< Miyambo 31 >

1 Nawa mawu a mfumu Lemueli wa ku Massa amene anamuphunzitsa amayi ake:
ଲମୂୟେଲ ରାଜାର କଥା: ଅର୍ଥାତ୍‍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି।
2 Nʼchiyani mwana wanga? Nʼchiyani mwana wa mʼmimba mwanga? Nʼchiyani iwe mwana wanga amene ndinachita kupempha ndi malumbiro?
ହେ ମୋହର ପୁତ୍ର, ହେ ମୋʼ ଗର୍ଭର ପୁତ୍ର, ହେ ମୋʼ ମାନତର ପୁତ୍ର, କଅଣ କହିବି?
3 Usapereke mphamvu yako kwa akazi. Usamayenda nawo amenewa popeza amawononga ngakhale mafumu.
ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ।
4 Iwe Lemueli si choyenera kwa mafumu, mafumu sayenera kumwa vinyo. Olamulira asamalakalake chakumwa choledzeretsa
ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।
5 kuopa kuti akamwa adzayiwala malamulo a dziko, nayamba kukhotetsa zinthu zoyenera anthu osauka.
ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।
6 Perekani chakumwa choledzeretsa kwa amene ali pafupi kufa, vinyo kwa amene ali pa mavuto woopsa;
ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।
7 amwe kuti ayiwale umphawi wawo asakumbukirenso kuvutika kwawo.
ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ।
8 Yankhula mʼmalo mwa amene sangathe kudziyankhulira okha. Uwayankhulire anthu onse osiyidwa pa zonse zowayenera.
ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।
9 Yankhula ndi kuweruza mwachilungamo. Uwateteze amphawi ndi osauka.
ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
10 Kodi mkazi wangwiro angathe kumupeza ndani? Ndi wokwera mtengo kuposa miyala yamtengowapatali.
ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
11 Mtima wa mwamuna wake umamukhulupirira ndipo mwamunayo sasowa phindu.
ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ।
12 Masiku onse a moyo wake mkaziyo amachitira mwamuna wake zabwino zokhazokha osati zoyipa.
ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ।
13 Iye amafunafuna ubweya ndi thonje; amagwira ntchito ndi manja ake mwaufulu.
ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ।
14 Iye ali ngati sitima zapamadzi za anthu amalonda, amakatenga chakudya chake kutali.
ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ।
15 Iye amadzuka kusanache kwenikweni; ndi kuyamba kukonzera a pa banja pake chakudya ndi kuwagawira ntchito atsikana ake antchito.
ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
16 Iye amalingalira za munda ndi kuwugula; ndi ndalama zimene wazipeza amalima munda wamphesa.
ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।
17 Iye amavala zilimbe nagwira ntchito mwamphamvu ndi manja ake.
ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।
18 Iye amaona kuti malonda ake ndi aphindu, choncho nyale yake sizima usiku wonse.
ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।
19 Iye amadzilukira thonje ndipo yekha amagwira chowombera nsalu.
ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ।
20 Iye amachitira chifundo anthu osauka ndipo amapereka chithandizo kwa anthu osowa.
ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।
21 Iye saopa kuti banja lake lifa ndi kuzizira pa nyengo yachisanu; pakuti onse amakhala atavala zovala zofunda.
ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।
22 Iye amadzipangira yekha zoyala pa bedi pake; amavala zovala zabafuta ndi zapepo.
ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।
23 Mwamuna wake ndi wodziwika pa chipata cha mzinda, ndipo amakhala pakati pa akuluakulu a mʼdzikomo.
ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ।
24 Iye amasoka nsalu zabafuta nazigulitsa; amaperekanso mipango kwa anthu amalonda.
ସେ ସୂକ୍ଷ୍ମ ବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
25 Mphamvu ndi ulemu zimakhala ngati chovala chake; ndipo amaseka osaopa zamʼtsogolo.
ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।
26 Iye amayankhula mwanzeru, amaphunzitsa anthu mwachikondi.
ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।
27 Iye amayangʼanira makhalidwe a anthu a pa banja lake ndipo sachita ulesi ndi pangʼono pomwe.
ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।
28 Ana ake amamunyadira ndipo amamutcha kuti wodala; ndipo mwamuna wake, amamuyamikira nʼkumati,
ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
29 “Pali akazi ambiri amene achita zinthu zopambana koma iwe umawaposa onsewa.”
“ଅନେକ କନ୍ୟା ଗୁଣ ଦେଖାଇଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।”
30 Nkhope yachikoka ndi yonyenga, ndipo kukongola nʼkosakhalitsa; koma mkazi amene amaopa Yehova ayenera kutamandidwa.
ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
31 Mupatseni mphotho chifukwa cha zimene iye wachita ndipo ntchito zake zimutamande ku mabwalo.
ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।

< Miyambo 31 >