< Afilipi 2 >

1 Ngati muli ndi chilimbikitso chilichonse chifukwa cholumikizana ndi Khristu, ngati muli ndi chitonthozo chifukwa cha chikondi chake, ngati muli ndi mtima umodzi mwa Mzimu, ndipo ngati mumakomerana mtima ndi kuchitirana chifundo,
ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,
2 tsono tsirizani chimwemwe changa pokhala amaganizo ofanana, achikondi chimodzimodzi, amodzi mu mzimu ndi acholinga chimodzinso.
ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,
3 Musachite kalikonse ndi mtima odzikonda chabe kapena odzitukumula chabe. Koma khalani odzichepetsa ndipo aliyense aziona mnzake ngati womuposa iyeyo.
ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;
4 Musamangofuna zokomera inu nokha koma aliyense azifuna zokomeranso ena.
ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।
5 Pa ubale wanu wina ndi mnzake, mukhale ndi mtima wofanana ndi wa Khristu Yesu:
ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;
6 Iyeyu, pokhala Mulungu ndithu, sanatenge kufanana ndi Mulungu kukhala chinthu choyenera kuchigwiritsa.
ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
7 Koma anadzichepetsa kotheratu nakhala ndi khalidwe ngati la kapolo ndi kukhala munthu ngati anthu ena onse.
କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ;
8 Ndipo pokhala munthu choncho anadzichepetsa yekha ndipo anamvera mpaka imfa yake, imfa yake ya pamtanda!
ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ।
9 Choncho Mulungu anamukweza Iye kukhala wapamwamba kwambiri, ndipo anamupatsa dzina loposa dzina lina lililonse
ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
10 kuti pakumva dzina la Yesu, bondo lililonse limugwadire, kumwamba ndi pa dziko lapansi ndi pansi pa dziko,
ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,
11 ndipo lilime lililonse livomereze kuti Yesu Khristu ndi Ambuye kuchitira ulemu Mulungu Atate.
ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
12 Tsono, abwenzi anga okondedwa, monga mwakhala omvera nthawi zonse, osati pamene ndinali nanu pokha, koma tsopano koposa pamene ndili kutali. Pitirizani kugwira ntchito ya chipulumutso chanu mwa mantha ndi kunjenjemera,
ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
13 pakuti ndi Mulungu amene amagwira ntchito mwa inu kuti mufune ndi kuchita zimene zimamukondweretsa Iyeyo.
କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।
14 Muzichita zonse mosawiringula kapena mosatsutsapo,
ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,
15 kuti mukhale wopanda cholakwa ndi angwiro, ana a Mulungu wopanda cholakwika mu mʼbado uno wachinyengo ndi wosocheretsa. Mukatero mudzawala pakati pawo ngati nyenyezi zakumwamba
ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;
16 powawuza mawu amoyo. Ndipo ine ndidzatha kunyadira pa tsiku la Khristu kuti sindinathamange kapena kugwira ntchito pachabe.
ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।
17 Koma ngakhale ndikuthiridwa ngati nsembe ya chakumwa yoperekedwa pa nsembe ndi pa utumiki wochokera mʼchikhulupiriro chanu, ndine wokondwa ndi wosangalala pamodzi ndi inu nonse.
ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଏ, ତେବେ ମଧ୍ୟ ମୁଁ ଆନନ୍ଦିତ ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲସିତ।
18 Chomwechonso, inu khalani okondwa ndi osangalala nane pamodzi.
ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋʼ ସହିତ ଉଲ୍ଲାସ କର।
19 Ngati Ambuye Yesu alola, ndikukhulupirira kuti ndidzamutuma Timoteyo msanga kwanuko, kuti mwina ndingadzasangalale ndikadzamva za moyo wanu.
କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି।
20 Ndilibenso wina monga iyeyu amene ali ndi chidwi chenicheni pa za moyo wanu.
କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାହାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ।
21 Pakuti aliyense amangofuna zokomera iye yekha osati zokomera Yesu Khristu.
ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି।
22 Koma inu mukudziwa kuti Timoteyo wadzionetsa yekha, chifukwa watumikira ndi ine pa ntchito ya Uthenga Wabwino monga mwana ndi abambo ake.
ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ।
23 Choncho ndikuyembekezera kumutuma msanga ndikangodziwa mmene zinthu zanga ziyendere.
ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାହାଙ୍କୁ ପଠାଇବି ବୋଲି ଭରସା କରୁଅଛି;
24 Ndipo ndikukhulupirira kuti Ambuye akalola ine mwini ndidzafikanso kwanuko posachedwapa.
କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି।
25 Koma ndikuganiza kuti nʼkofunika kuti ndikutumizireni mʼbale wanga Epafrodito, mtumiki mnzanga ndi msilikali mnzanga, amenenso ndi mtumiki wanu amene munamutumiza kuti adzandithandize pa zosowa zanga.
କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରାଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି;
26 Pakuti akukulakalakani nonsenu ndipo akusauka mu mtima chifukwa munamva kuti akudwala.
କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ;
27 Zoonadi ankadwala ndipo anatsala pangʼono kumwalira. Koma Mulungu anamuchitira chifundo, ndipo sanangomuchitira chifundo iye yekhayu komanso ine, kuti chisoni changa chisachuluke.
ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ଦୟା କଲେ, ଆଉ କେବଳ ତାହାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ।
28 Choncho khumbo langa lofulumiza kumutumiza lakula, kuti pamene mumuonenso musangalale komanso kuti nkhawa yanga ichepe.
ଏଣୁ ତୁମ୍ଭେମାନେ ଯେପରି ତାହାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି।
29 Mulandireni mwa Ambuye ndi chimwemwe chachikulu, ndipo anthu onga iyeyu muziwachitira ulemu.
ଅତଏବ, ପ୍ରଭୁଙ୍କ ହେତୁ ତାହାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହି ପ୍ରକାର ବ୍ୟକ୍ତିମାନଙ୍କୁ ସମାଦର କର;
30 Iyeyu anatsala pangʼono kufa chifukwa cha ntchito ya Khristu, anayika moyo pa chiswe kuti akwaniritse thandizo limene inu simukanatha.
କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ।

< Afilipi 2 >