ମଧ୍ୟରୁ ବତିଶ ଜଣ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
41 Mose anapereka kwa wansembe Eliezara gawo limene linali loyenera kupereka kwa Yehova monga momwe Yehova analamulira Mose.
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ୱରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ।
42 Pa gawo la Aisraeli, Mose anapatula theka limodzi kuchotsa pa zolanda ku nkhondo zonse zimene zinabwera ndi ankhondo aja.
ପୁଣି, ଯୋଦ୍ଧାମାନଙ୍କ ଅଂଶ ଭିନ୍ନ ଯେଉଁ ଅର୍ଦ୍ଧାଂଶ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଇଥିଲେ;
43 Tsono gawo la Aisraeli linali ili: nkhosa 337,500,
ମଣ୍ଡଳୀର ଲଭ୍ୟ ସେହି ଅର୍ଦ୍ଧାଂଶ ସଂଖ୍ୟାରେ ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ,
44 ngʼombe 36,000,
ଛତିଶ ହଜାର ଗୋରୁ,
45 abulu 30,500,
ତିରିଶ ହଜାର ପାଞ୍ଚ ଶହ ଗର୍ଦ୍ଦଭ
46 anthu 16,000.
ଓ ଷୋଳ ସହସ୍ର ମନୁଷ୍ୟ ଥିଲେ।
47 Kuchoka pa gawo la Aisraelilo, Mose anatengapo chimodzi pa zolanda ku nkhondo makumi asanu aliwonse, anthu ndi nyama, ndipo anazipereka kwa Alevi amene ankayangʼanira tenti ya Yehova monga Yehova analamulira Mose.
ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ।
48 Pamenepo omwe ankayangʼanira magulu a ankhondo olamulira 1,000 ndi olamulira 100 anabwera kwa Mose,
ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,
49 iwo anati kwa iye, “Ife anthu anu tawerenga ankhondo amene timawalamulira. Palibe munthu ndi mmodzi yemwe amene wasowa.
ପୁଣି, ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ।
50 Ndipo tabweretsa zopereka kwa Yehova zimene munthu aliyense anapeza: ziwiya zagolide, zibangiri, zigwinjiri, mphete zosindikizira, ndolo ndi mikanda kuti tichitire mwambo wopepesera machimo pamaso pa Yehova.”
ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।”
51 Ndipo Mose ndi wansembe Eliezara analandira kuchokera kwa atsogoleriwo golide pamodzi ndi zipangizo zonse zosula.
ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ୱର୍ଣ୍ଣ, ଅର୍ଥାତ୍‍, ଶିଳ୍ପିତ ଅଳଙ୍କାର ନେଲେ।
52 Golide yense wochokera kwa atsogoleri a 1,000 ndi atsogoleri a 100 zomwe Mose ndi Eliezara anapereka ngati mphatso kwa Yehova zinali zolemera makilogalamu 200.
ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ୱର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ୱର୍ଣ୍ଣ ଷୋହଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା।
53 Wankhondo aliyense anatenga zomwe analanda yekha ku nkhondo.
କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ।
54 Mose ndi Eliezara wansembe analandira golide kuchokera kwa atsogoleri a 1,000 ndi atsogoleri a 100 ndi kukamuyika mu tenti ya msonkhano ngati chikumbutso cha Aisraeli pamaso pa Yehova.
ଏଉତ୍ତାରେ ମୋଶା, ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ୱର୍ଣ୍ଣ ଗ୍ରହଣ କଲେ, ପୁଣି, ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ବୁରେ ରଖିଲେ।

< Numeri 31 >