< Masalimo 118 >

1 Yamikani Yehova chifukwa ndi wabwino; pakuti chikondi chake chosasinthika ndi chosatha.
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
2 Israeli anene kuti: “Chikondi chake ndi chosatha.”
ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
3 Banja la Aaroni linene kuti, “Chikondi chake ndi chosatha.”
ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
4 Iwo amene amaopa Yehova anene kuti: “Chikondi chake ndi chosatha.”
ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
5 Ndili mʼmasautso anga ndinalirira Yehova, ndipo Iye anayankha pondichotsa mʼmasautsowo.
ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।
6 Yehova ali nane; sindidzachita mantha. Munthu angandichite chiyani?
ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିପାରେ?
7 Yehova ali nane; Iye ndiye thandizo langa. Ndidzayangʼana adani anga mwachipambano.
ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି।
8 Nʼkwabwino kuthawira kwa Yehova kusiyana ndi kudalira munthu.
ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
9 Nʼkwabwino kuthawira kwa Yehova kusiyana ndi kudalira mafumu.
ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
10 Anthu a mitundu yonse anandizinga, koma mʼdzina la Yehova ndinawawononga.
ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
11 Anandizinga mbali zonse, koma mʼdzina la Yehova ndinawawononga.
ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
12 Anandizinga ngati njuchi, koma anatha msanga ngati moto wapaminga; mʼdzina la Yehova ndinawawononga.
ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ଲିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
13 Anandikankha uku ndi uko ndipo ndinali pafupi kugwa, koma Yehova anandithandiza.
ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।
14 Yehova ndiye mphamvu yanga ndi nyimbo yanga; Iye wakhala chipulumutso changa.
ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।
15 Mfuwu wachimwemwe ndi chipambano ukumveka mʼmatenti a anthu olungama mtima kuti: “Dzanja lamanja la Yehova lachita zamphamvu!
ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
16 Dzanja lamanja la Yehova latukulidwa mmwamba Dzanja lamanja la Yehova lachita zamphamvu!”
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
17 Sindidzafa koma ndidzakhala ndi moyo ndipo ndidzalalika za ntchito ya Yehova.
ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
18 Yehova wandilanga koopsa, koma sanandipereke ku imfa.
ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।
19 Tsekulireni zipata zachilungamo, kuti ndifike kudzayamika Yehova.
ମୋʼ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଦ୍ୱାରା ଧାର୍ମିକମାନେ ପ୍ରବେଶ କରନ୍ତି; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
20 Ichi ndicho chipata cha Yehova chimene olungama mtima okha adzalowerapo.
ଏହି ସଦାପ୍ରଭୁଙ୍କ ଦ୍ୱାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।
21 Ndidzakuyamikani chifukwa Inu munandiyankha; mwakhala chipulumutso changa.
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।
22 Mwala umene amisiri omanga nyumba anawukana wasanduka wapangodya;
ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।
23 Yehova ndiye wachita zimenezi ndipo nʼzodabwitsa pamaso pathu.
ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।
24 Lero ndiye tsiku limene Yehova walipanga; tiyeni tikondwere ndi kusangalala nalo.
ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।
25 Inu Yehova, tipulumutseni; Yehova, tipambanitseni.
ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର।
26 Wodala amene akubwera mʼdzina la Yehova. Tikukudalitsani kuchokera ku nyumba ya Yehova.
ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।
27 Yehova ndi Mulungu, ndipo kuwala kwake kwatiwunikira Ife. Lowani nawo pa mʼdipiti wa ku chikondwerero mutanyamula nthambi mʼdzanja lanu, mpaka ku nyanga za guwa.
ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ।
28 Inu ndinu Mulungu wanga, ndipo ndidzakuyamikani; Inu ndinu Mulungu wanga, ndipo ndidzakukwezani.
ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।
29 Yamikani Yehova chifukwa ndi wabwino; pakuti chikondi chake chosasinthika ndi chosatha.
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।

< Masalimo 118 >