< Miyambo 21 >

1 Mtima wa mfumu uli ngati mtsinje wamadzi mʼdzanja la Yehova; Iye amautsongolera pa chilichonse chimene akufuna.
ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।
2 Makhalidwe a munthu amaoneka olungama kwa mwini wakeyo, koma Yehova ndiye amayesa mtima wake.
ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
3 Za chilungamo ndi zolondola ndi zomwe zimakondweretsa Yehova kuposa kupereka nsembe.
ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
4 Maso odzikuza ndi mtima wonyada, zimatsogolera anthu oyipa ngati nyale nʼchifukwa chake amachimwa.
ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।
5 Zolinga za munthu wakhama zimachulukitsa zinthu zake; koma aliyense wochita zinthu mofulumira amadzakhala wosauka.
କର୍ମଶୀଳର ସଂକଳ୍ପରୁ କେବଳ ପ୍ରଚୁରତା ଜନ୍ମେ ମାତ୍ର ପ୍ରତ୍ୟେକ ହଠାତ୍‍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ।
6 Chuma chochipeza ndi mawu onyenga ndi chosakhalitsa ndipo chimakola anthu mu msampha wa imfa.
ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି।
7 Chiwawa cha anthu oyipa chidzawawononga, pakuti iwo amakana kuchita zolungama.
ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି।
8 Njira ya munthu wolakwa ndi yokhotakhota, koma makhalidwe a munthu wosalakwa ndi olungama.
ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ।
9 Nʼkwabwino kukhala wekha pa ngodya ya denga la nyumba, kuposa kukhala mʼnyumba pamodzi ndi mkazi wolongolola.
କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।
10 Munthu woyipa amalakalaka zoyipa; sachitira chifundo mnansi wake wovutika.
ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।
11 Munthu wonyoza akalangidwa, anthu opusa amapeza nzeru; koma munthu wanzeru akalangizidwa, amapeza chidziwitso.
ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନ‍କୁ ବୁଝାଇଦେଲେ, ସେ ଜ୍ଞାନବାନ ହୁଏ।
12 Zolingalira za munthu woyipa nʼzosabisika pamaso pa Yehova, ndipo Iye adzawononga woyipayo.
ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ।
13 Amene atsekera mʼkhutu mwake wosauka akamalira, nayenso adzalira koma palibe adzamuyankhe.
ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।
14 Mphatso yoperekedwa mseri imathetsa mkwiyo, ndipo chiphuphu choperekedwa mobisa chimathetsa mphamvu ya ukali woopsa.
ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ, ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ।
15 Chilungamo chikachitika anthu olungama amasangalala, koma anthu oyipa amaopsedwa nazo.
ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ; ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ।
16 Munthu amene amachoka pa njira ya anthu anzeru adzapezeka mʼgulu la anthu akufa.
ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ।
17 Aliyense wokonda zisangalalo adzasanduka mʼmphawi, ndipo wokonda vinyo ndi mafuta sadzalemera.
ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।
18 Anthu oyipa adzakhala chowombolera cha anthu olungama ndipo osakhulupirika chowombolera anthu olungama mtima.
ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ।
19 Nʼkwabwino kukhala mʼchipululu kuposa kukhala ndi mkazi wolongolola ndi wopsa mtima msanga.
କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।
20 Munthu wanzeru samwaza chuma chake, koma wopusa amachiwononga.
ଜ୍ଞାନବାନ‍ର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ।
21 Amene amatsata chilungamo ndi kukhulupirika, amapeza moyo ndi ulemerero.
ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍‍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ।
22 Munthu wanzeru amagonjetsa mzinda wa anthu amphamvu ndi kugwetsa linga limene iwo amalidalira.
ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ।
23 Amene amagwira pakamwa pake ndi lilime lake sapeza mavuto.
ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ।
24 Munthu wonyada ndi wodzikuza amamutcha, “Mnyodoli,” iye amachita zinthu modzitama kwambiri.
ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ।
25 Chilakolako cha munthu waulesi chidzamupha yekha chifukwa manja ake amangokhala goba osagwira ntchito.
ଅଳସୁଆର ବାଞ୍ଛିତ ବିଷୟ ତାହାର ମୃତ୍ୟୁୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।
26 Tsiku lonse anthu oyipa amasirira zambiri, koma anthu olungama amapereka mowolowamanja.
କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ।
27 Nsembe ya anthu oyipa imamunyansa Yehova, nanji akayipereka ndi cholinga choyipa!
ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।
28 Mboni yonama idzawonongeka, koma mawu a munthu wakumva adzakhala nthawi zonse.
ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ଡ୍ୟ କଥା କହିବ।
29 Munthu woyipa amafuna kudzionetsa ngati wolimba mtima, koma munthu wowongoka amaganizira njira zake.
ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ।
30 Palibe nzeru, palibe kumvetsa bwino, palibenso uphungu, zimene zingapambane Yehova.
ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।
31 Kavalo amamukonzera tsiku la nkhondo, koma ndi Yehova amene amapambanitsa.
ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ।

< Miyambo 21 >