< Miyambo 23 >

1 Ngati ukhala pansi kuti udye pamodzi ndi wolamulira, uyangʼane bwino zimene zili pamaso pako,
ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର।
2 ngati ndiwe munthu wadyera udziletse kuti usaonetse dyera lakolo.
ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ।
3 Usasirire zakudya zake, pakuti zimenezo ndi zakudya zachinyengo.
ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ।
4 Usadzitopetse wekha ndi kufuna chuma, ukhale ndi nzeru ya kudziretsa.
ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ।
5 Ukangoti wachipeza chumacho uwona posachedwa kuti palibepo. Chumacho chimachita ngati chamera mapiko mwadzidzidzi ndi kuwuluka kunka kumwamba ngati chiwombankhanga.
ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।
6 Usadye chakudya cha munthu waumbombo, usalakalake zakudya zake zokoma;
କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;
7 paja iye ndi munthu amene nthawi zonse amaganizira za mtengo wake ngakhale amati kwa iwe, “Idya ndi kumwa,” koma sakondweretsedwa nawe.
କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।
8 Udzasanza zimene wadyazo ndipo mawu ako woyamikira adzapita pachabe.
ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।
9 Usayankhule munthu wopusa akumva, pakuti adzanyoza mawu ako anzeru.
ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ।
10 Usasunthe mwala wa mʼmalire akalekale kapena kulowerera mʼminda ya ana amasiye,
ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି, ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ।
11 paja Mpulumutsi wawo ndi wamphamvu; iye adzawateteza pa milandu yawo kutsutsana nawe.
କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।
12 Mtima wako uzikhala pa malangizo ndipo makutu ako azimvetsera mawu a chidziwitso.
ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ।
13 Usaleke kumulangiza mwana; ngati umulanga ndi chikwapu sadzafa.
ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ।
14 Ukamukwapula ndi tsatsa udzapulumutsa moyo wake. (Sheol h7585)
ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ। (Sheol h7585)
15 Mwana wanga, ngati mtima wako ukhala wanzeru, inenso mtima wanga udzakondwera.
ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ।
16 Mtima wanga udzakondwera pamene ndidzakumva ukuyankhula zolungama.
ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ, ମୋହର ଅନ୍ତଃକରଣ ଆହ୍ଲାଦିତ ହେବ।
17 Mtima wako usachite nsanje ndi anthu ochimwa, koma uziopa Yehova tsiku ndi tsiku.
ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।
18 Ndithu za mʼtsogolo zilipo ndipo chiyembekezo chakocho sichidzalephereka.
କାରଣ ପୁରସ୍କାର ନିତାନ୍ତ ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
19 Tamvera mwana wanga, ndipo ukhale wanzeru, mtima wako uwuyendetse mʼnjira yabwino.
ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି, ତୁମ୍ଭ ମନକୁ ସତ୍‍ପଥରେ କଢ଼ାଇ ନିଅ।
20 Usakhale pakati pa anthu amene amaledzera kapena pakati pa anthu amene amadya nyama mwadyera.
ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ।
21 Paja anthu oledzera ndi adyera amadzakhala amphawi ndipo aulesi adzavala sanza.
କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।
22 Mvera abambo ako amene anakubala, usanyoze amayi ako pamene akalamba.
ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ, ତାହାକୁ ତୁଚ୍ଛ କର ନାହିଁ।
23 Gula choonadi ndipo usachigulitse; ugulenso nzeru, mwambo ndiponso kumvetsa zinthu bwino.
ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।
24 Abambo a munthu wolungama ali ndi chimwemwe chachikulu; Wobala mwana wanzeru adzakondwera naye.
ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।
25 Abambo ndi amayi ako asangalale; amene anakubereka akondwere!
ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।
26 Mwana wanga, undikhulupirire ndipo maso ako apenyetsetse njira zanga.
ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ।
27 Paja mkazi wachiwerewere ali ngati dzenje lozama; ndipo mkazi woyendayenda ali ngati chitsime chopapatiza.
କାରଣ ବେଶ୍ୟା ଗଭୀର ଖାତ, ପୁଣି, ପରସ୍ତ୍ରୀ ସଂକୀର୍ଣ୍ଣ କୂପ ଅଟେ।
28 Amabisala ngati mbala yachifwamba, ndipo amuna amakhala osakhulupirika chifukwa cha iyeyu.
ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ।
29 Ndani ali ndi tsoka? Ndani ali ndi chisoni? Ndani ali pa mkangano? Ndani ali ndi madandawulo? Ndani ali ndi zipsera zosadziwika uko zachokera? Ndani ali ndi maso ofiira?
କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁ?
30 Ndi amene amakhalitsa pa mowa, amene amapita nalawa vinyo osakanizidwa.
ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର।
31 Usatengeke mtima ndi kufiira kwa vinyo, pamene akuwira mʼchikho pamene akumweka bwino!
ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ।
32 Potsiriza pake amaluma ngati njoka, ndipo amajompha ngati mphiri.
ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ।
33 Maso ako adzaona zinthu zachilendo ndipo maganizo ndi mawu ako adzakhala osokonekera.
ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ।
34 Udzakhala ngati munthu amene ali gone pakati pa nyanja, kapena ngati munthu wogona pa msonga ya mlongoti ya ngalawa.
ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ।
35 Iwe udzanena kuti, “Anandimenya, koma sindinapwetekedwe! Andimenya koma sindinamve kanthu! Kodi ndidzuka nthawi yanji? Ndiye ndifunefunenso vinyo wina.”
ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ; ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି।

< Miyambo 23 >