< Numeri 35 >

1 Ku zigwa za Mowabu pafupi ndi Yorodani ku Yeriko, Yehova anawuza Mose kuti,
ଏଥିଉତ୍ତାରେ ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,
2 “Lamula Aisraeli kuti apereke kwa Alevi midzi yoti azikhalamo kuchokera pa cholowa chomwe adzalandira. Muwapatsenso malo oweteramo ziweto kuzungulira midziyo.
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି-ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।
3 Midziyo idzakhala yawo ndipo azidzakhala mʼmenemo. Malo a msipu adzakhala a ngʼombe, nkhosa ndi zoweta zawo zina zonse.
ତହିଁରେ ସେହି ସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ।
4 “Malo a msipu a mudziwo amene mudzawapatse Aleviwo, adzayambire ku khoma la mudzi ndipo adzatuluke kunja mamita 450, kuzungulira mudziwo.
ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ।
5 Kunja kwa mudzi yezani mamita 900 kummawa, mamita 900 kumpoto ndipo mudziwo ukhale pakati. Adzakhala ndi dera limeneli ngati malo a midziyo, owetera ziweto zawo.
ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ।
6 “Isanu ndi umodzi mwa midzi imene mudzapereke kwa Alevi idzakhala mizinda yopulumukirako, kumene munthu wopha mnzake adzathawireko. Ndipo mudzawapatsenso midzi ina 42.
ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।
7 Midzi yonse imene mudzapereke kwa Alevi idzakhale 48, pamodzi ndi malo oweterako ziweto.
ସର୍ବସୁଦ୍ଧା ତୁମ୍ଭେମାନେ ଲେବୀୟମାନଙ୍କୁ ଅଠଚାଳିଶ ନଗର ଦେବ; ତୁମ୍ଭେମାନେ ସେମାନଙ୍କୁ ନଗର ସଙ୍ଗେ ତହିଁର ତଳିଭୂମି ଦେବ।
8 Pamene mukupatula midzi imeneyi pa cholowa cha Aisraeli, muchotsepo midzi yambiri pa mafuko aakulu, ndipo midzi pangʼono pa mafuko aangʼono. Fuko lililonse lidzapereka kwa Alevi molingana ndi kukula kwa cholowa chimene lalandira.”
ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହି ସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।”
9 Ndipo Yehova anawuza Mose kuti,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
10 “Yankhula ndi Aisraeli kuti, ‘Pamene muwoloka Yorodani kulowa mu Kanaani,
“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
11 sankhani midzi ina kuti ikhale mizinda yanu yopulumukirako, kumene munthu wopha munthu wina mwangozi angathawireko.
ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।
12 Adzakhala malo obisalako pothawa munthu wofuna kulipsira, kuti munthu wopha mnzake mwangozi asaphedwe mpaka akayime pamaso pa gulu la anthu kuti akaweruzidwe.
ପୁଣି, ନରହତ୍ୟାକାରୀ ବିଚାରାର୍ଥେ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ସ୍ଥାନ ହେବ;
13 Midzi isanu ndi umodzi imene muyiperekeyi idzakhala mizinda yopulumukirako.
ଏହିରୂପେ ତୁମ୍ଭେମାନେ ଯେଉଁ ଯେଉଁ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ।
14 Mupereke itatu mbali ino ya Yorodani ndi itatu ina mu Kanaani kuti ikhale mizinda yopulumukirako.
ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ।
15 Midzi isanu ndi umodzi idzakhala malo opulumukirako Aisraeli, alendo ndi anthu ena onse okhala pakati pawo kuti wina aliyense wopha mnzake mwangozi adzathawireko.
ଇସ୍ରାଏଲ ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟ ସ୍ଥାନ ହେବ; ତହିଁରେ ଯେଉଁ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇପାରେ।
16 “‘Ngati munthu amenya mnzake ndi chitsulo, munthuyo nʼkufa, ndiye kuti iyeyo ndi wakupha ndipo wakuphayo aphedwe.
ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
17 Kapenanso ngati wina wake ali ndi mwala mʼdzanja mwake womwe ungaphe munthu, ndipo agenda nawo wina, munthu winayo nʼkufa, ndiye kuti iyeyo ndi wakupha ndipo wakuphayo adzayenera kuphedwa.
ଆଉ ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
18 Kapenanso ngati wina ali ndi chibonga mʼdzanja mwake choti nʼkupha nacho munthu, namenya nacho munthu, munthuyo nʼkufa, ndiye kuti iyeyo ndi wakupha, wakuphayo ayenera kuphedwa.
ଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
19 Wolipsira adzamuphanso wakuphayo. Pamene akumana naye adzayenera kumupha ndithu.
ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ।
20 Ndipo ngati wina wake, chifukwa cha udani, aganiza zokankha munthu wina kapena kumuponyera chinthu china mwadala munthuyo nʼkufa,
ଆଉ ଯଦି ହିଂସା କରି କେହି କାହାକୁ ଧକ୍କା ମାରେ, ଅବା ଛକି ବସି ତାହା ଉପରେ କିଛି ପକାଏ ଓ ତହିଁରେ ସେ ମରେ;
21 kapena ngati, chifukwa cha udani, amenya mnzake ndi nkhonya, mnzakeyo ndi kufa, munthuyo ayenera kuphedwa. Iyeyo ndi wakupha. Wolipsira adzamuphe wakuphayo pamene akumana naye.
କିଅବା ଶତ୍ରୁତା କରି ଯଦି ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ; ସେ ନରହତ୍ୟାକାରୀ ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ।
22 “‘Koma ngati popanda udani wina uliwonse, mwadzidzidzi akankha wina kapena kumuponyera chinthu osati mwadala,
ମାତ୍ର ଯଦି କେହି ଶତ୍ରୁତା ବିନା ହଠାତ୍‍ କାହାକୁ ଆଘାତ କରେ, ଅବା ଛକି ନ ବସି କାହା ଉପରେ କୌଣସି ଅସ୍ତ୍ର ପକାଏ,
23 kapena mosamuona nʼkumuponyera mwala womwe utha kumupha, munthuyo nʼkufa, tsono pakuti sanali mdani wake ndipo sanaganizire zomupweteka,
କିଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି ପଥର କାହାରି ଉପରେ ନ ଦେଖି ପକାଏ ଓ ତହିଁରେ ସେ ମରେ, ଅଥଚ ସେ ତାହାର ଶତ୍ରୁ କି ଅନିଷ୍ଟ ଚେଷ୍ଟାକାରୀ ହୋଇ ନ ଥାଏ,
24 gulu liweruze pakati pa iye ndi wolipsira monga mwa malamulo ake.
ତେବେ ମଣ୍ଡଳୀ ସେହି ବଧକାରୀର ଓ ରକ୍ତର ପ୍ରତିହନ୍ତାର ବିଷୟ ଏହି ଶାସନାନୁସାରେ ବିଚାର କରିବେ।
25 Gulu lidzapulumutsa munthu wakuphayo mʼmanja mwa wolipsira uja ndi kumubwezera ku mzinda wopulumukirako kumene anathawira. Ayenera kukhala kumeneko kufikira imfa ya mkulu wa ansembe, amene anadzozedwa ndi mafuta oyera.
ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ।
26 “‘Koma ngati wolakwayo atuluka kunja kwa malire a mzinda wopulumukirako kumene anathawira
ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯଦି କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ
27 ndipo wobwezera choyipa nʼkumupeza kunja kwa mzindawo, wolipsirayo atha kumupha wolakwayo popanda kugamula mlandu wakupha.
ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ।
28 Wolakwayo ayenera kukhala mu mzinda wopulumukiramowo mpaka imfa ya mkulu wa ansembe ndipo pamenepo atha kubwerera kwawo. Pokhapokha atafa mkulu wa ansembe ndi pamene angathe kubwerera ku malo ake.
କାରଣ ମହାଯାଜକର ମୃତ୍ୟୁୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଗୃହକୁ ଫେରିଯାଇ ପାରିବ।
29 “‘Amenewa akhale malamulo ndi malangizo kwa inu nthawi zonse ndi ku mibado ya mʼtsogolo, kulikonse kumene mudzakhalako.
ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ।
30 “‘Aliyense wopha munthu ayeneranso kuphedwa ngati pali umboni okwanira. Koma wina asaphedwe ngati pali mboni imodzi yokha.
ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।
31 “‘Osalola kulandira dipo lowombolera munthu wakupha yemwe ayenera kuphedwa. Wakupha ayenera kuphedwa.
ଆହୁରି ପ୍ରାଣଦଣ୍ଡ ଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।
32 “‘Simuyeneranso kulandira dipo kwa munthu amene wathawira ku mzinda wopulumikirako kuti wothawayo abwerere kwawo, pokhapokha ngati mkulu wa ansembe wamwalira.
ପୁଣି, କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ।
33 “‘Musayipitse dziko limene mukukhalamolo. Magazi amayipitsa dziko ndipo nʼkosatheka kulipirira dziko chifukwa cha magazi amene akhetsedwa mʼmenemo, kupatula pokhetsa magazi a munthu amene anakhetsa magaziyo.
ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।
34 Choncho musadetse dziko limene mukukhalamo, dziko limene Inenso ndimakhalamo, pakuti Ine Yehova, ndimakhala pakati pa Aisraeli.’”
ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ।’”

< Numeri 35 >